ବାଲେଶ୍ୱର ଏସ୍‌ପିଙ୍କ ମନ୍ତବ୍ୟ ହାସ୍ୟାସ୍ପଦ: ଶରତ

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ଶନ କମିଶନ (ଓଏସ୍‌ଏସ୍‌ସି) ପ୍ରଶ୍ନପତ୍ର ଲିକ୍‌କୁ ନେଇ ସାରା ରାଜ୍ୟ ହଇଚଇ ହୋଇଥିବା ବେଳେ ଗତ ୨୭ ତାରିଖରେ ବାଲେଶ୍ୱର ଏସ୍‌ପିଙ୍କର ମନ୍ତବ୍ୟ ଅତ୍ୟନ୍ତ ହାସ୍ୟାସ୍ପଦ। ଏସ୍‌ପି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ପ୍ରିଣ୍ଟିଂ ପ୍ରେସ୍‌ରୁ ପ୍ରଶ୍ନପତ୍ର ଲିକ୍‌ ହୋଇଛି । ଏହାର କିଙ୍ଗ୍‌ପିନ୍‌ ବିହାରର ଏବଂ ଏହି ପ୍ରଶ୍ନପତ୍ର ଲିକ୍‌ ସହିତ ଓଏସ୍‌ଏସ୍‌ସିର କୌଣସି ଷ୍ଟାଫ୍‌ ସମ୍ପୃକ୍ତ ନାହାନ୍ତି । ଯେତେବେଳ ଏହି ଘଟଣାର ତଦନ୍ତ ଚାଲିଛି ଏସ୍‌ପି କେଉଁ ଆଧାରରେ ଓଏସ୍‌ଏସ୍‌ସିକୁ କ୍ଲିନ୍‌ଚିଟ୍‌ ଦେଲେ ବୋଲି ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ପ୍ରଶ୍ନ ଉଠାଇଛନ୍ତି। ଜଣେ ବିହାର ଲୋକ ବିନା ଓଏସ୍‌ଏସ୍‌ସି ଷ୍ଟାଫ୍‌ଙ୍କ ସାହାଯ୍ୟରେ କିଭଳି ଓଡ଼ିଶା ଜେଇ ମେନ୍‌ ପ୍ରଶ୍ନପତ୍ର ଲିକ୍‌ କରିପାରିଲା। ଯେହେତୁ ସରକାରଙ୍କ ପ୍ରୋତ୍ସାହନରେ ଓଏସ୍‌ଏସ୍‌ସି ପ୍ରଶ୍ନପତ୍ର ଲିକ୍‌ ହେବାରେ ସାହାଯ୍ୟ କରିଛି ସରକାର ଏସ୍‌ପିଙ୍କ ମାଧ୍ୟମରେ ଓଡ଼ିଶା ଷ୍ଟାଫ୍‌ ସିଲେକ୍‌ଶନ କମିଶନଙ୍କୁ ସୁରକ୍ଷା ଦେବା ଲାଗି ଏଭଳି ମନଗଢା କଥା କହୁଛନ୍ତି। ଏହାର ତଦନ୍ତ ଏସ୍‌ଆଇଟି ମାଧ୍ୟମରେ ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ କରିବା ପାଇଁ ଶରତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri