ବାଲିଆ ବାଣ ବିସ୍ଫୋରଣ ମାମଲା: ୪୦ ଆହତଙ୍କ ମଧ୍ୟରୁ ୨ ମୃତ, ୬ ସୁସ୍ଥ ହୋଇ ଫେରିଲେ

ଡେରାବିଶ,୧ା୧୨(ସ୍ବ.ପ୍ର.): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ ଗତ ୨୩ ତାରିଖରେ ଅନୁଷ୍ଠିତ କାର୍ତ୍ତିକେଶ୍ୱର ଭସାଣି ଉତ୍ସବରେ ବାଣ ବିସ୍ଫୋରଣ ଘଟି ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪୦ ଜଣ ଗୁରୁତର ହୋଇ କଟକ ବଡ ମେଡିକାଲ(ଏସ୍‌ସିବି)ରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗୁରୁତର ଆହତ ଉଦୟନାଥ ଭୋଇ ଓ ପିଣ୍ଟୁ ଖାଁଙ୍କର ମୃତ୍ୟୁ ହୋଇଛନ୍ତି। ଏବେବି ୧୨ ଜଣ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି। ଏମାନଙ୍କ ମଧ୍ୟରୁ ସେଣ୍ଟ୍ରାଲ ଆଇସିୟୁରେ ୩ ଜଣ, ଟ୍ରୋମା ଆଇସିୟରୁ ୬ ଜଣ ଓ ବର୍ଣ୍ଣ ଆଇସିୟୁରେ ୩ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ୩ ଜଣ ଭେଣ୍ଟିଲେଟରରେ ଥିବା ବେଳ ୩ଜଣଙ୍କୁ ଅକ୍ସିଜେନ୍‌ ଦିଆଯାଇ ଚିକିତ୍ସା କରାଯାଉଛି। ସେଣ୍ଟ୍ରାଲ ଆଇସିୟୁରେ ସଂକ୍ରମଣ ହେବାର ଆଶଙ୍କା ରହିଛି ବୋଲି ଆହତଙ୍କ ଚିକିତ୍ସାରେ ସହଯୋଗ କରୁଥିବା ସାମାଜିକ କର୍ମୀ ରାଜେଶ ପଣ୍ଡା କହିଛନ୍ତି। ସରକାରଙ୍କ ପକ୍ଷରୁ ରୋଗୀଙ୍କୁ ସମ୍ପୂର୍ଣ୍ଣ ମାଗଣାରେ ଚିକିତ୍ସା ସୁବିଧା ଯୋଗାଇ ଦିଆଯାଉଥିଲେ ମଧ୍ୟ ଏସସିବି କର୍ତ୍ତୃପକ୍ଷଙ୍କ ପକ୍ଷରୁ ସର୍ଜିକାଲ୍‌ ଓ ବର୍ଣ୍ଣ ୱାର୍ଡ଼ରେ ଥିବା ଆହତଙ୍କ ସମେତ ଆଇସିୟୁରେ ଚିକିତ୍ସାଧୀନ ରହିଛି। ସର୍ଜିକାଲ୍‌ ୱାର୍ଡ଼ରେ ବୁଧବାର ସୁଦ୍ଧା ୬ ଜଣ ଓ ବର୍ଣ୍ଣ ୱାର୍ଡରେ ୮ ଜଣ ଆହତ ଚିକିତ୍ସିତ ହେଉଛନ୍ତି। ମଙ୍ଗଳବାର ଆହତଙ୍କ ମଧ୍ୟରୁ ସୁସ୍ଥ ହୋଇ ୫ ଜଣ ରୋଗୀ ଘରକୁ ଫେରିଥିବା ବେଳେ ବୁଧବାର ଜଣେ ସୁସ୍ଥ ହୋଇ ଫେରିଛନ୍ତି। ସୁସ୍ଥ ହୋଇ ଫେରିଥିବା ୬ ଜଣ ହେଲେ କେନ୍ଦ୍ରାପଡ଼ା ବ୍ଲକ ଅଧୀନ ଚକ୍ରୋଡ଼ା ପଞ୍ଜାୟତ ପଦାଲୋ ଗାଁର ଚିତ୍ରସେନ ମଲିକ, ତାଙ୍କ ପୁଅ ଦେବେନ୍ଦ୍ର ଓ ଅନ୍ତାଳୋ ଗ୍ରାମର ହୃଷୀକେଶ ଜେନା, ଜମଧର ପଞ୍ଚାୟତ ଜମଧର ଗ୍ରାମର ଭାବଗ୍ରାହୀ ଜେନା ଓ କଣ୍ଟାଣିଆ ଗାଁର ନିତ୍ୟାନନ୍ଦ ବେହେରା, ଡେରାବିଶ ବ୍ଲକ ମଙ୍ଗଳପୁର ପଞ୍ଚାୟତ ହଳଦିଆ ପାଟଣା ଗାଁର ସଙ୍ଗୀତା ସାହୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ମଙ୍ଗଳବାର କେନ୍ଦ୍ରାପଡ଼ା ଏସ୍‌ପି ମଡକର ସନ୍ଦୀପ ସମ୍ପଦ ମେଡ଼ିକାଲ୍‌ ଯାଇ ଚିକିତ୍ସାଧୀନ ସମସ୍ତ ଆହତଙ୍କୁ ଭେଟିବା ସହ ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ଏସ୍‌ପିଙ୍କୁ ତାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା ନେଇ ଅଭିଯୋଗ କରିଥିଲେ। ସମୟ ଗଡ଼ି ଚାଲିଥିବା ବେଳେ ଏବେବି ୧୨ ଜଣ ମୃତ୍ୟୁସହ ସଂଗ୍ରାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri