ବାଲୁଗାଁରୁ କୃଷ୍ଣପ୍ରସାଦ ଲଞ୍ଚ ଚଳାଚଳ ବନ୍ଦ

କୃଷ୍ଣପ୍ରସାଦ,୧ା୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବାଲୁଗାଁରୁଠାରୁ ଚିଲିକାରେ ଲଞ୍ଚ୍‌ ଯୋଗେ ଦୈନିକ ଶତାଧିକ ଯାତ୍ରୀ କୃଷ୍ଣପ୍ରସାଦ ଓ ଏହାର ଆଖପାଖ ଅଞ୍ଚଳକୁ ଯାତାୟାତ କରିଥାନ୍ତି। ତେବେ ହଠାତ୍‌ ବିଭାଗୀୟ କର୍ତ୍ତୃପକ୍ଷ ଉକ୍ତ ଲଞ୍ଚ୍‌ ଚଳାଚଳ ବନ୍ଦ କରିଦେବାରୁ ଯାତ୍ରୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।
ରାଜ୍ୟ ସରକାରଙ୍କ ଅନ୍ତର୍ଦ୍ଦେଶୀୟ ଜଳପଥ ପରିବହନ ସେବା ପକ୍ଷରୁ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଲଞ୍ଚ୍‌ ଚଳାଚଳର ବ୍ୟବସ୍ଥା କରାଯାଇଛି। ସରକାରଙ୍କ ନିର୍ଦ୍ଦେଶାନୁଯାୟୀ, ସକାଳ ୭ଟା ୧୫ ଏବଂ ଅପରାହ୍ନ ୧ଟା ୩୦ରେ ବାଲୁଗାଁଠାରୁ ଦୁଇଟି ଲଞ୍ଚ୍‌ କୃଷ୍ଣପ୍ରସାଦ ଅଭିମୁଖେ ଚଳାଚଳ କରୁଛି। ମାତ୍ର ଅପରାହ୍ନ ୩ଟା ୧୫ରେ ବାଲୁଗାଁଠାରୁ ଏକ ଲଞ୍ଚ୍‌ ବାହାରି କୃଷ୍ଣପ୍ରସାଦ ଘିମୁଦା ଜେଟିରେ ୪ଟା ୪୫ରେ ପହଞ୍ଚିଥାଏ। ପରଦିନ ସକାଳ ୭ଟା ୧୫ରେ ଏହା ବାଲୁଗାଁ ଅଭିମୁଖେ ଯାତ୍ରା କରିଥାଏ। ବାରମ୍ବାର ଅଞ୍ଚଳବାସୀଙ୍କ ଦାବି ପରେ ଉକ୍ତ ଲଞ୍ଚ୍‌ଟି ଦୀର୍ଘ ୩ ବର୍ଷ ଧରି ଯାତାୟାତ କରୁଥିବା ବେଳେ କୌଣସି କାରଣ ନ ଥାଇ ହଠାତ୍‌ କର୍ତ୍ତୃପକ୍ଷ ଉକ୍ତ ଲଞ୍ଚ ଚଳାଚଳ ବନ୍ଦ କରିଥିବା ଜଣାପଡ଼ଛି। ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ ସତ୍ତ୍ୱେ ବିଭାଗୀୟ କର୍ତ୍ତୃପକ୍ଷ କିମ୍ବା ସ୍ଥାନୀୟ ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଜରୁରିକାଳୀନ ପରିସ୍ଥିତିରେ ଉକ୍ତ ଲଞ୍ଚ୍‌ ଉପରେ ରୋଗୀଙ୍କଠାରୁ ଆରମ୍ଭ କରି ଛାତ୍ରୀଛାତ୍ର, ଜନସାଧାରଣ ନିର୍ଭର କରୁଥିବା ବେଳେ କାହା ନିର୍ଦ୍ଦେଶରେ ରାତ୍ରିଯାପନ ଲଞ୍ଚ୍‌ ଚଳାଚଳ ବନ୍ଦ କରାଗଲା ବୋଲି ଅଞ୍ଚଳବାସୀ ପ୍ରଶ୍ନ ଉଠାଇଛନ୍ତି। ଅପରପକ୍ଷେ ବାଲୁଗାଁ ଜେଟି କୂଳରେ ଲଞ୍ଚ୍‌ଗୁଡ଼ିକ ଚିଲିକାରେ ପଡ଼ିରହି ଖତ ଖାଉଥିଲେ ମଧ୍ୟ ଏଗୁଡ଼ିକର ଆନୁଷଙ୍ଗିକ ମରାମତି ଦିଗରେ କର୍ତ୍ତୃପକ୍ଷ ଦୃଷ୍ଟି ଦେଉନାହାନ୍ତି। ଯାତ୍ରୀ ପରିବହନକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ବଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି। ପୂର୍ବପରି ଅପରାହ୍ନ ୩ଟା ୪୫ରେ ବାଲୁଗାଁ କୃଷ୍ଣପ୍ରସାଦ ମଧ୍ୟରେ ପୁନଃ ଲଞ୍ଚ୍‌ ଚଳାଚଳ କରିବାକୁ କୃଷ୍ଣପ୍ରସାଦ ସରପଞ୍ଚ ଇତିଶ୍ରୀ ସିଂହ, ପୂର୍ବତନ ସରପଞ୍ଚ କୁମାର ସିଂହ, ପୂର୍ବତନ ସମିତିସଭ୍ୟ ଜିତେନ୍ଦ୍ର କୁମାର ବିଶାଳ, ପୂର୍ବତନ ସରପଞ୍ଚ ରମେଶ ଚନ୍ଦ୍ର ସିଂହସାମନ୍ତ, ବଡ଼ଅଁଳ ସରପଞ୍ଚ ବୀଣାପାଣି ପ୍ରଧାନ, ବୋଇତ ବନ୍ଦାଣ କମିଟି ସଭାପତି ବାଉରିବନ୍ଧୁ ଦଳେଇ, ଲକ୍ଷ୍ମୀକାନ୍ତ ସିଂହ, ଯୁବନେତା ସୁବାସ ଚନ୍ଦ୍ର ଗୌଡ଼, ସାମାଜିକ କର୍ମୀ ବିଷ୍ଣୁପ୍ରସାଦ ବେହେରା, ରମେଶ ଚନ୍ଦ୍ର ବିଶାଳ ପ୍ରମୁଖ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?