ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି

ପୁରୀ ଅଫିସ, ୭ା୯:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ସମ୍ପନ୍ନ ହୋଇଛି। ମଧ୍ୟାହ୍ନ ଧୂପ ଉଠିବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଭିତର ଚନ୍ଦନ ଅର୍ଗଳିରେ ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ ଅଙ୍କନ କରିଥିଲେ। ତିନି ବାଡ଼ରେ ବନ୍ଦାପନା ପରେ କଳସ ବରୁଣ ପୂଜା ସମ୍ପନ୍ନ ହୋଇଥିଲା। ପତିମହାପାତ୍ର ଓ ମୁଦିରସ୍ତ ଥାଇ ଆଚାର୍ଯ୍ୟ ବରଣ ହୋଇ ଦକ୍ଷିଣ ଘରେ ଭୋଗ ଶେଷ ପରେ କୃଷ୍ଣ (ବାମନ)ଙ୍କୁ ଭିତର ସିଂହାସନକୁ ବିଜେ କରାଇଥିଲେ। ମୁଦିରସ୍ତ ଶ୍ରୀଅଙ୍ଗରେ ଧଣ୍ଡିପ୍ରସାଦ ଲାଗି କରିବା ପରେ କୃଷ୍ଣଙ୍କୁ ସର୍ବତ୍ର ଭଦମଣ୍ଡଳ ଉପରେ ବିଜେ କରାଯାଇଥିଲା। ଏକ କ୍ଷୁଦ୍ରାକୃତି ସୁବର୍ଣ୍ଣ ବାମନ ପ୍ରତିମାଙ୍କୁ ପଞ୍ଚାମୃତରେ ମହାସ୍ନାନ କରି ଶୀତଳ ଭୋଗ କରାଯାଇ ଗର୍ଭ ଉଦକ ଲାଗି ପଞ୍ଚ ଉପଚାରରେ ପୂଜା କରାଯାଇଥିଲା। ଖଣ୍ଡୁଆ ଘୋଡ଼ାଇ ଜନ୍ମବିଧି ନୀତି ସମ୍ପନ୍ନ ହୋଇଥିଲା। ପୂଜାପଣ୍ଡା କୋରା, କ୍ଷୀର ଓ ଲହୁଣି ମଣୋହି ଏବଂ ମୁଦିରସ୍ତ ପ୍ରସାଦ ଲାଗି କରିଥିଲେ। ମହାଜନେ ଠାକୁରଙ୍କୁ ବିଜେ କରାଇ ଜୟବିଜୟ ଦ୍ୱାର ତଳେ ଠିଆ ହୋଇଥିଲେ। ଏଠାରେ ମାର୍କଣ୍ଡେଶ୍ୱର ସାହି ପକ୍ଷରୁ ବାମନ ମୂର୍ତ୍ତି ପଟି ଦିଆଯିବା ପରେ ଠାକୁରଙ୍କୁ ବଟଦ୍ୱାର ଦେଇ ମାଜଣା ମଣ୍ଡପ ଖଟରେ ବିଜେ କରାଯାଇଥିଲା। ଆଜ୍ଞାମାଳ ପ୍ରଦାନ ପରେ, ଉକ୍ତ ମଣ୍ଡପ ଖଟରେ ଦୁର୍ଗା ପ୍ରତିମା ବିଜେ କରିଥିଲେ। ଏଠାରେ ପୂଜାପଣ୍ଡା ବସୁଧାରା କରିବା ପରେ ଯଜ୍ଞ ପବିତ୍ରା ଦେଇଥିଲେ। ପାଣି ପଡ଼ି ଶୀତଳ ଭୋଗ ପନ୍ତି ହୋଇଥିଲା। ଦୁଧ ମଣୋହି ସରି ପ୍ରସାଦ ଲାଗି ପରେ ପଞ୍ଚ ଉପଚାରରେ ପୂଜା କରାଯାଇଥିଲା। ବନ୍ଦାପନା ଓ ପ୍ରସାଦ ଲାଗି ହୋଇ କୃଷ୍ଣ ଦକ୍ଷିଣ ଘରକୁ ଏବଂ ଦୁର୍ଗା ଭଣ୍ଡାର ଘରକୁ ବିଜେ କରିଥିଲେ। ପରେ ଅନ୍ୟାନ୍ୟ ନୀତି ବଢ଼ିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri