Posted inଖେଳ

କରୋନା ପଜିଟିଭ୍‌ ସତ୍ତ୍ୱେ ପଡିଆରେ ମ୍ୟାଚ୍‌ ଖେଳୁଥିଲେ ଏହି ଖେଳାଳି

ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଏବଂ ଅନ୍ୟାନ୍ୟ କ୍ରିକେଟ ବୋର୍ଡ କରୋନାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ସତର୍କତା ଅବଲମ୍ବନ କରୁଥିବା ଦେଖାଯାଉଛି। ଅନ୍ୟପଟେ ପାକିସ୍ତାନର ଜଣେ ଘରୋଇ କ୍ରିକେଟର କରୋନା ଆକ୍ରାନ୍ତ ସତ୍ତ୍ୱେ ମ୍ୟାଚ ଖେଳିବା ଜାରି ରଖିଥିବା ସୂଚନା ମିଳିଛି। ପାକିସ୍ତାନର ଘରୋଇ କ୍ରିକେଟର ବିସ୍‌ମିଲ୍ଲାହ ଖାନ କରୋନା ପଜିଟିଭ୍‌ ବୋଲି ଜଣାପଡିଛି। ଏକ ରିପୋର୍ଟ ଅନୁଯାୟୀ, କ୍ୱେଦ ଆଜମ ଟ୍ରଫିରେ ଦକ୍ଷିଣ ପଞ୍ଜାବ ବିପକ୍ଷ ଦ୍ୱିତୀୟ ରାଉଣ୍ଡ ମ୍ୟାଚ ସମୟରେ ବଲୁଚିସ୍ତାନର ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ ବିସ୍‌ମିଲ୍ଲାହ ଖାନଙ୍କ କୋଭିଡ ଲକ୍ଷଣ ଦେଖିବାକୁ ମିଳିଥିଲା। ତେବେ ଚତୁର୍ଥ ଦିନ ପର୍ଯ୍ୟନ୍ତ ତାଙ୍କୁ ପରୀକ୍ଷା କରାଯାଇ ନ ଥିଲା। ଏହାପରେ ତାଙ୍କର ଟେଷ୍ଟ କରାଯାଇଥିଲା। ସମସ୍ତ ଖେଳାଳି ଗୋଟିଏ ହୋଟେଲରେ ରହିଥିବାରୁ ଏହି ଟୁର୍ନାମେଣ୍ଟ ମଧ୍ୟ ସନ୍ଦେହ ଘେରରେ ଆସିଥିଲା। ପରେ ସମସ୍ତ ଖେଳାଳି ଏବଂ ଷ୍ଟାଫ୍‌ଙ୍କ କରୋନା ଟେଷ୍ଟ କରାଯାଇଥିଲା। ଏବେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ନିଶ୍ଚିତ କରିଛି ଯେ ସମସ୍ତ ଖେଳାଳି, ସପୋର୍ଟ ଷ୍ଟାଫ ଏବଂ ମ୍ୟାଚ ଅଧିକାରୀଙ୍କ କରୋନା ପରୀକ୍ଷା ରିପୋର୍ଟ ନେଗେଟିଭ୍‌ ଆସିଥିଲା। ନଭେମ୍ବର ୬ରୁ ଆରମ୍ଭ ହେବାକୁ ଥିବା ତୃତୀୟ ରାଉଣ୍ଡ ମ୍ୟାଚ ଖେଳିବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ସୃଜନଶୀଳତାର ପରିଭାଷା

ଗୋଟିଏ ରାଷ୍ଟ୍ରର ସାର୍ବଭୌମତ୍ୱର ସୁରକ୍ଷା ଓ ରାଷ୍ଟ୍ରର ନିର୍ମାଣ ନିମନ୍ତେ ସମ୍ପତ୍ତି ଏବଂ ସାମରିକ ଶକ୍ତିର ଆବଶ୍ୟକତା ରହିଛି। କିନ୍ତୁ ଏହା ଗୋଟିଏ ଜାତିର ଅନ୍ତର୍ନିହିତ ଶକ୍ତି…

ନିଜ ଗୋରୁ ନେଇ ଯାଉଥିବା ଲୋକଙ୍କୁ ଆଣ୍ଠେଇ ଆଣ୍ଠେଇ ରାସ୍ତାରେ ଚଲାଇବା ଘଟଣା: ଥାନା ଘେରାଉ କଲେ ଯାଦବ ସମାଜ, ପୂରା ଘଟଣା ଜାଣିଲେ…

ଚନ୍ଦାହାଣ୍ଡି,୨୭।୫(ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଞ୍ଚଳରୁ ରାଇଘର ଅଞ୍ଚଳକୁ ନିଜ ଗାଈ ଗୋରୁ, ବଳଦକୁ ନେଇ ଯାଉଥିବା କିଛି ଲୋକଙ୍କୁ ବେଆଇନ ଭାବେ ଗୋଚାଲାଣ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

୫ ସୁଦ୍ଧା ଦିଲ୍ଲୀ ଜିମ୍‌ଖାନା ପରିସର ଦଖଲକୁ ନିଆଯିବ ନାହିଁ

ନୂଆଦିଲ୍ଲୀ,୨୭ା୫: ଔପନିବେଶୀୟ ଯୁଗରୁ ରହିଆସିଥିବା ଦିଲ୍ଲୀ ଜିମ୍‌ଖାନା ପରିସରକୁ କେନ୍ଦ୍ର ସରକାର ଜୁନ୍‌ ୫ ସୁଦ୍ଧା ବଳପୂର୍ବକ ଦଖଲକୁ ନେବେ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟଙ୍କୁ…

ପରାଜୟ ପରେ ମମତାଙ୍କୁଠୁ ଦୂରୋଉଛନ୍ତି କର୍ମୀ, ଇସ୍ତଫା ଦେଲେ ୧୦୦ କାଉନସିଲର

କୋଲକାତା,୨୭ା୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପରାଜୟ ପରେ ନେତା ଓ କର୍ମୀମାନେ ଦଳରୁ ଦୂରେଇବା ଆରମ୍ଭ କରିଛନ୍ତି। ଏମ୍‌ପି କାକୋଲି…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

ଜୁନ୍‌ ୧ରୁ ଅଗ୍ନିପଥ ଯୋଜନା:ଜାଣନ୍ତୁ କେମିତି କରିବେ ଆବେଦନ

କଟକ,୨୭।୫(କାର୍ତ୍ତିକ ସାହୁ):ଭାରତୀୟ ସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଏବଂ ନିୟମିତ କ୍ୟାଡ୍‌ର ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ ୧ରୁ ୧୨ ତାରିଖ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri