ବାଲିଯାତ୍ରା ପ୍ଲଟ ଆବଣ୍ଟନ: ଆଜିଠୁ ପଞ୍ଜୀକରଣ, ଜାଣନ୍ତୁ କେମିତି କରିପାରିବେ ଆବେଦନ

କଟକ,୨୬ା୯(କାର୍ତ୍ତିକ ସାହୁ):ଐତିହାସିକ ବାଲିଯାତ୍ରା କଟକ-୨୦୨୫ ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆବଣ୍ଟିତ ହେବାକୁ ଥିବା ପ୍ଲଟ ନିଲାମ ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିୟମ ଓ ସର୍ତ୍ତାବଳୀ ଲାଗୁ କରାଯାଇଛି। ଅତିରିକ୍ତ ଜିଲାପାଳ (ରାଜସ୍ବ) ତଥା ବାଲିଯାତ୍ରା ପ୍ଲଟ ଆବଣ୍ଟନ କମିଟି ଅଧ୍ୟକ୍ଷ ଡ. ଦିବ୍ୟଲୋଚନ ମହାନ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗୁରୁବାର ପ୍ରେସ୍‌ ବିବୃତିରେ ଏହି ସମ୍ବନ୍ଧୀୟ ସମସ୍ତ ସୂଚନା ଦେଇଛନ୍ତି।
ସୂଚନା ମୁତାବକ ପ୍ଲଟ ଆବଣ୍ଟନ ନିମନ୍ତେ ପଞ୍ଜୀକରଣ କାର୍ଯ୍ୟ ୨୬ ତାରିଖ (ଶୁକ୍ରବାର)ରୁ ଆରମ୍ଭ ହୋଇ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ହାଇବ୍ରିଡ ମୋଡ୍‌ (ଉଭୟ ଅନ୍‌ଲାଇନ ଓ ଅଫଲାଇନ୍‌) ଜରିଆରେ ଆବେଦନ କରାଯିବାକୁ ସ୍ଥିର ହୋଇଛି। ଆବେଦନକାରୀ ପଞ୍ଜୀକରଣ ନିମନ୍ତେ ଆବେଦନପତ୍ର ସହିତ ବାରବାଟୀ ଷ୍ଟାଡିୟମ ସନ୍ନିକଟ ବାରବାଟୀ ପ୍ୟାଲେସଠାରେ ସରକାରୀ ଛୁଟିଦିନ ବ୍ୟତୀତ ନିର୍ଦ୍ଦିଷ୍ଟ ତାରିଖ ମଧ୍ୟରେ ଦୈନିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୫ଟା ମଧ୍ୟରେ ଦାଖଲ କରିପାରିବେ ଓ ପଞ୍ଜୀକରଣ ପତ୍ର ଗ୍ରହଣ କରିପାରିବେ। ଚଳିତବର୍ଷ ନିଲାମ ପ୍ରକ୍ରିୟା ସର୍ବନିମ୍ନ ୪୦ ଟଙ୍କା, ୫୦ ଟଙ୍କା ଓ ୬୦ ଟଙ୍କା ରଖାଯାଇ ଅକ୍ଟୋବର ୧୩ରୁ ଆରମ୍ଭ କରାଯିବ ବୋଲି ଅତିରିକ୍ତ ଜିଲାପାଳ ଡ. ମହାନ୍ତ ସୂଚନା ଦେଇଛନ୍ତି। ଏତଦବ୍ୟତୀତ ଛୋଟ ଛୋଟ ବ୍ୟବସାୟୀମାନଙ୍କୁ ୮୦ ବର୍ଗଫୁଟ ପର୍ଯ୍ୟନ୍ତ ଜାଗା ୧୫୦୦ ଟଙ୍କା ହିସାବରେ ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଥିବା ସେ କହିଛନ୍ତି।
କଟକ ସଦର ଉପଜିଲାପାଳ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭବାନୀ ଶଙ୍କର ଭୂୟାଁ, ଡେପୁଟି କଲେକ୍ଟର ପ୍ରଜ୍ଞା ପାରମିତା ଥାଟୋଇ ଓ ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri