ଇମ୍ରାନ ଖାନ୍‌ଙ୍କୁ ଲାଗିଲା ବଡ଼ ଝଟ୍‌କା

ଇସଲାମାବାଦ,୨୭।୩: ସରକାର ବଞ୍ଚାଇବାକୁ ସଂଘର୍ଷ କରୁଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଆଉ ଏକ ଝଟ୍‌କା ଲାଗିଛି। ସୋମବାର ସଂସଦର ଇମ୍ରାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ସହଯୋଗୀ ଜମୁହୁରୀ ବତନ ପାର୍ଟିର ନେତା ତଥା କ୍ୟାବିନେଟ ମନ୍ତ୍ରୀ ଶାହଜେନ ବୁଗତି ଇସ୍ତଫା ଦେଇଛନ୍ତି। ଇସ୍ତଫା ପରେ ସେ ବିରୋଧୀଙ୍କୁ ସମର୍ଥନ କରିବାକୁ ଘୋଷଣା କରିଛନ୍ତି। ବେଲୁଚିସ୍ତାନରେ ଲୋକଙ୍କ ବିଶ୍ୱାସ ଉପରେ ଆଘାତ ହୋଇଛି। ଦେଶର ଅବସ୍ଥା ଦେଖି ମୁଁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଛି। ଏଣିକି ଆମେ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି)ର ବିଲାୱଲ ଭୁଟ୍ଟୋଙ୍କୁ ସମର୍ଥନ ଦେବୁ ବୋଲି ସେ କହିଛନ୍ତି।
ଇସ୍ତଫା ଦେବା ପରେ ବୁଗତି ଏକ ଟୁଇଟ୍‌ରେ ଲେଖିଛନ୍ତି, ପିଟିଆଇ ସରକାର ତିନି ବର୍ଷ ମଧ୍ୟରେ ଆଇନ ଶୃଙ୍ଖଳାକୁ ସୁଦୃଢ କରିବା ପାଇଁ କିଛି କରିନାହାଁନ୍ତି। ଏହି ସରକାର କେବଳ ପାକିସ୍ତାନ ଲୋକଙ୍କୁ ଅପମାନିତ ଏବଂ ଲଜ୍ଜିତ କରିଛନ୍ତି। ଏହି କାରଣରୁ ମୁଁ କ୍ୟାବିନେଟରୁ ଇସ୍ତଫା ଦେଇଛି। ମୁଁ ପାକିସ୍ତାନ ଏବଂ ବେଲୁଚିସ୍ତାନର ଲୋକଙ୍କ ସ୍ବାର୍ଥ ପାଇଁ ବିରୋଧୀ ଦଳରେ ଯୋଗ ଦେଇଛି।
ସୂଚନାଯୋଗ୍ୟ, ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ସେମାନେ ପିଟିଆଇ ସରକାରକୁ ହଟାଇବାକୁ ଚାହୁଁଛନ୍ତି। ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମ୍‌ଏଲ-ଏନ୍‌) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ର ପ୍ରାୟ ୧୦୦ ଏମ୍‌ପି ଚଳିତ ମାସ ୮ରେ ଜାତୀୟ ବିଧାନସଭା ସଚିବାଳୟରେ ଅନାସ୍ଥା ପ୍ରସ୍ତାବର ନୋଟିସ ଦେଇଛନ୍ତି।
ଇମ୍ରାନଙ୍କ ବିରୋଧରେ ସଂସଦରେ ମାର୍ଚ୍ଚ ୨୮ରେ ଅନାସ୍ଥା ପ୍ରସ୍ତାବକୁ ନେଇ ଭୋଟିଂ ହେବାର ଅଛି। ଅନାସ୍ଥା ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ରେ କ୍ରିକେଟରୁ ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri