ବାଲିମୁଣ୍ଡା ଏୟାରଷ୍ଟ୍ରିପ୍‌, ଶିଳ୍ପାଞ୍ଚଳ ପାର୍କ ନିର୍ମାଣ କାର୍ଯ୍ୟର ସମୀକ୍ଷା

ଭଦ୍ରକ ଅଫିସ/ଚାନ୍ଦବାଲି, ୨୪।୯(ଡି.ଏନ.ଏ.): ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭଦ୍ରକ ଜିଲା ଗସ୍ତରେ ଆସି ଧାମରାରେ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି। ଅପରାହ୍ନ ୩ଟା ୨୨ରେ ହେଲିକପ୍ଟର ଯୋଗେ ଆସି ସେମାନେ ଧାମରା ବନ୍ଦରରେ ପହଞ୍ଚିଥିଲେ। ବନ୍ଦର ପୂର୍ବତନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବ୍ରତ ତ୍ରିପାଠୀ ଓ ଭଦ୍ରକ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ସେମାନଙ୍କୁ ସ୍ବାଗତ କରିଥିଲେ। ଏହାପରେ ନିକଟସ୍ଥ ଏକ ହୋଟେଲରେ ପହଞ୍ଚିବା ପରେ ଜାମୁଝାଡ଼ି-ବାସୁଦେବପୁର ରାସ୍ତା ନିର୍ମାଣ କରୁଥିବା ୟୁଏମ୍‌ଏସ୍‌ଏଲ୍‌ କମ୍ପାନୀ ପକ୍ଷରୁ ସେମାନଙ୍କୁ ସ୍ବାଗତ କରାଯାଇଥିଲା। କମ୍ପାନୀ ନିଦ୍ଦେର୍ର୍ଶକ ଗୌରାଙ୍ଗ ଦେଶାଇ, ସାଧାରଣ ପରିଚାଳକ ଚନ୍ଦ୍ରଶେଖର ପ୍ରସାଦ, ଭୂ-ଅର୍ଜନ ଅଧିକାରୀ କାର୍ତ୍ତିକ ନାଥ ମଣ୍ଡଳ, ଅତିରିକ୍ତ ଜିଲାପାଳ ରାମଦାସ ଟୁଡୁ, ଶାନ୍ତନୁ ମହାନ୍ତି ପ୍ରମୁଖ ଉପସ୍ଥିତ ରହି ଚାନ୍ଦବାଲି ବ୍ଲକର ଜାଗୁଳା ଏବଂ କଇଥଖୋଲା ପଞ୍ଚାୟତରେ ଅଧିଗ୍ରହଣ ହୋଇଥିବା ୭୫୦ ଏକର ପରିମିତ ଜମିରେ ହେବାକୁ ଥିବା ଶିଳ୍ପାଞ୍ଚଳ ପାର୍କର ବ୍ଲୁପ୍ରିଣ୍ଟ ଦେଖାଇଥିଲେ।
ଉକ୍ତ ହୋଟେଲରେ ଭର୍ଚ୍ଚୁଆଲ ମୋଡ୍‌ରେ ଦୁଇ ସଚିବ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ ଦେଖିଥିଲେ। ଧାମରା-ବାସୁଦେବପୁର-ଜାମୁଝାଡ଼ି ରାସ୍ତା ନିର୍ମାଣାଧୀନ ଥିବାବେଳେ ଖୁବ୍‌ଶୀଘ୍ର ଏହି କାର୍ଯ୍ୟ ହୋଇପାରିଛି ବୋଲି ରାସ୍ତା ଏବଂ ଗୃହ ନିର୍ମାଣ ବିଭାଗର ଚିଫ୍‌ କନଷ୍ଟ୍ରକ୍‌ଶନ ଇଞ୍ଜିନିୟର ରଥାଙ୍ଗଧର ରାଉତ, ସୁପରିଣ୍ଟେଣ୍ଡେଣ୍ଟ ଇଞ୍ଜିନିୟର ରାମଚନ୍ଦ୍ର ସେଠୀ, କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପ୍ରଭାତ କୁମାର ସାହୁ, ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ମହାରଣା ପ୍ରମୁଖ ଅବଗତ କରାଇଥିଲେ। ବାସୁଦେବପୁର ବ୍ଲକ ବାଲିମୁଣ୍ଡାଠାରେ ନିର୍ମାଣାଧୀନ ଏୟାରଷ୍ଟ୍ରିପ୍‌ର ବ୍ଲୁପ୍ରିଣ୍ଟ ସେମାନେ ଦେଖିଥିଲେ। ଏଥିସହ ସେମାନେ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ମୁଖ୍ୟ ଶାସନ ସଚିବ ଏବଂ ୫-ଟି ସଚିବ ଏଠାରେ ସମସ୍ତ କାର୍ଯ୍ୟକ୍ରମ ସାରି ଆରଡ଼ି ଅଭିମୁଖେ ଯାଇଥିଲେ। ସେଠାରେ ଆଖଣ୍ଡଳମଣି ପୀଠର ବିକାଶ ନେଇ ପ୍ରଶାସନିକ ଅଧିକାରୀ ଓ ସେବାୟତମାନଙ୍କ ସହ ଆଲୋଚନା କରିଥିଲେ। ଅପରପକ୍ଷେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ଗସ୍ତକୁ ଚାନ୍ଦବାଲି କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି। ସାଧାରଣ ଲୋକଙ୍କ ଅଜାଣତରେ ଏହି ସମସ୍ତ କାର୍ଯ୍ୟ ହେଉଛି ଏବଂ ସ୍ଥାନୀୟ ଜନତା ଏ ବିଷୟରେ କୌଣସି ସୁରାକ୍‌ ପାଉନାହାନ୍ତି ବୋଲି କଂଗ୍ରେସ ନେତା ଦିଗମ୍ବର ଦାସ ଅଭିଯୋଗ କରିଥିଲେ। ଆଗାମୀ ଦିନରେ ଏହାକୁ ନେଇ ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri