ବାଲେଶ୍ୱର ଏସ୍‌ପିଙ୍କ ମନ୍ତବ୍ୟ ହାସ୍ୟାସ୍ପଦ: ଶରତ

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ଶନ କମିଶନ (ଓଏସ୍‌ଏସ୍‌ସି) ପ୍ରଶ୍ନପତ୍ର ଲିକ୍‌କୁ ନେଇ ସାରା ରାଜ୍ୟ ହଇଚଇ ହୋଇଥିବା ବେଳେ ଗତ ୨୭ ତାରିଖରେ ବାଲେଶ୍ୱର ଏସ୍‌ପିଙ୍କର ମନ୍ତବ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ। ଏସ୍‌ପି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରିଣ୍ଟିଂ ପ୍ରେସ୍‌ରୁ ପ୍ରଶ୍ନପତ୍ର ଲିକ୍‌ ହୋଇଛି । ଏହାର କିଙ୍ଗ୍‌ପିନ୍‌ ବିହାରର ଏବଂ ଏହି ପ୍ରଶ୍ନପତ୍ର ଲିକ୍‌ ସହିତ ଓଏସ୍‌ଏସ୍‌ସିର କୌଣସି ଷ୍ଟାଫ୍‌ ସମ୍ପୃକ୍ତ ନାହାନ୍ତି । ଯେତେବେଳ ଏହି ଘଟଣାର ତଦନ୍ତ ଚାଲିଛି ଏସ୍‌ପି କେଉଁ ଆଧାରରେ ଓଏସ୍‌ଏସ୍‌ସିକୁ କ୍ଲିନ୍‌ଚିଟ୍‌ ଦେଲେ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ପ୍ରଶ୍ନ ଉଠାଇଛନ୍ତି। ଜଣେ ବିହାର ଲୋକ ବିନା ଓଏସ୍‌ଏସ୍‌ସି ଷ୍ଟାଫ୍‌ଙ୍କ ସାହାଯ୍ୟରେ କିଭଳି ଓଡ଼ିଶା ଜେଇ ମେନ୍‌ ପ୍ରଶ୍ନପତ୍ର ଲିକ୍‌ କରିପାରିଲା। ଯେହେତୁ ସରକାରଙ୍କ ପ୍ରୋତ୍ସାହନରେ ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ହେବାରେ ସାହାଯ୍ୟ କରିଛି ସରକାର ଏସ୍‌ପିଙ୍କ ମାଧ୍ୟମରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ଶନ କମିଶନଙ୍କୁ ସୁରକ୍ଷା ଦେବା ଲାଗି ଏଭଳି ମନଗଢା କଥା କହୁଛନ୍ତି। ଏହାର ତଦନ୍ତ ଏସ୍‌ଆଇଟି ମାଧ୍ୟମରେ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ କରିବା ପାଇଁ ଶରତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri