Posted inଖେଳ

ବାମଣ୍ଡା କପ୍‌ କ୍ରିକେଟ: ରାଞ୍ଚି ସେଲ୍‌ ଚାମ୍ପିୟନ

ଦେବଗଡ଼,୨୯।୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମଠାରେ ୩୩ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ରାଞ୍ଚି ସେଲ୍‌ ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ ଜିମଖାନା ରାଉରକେଲା ଓ ରାଞ୍ଚି ସେଲ୍‌ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଜିମ୍‌ଖାନା ରାଉରକେଲାକୁ ୩ ଉଇକେଟରେ ପରାସ୍ତ କରି ରାଞ୍ଚତ୍ ସେଲ ଚାମ୍ପିୟନ ବିବେଚିତ ହୋଇଛି। ରାଉରକେଲା ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ଓଭର୍‌ରେ ୬ଉଇକେଟ ହରାଇ ୧୫୨ ରନ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଦେବରାଜ ମଲ୍ଲିକ ୩୪, ଆଶିଷ ପରିଜା ଅପରାଜିତ ୩୩ , ସତିଶ କଂଶାରି ୩୨ ଓ ବଣ୍ଟି ନାଏକ ୨୬ ରନ ସଂଗ୍ରହ କରିଥିବାବେଳେ ରାଞ୍ଚି ଦଳର ବିକାଶ ୟାଦବ ଓ ଶ୍ୟାମ ଶର୍ମା ୨ଟି ଉଇକେଟ ନେଇଥିଲେ।

ଜବାବରେ ରାଞ୍ଚି ଦଳ ବ୍ୟାଟିଂ କରି ୧୭.୫ ଓଭର୍‌ରେ ୭ ଉଇକେଟ ହରାଇ ୧୫୪ ରନ ସଂଗ୍ରହ କରି ନେଇଥିଲା। ଦଳ ପକ୍ଷରୁ ଇସୁ ଆର୍ୟନ ୬୪ ଓ କରନ କୁମାର୍‌ ୨୬ ରନ ସଂଗ୍ରହ କରିଥିଲାବେଳେ ରାଉରକେଲା ଦଳର ଅଙ୍କିତ ମହାନ୍ତି ୨ ଉଇକେଟ ନେଇଥିଲେ। ମ୍ୟାଚକୁ ଅମ୍ପାୟାର ସତ୍ୟ ପ୍ରସାଦ ରଥ ଓ ସୌମ୍ୟ ଦର୍ଶନ ମହାନ୍ତି ପରିଚାଳନା କରିଥିଲେ। ସ୍କୋରର ଭାବେ ରୋମି ନାୟକ ଓ ରିତିକ ଦେହୁରୀ ଥିଲେ। ବେଣୁଧର ଗଡନାଏକ, ମେରିଅ ପ୍ରାଂଶିସ, ସଂକୀର୍ତ୍ତନ ସାହୁ ଧାରାବିବରଣୀ ପ୍ରଦାନ କରିଥିଲେ। ମ୍ୟାଚରେ ଭଲ ଖେଳ ପ୍ରଦର୍ଶନ ପାଇଁ ରାଞ୍ଚତ୍ ଦଳର ଇଶୁ ଆର୍ୟନଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ, ଟୁର୍ନାମେଣ୍ଟରେ ଶ୍ୟାମ ଶର୍ମାଙ୍କୁ ଶ୍ରେଷ୍ଠ ଖେଳାଳି, ବେଷ୍ଟ ବୋଲୋର୍‌, ଈଶୁ ଆର୍ୟନଙ୍କୁ ଶ୍ରେଷ୍ଟ ବ୍ୟାଟର ଓ ସୁରଜ ସୟାଙ୍କୁ ବେଷ୍ଟ ଫିଲ୍ଡର ଭାବେ ପୁରସ୍କୃତ କରାଯାଇଥିଲା। କ୍ଲବର ସଭାପତି ସୁବାସ ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ଅତିଥି ଭାବେ ଜିଲାପାଳ ସୋମେଶ କୁମାର୍‌ ଉପାଧ୍ୟାୟ, ଡିଏଫଓ ମଗର ଧାନଜି ରାଓସୋ, ଓସିଏ ସହ ସମ୍ପାଦକ ପ୍ରଭାତ କୁମାର୍‌ ଭୋଳ, ଓଡ଼ିଶା ଅଲମ୍ପିକ ସଂଘର ଉପ ସଭାପତି ଦୁଲାଲ ଚନ୍ଦ୍ର ପ୍ରଧାନ, ଓଡ଼ିଶାର ପୂର୍ବତନ ଖେଳାଳି ରାକେଶ ମହାନ୍ତି ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ସମ୍ପାଦକ ଇଂ. ସୁଜିତ କୁମାର ପ୍ରଧାନ ସ୍ବାଗତ ଭାଷଣ ଓ ସତ୍ୟ ନାରାୟଣ ପାଣି ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri