Posted inଖେଳ

ବାମଣ୍ଡା କପ୍‌ କ୍ରିକେଟ: ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଦେବଗଡ଼,୨୫।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୧ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ମ୍ୟାଚରେ କଟକର ରାଇଜିଂ ଷ୍ଟୁଡେଣ୍ଟ ଦଳ ବାଲେଶ୍ବର ଏକାଦଶକୁ ୫୭ ରନ୍‌ରେ ପରାସ୍ତ କରିଛି।

ବାଲେଶ୍ୱର ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ପାଇଁ କଟକ ଦଳକୁ ଆମନ୍ତ୍ରଣ କରିଥିଲା। କଟକ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୩ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା। ଦଳ ପକ୍ଷରୁ ଅରବିନ୍ଦ ସିଂ ୪୧ବଲରେ ୮୨ ରନ୍‌ ଓ ସୌଭାଗ୍ୟ ମିଶ୍ର ୪୦ରନ୍‌ କରିଥିଲେ। ବାଲେଶ୍ୱର ଦଳର ଆକାଶ ଶେଖ, ପ୍ରବୋଧ ଦ୍ବିବେଦୀ ଓ ଧନୁ ପ୍ରସାଦ ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ।

ବାଲେଶ୍ୱର ଦଳ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୧୬ ରନ୍‌ କରି ପରାସ୍ତ ହୋଇଥିଲେ। ଦଳ ପକ୍ଷରୁ ଉମେଶ ଗୌତମ ୩୦ ବଲରେ ୬୦ ରନ୍‌ କରିଥିଲେ। କଟକ ଦଳର ବିପ୍ଳବ ସାମନ୍ତରାୟ ୩, ଅରବିନ୍ଦ ସିଂ ଓ ଅଭିଜିତ ୨ଟି ଉଇକେଟ ନେଇଥିଲେ। କଟକ ଦଳର ଅରବିନ୍ଦ ସିଂଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଛି। ବରିଷ୍ଠ ଓକିଲ ସଚ୍ଚିକାନ୍ତ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାଚକୁ ଅମ୍ପାୟାର ପରାସର ବିଶ୍ୱାଳ ଓ ସତ୍ୟ ରଥ ପରିଚାଳନା କରିଥିଲେ। ରବିବାର ମ୍ୟାଚ କଟକ ରାଇଜିଂ ଷ୍ଟୁଡେଣ୍ଟ ବନାମ ସମ୍ବଲପୁର ଜଗନ୍ନାଥ କ୍ରିକେଟ କ୍ଲବ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ସମ୍ପାଦକ ସୁଜିତ କୁମାର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ଅଭିଜିତ, ସୌରଭ, ଆଶୁତୋଷ ହେପାଜତରେ; ସେମାନଙ୍କୁ କେତେ ସମୟ ପର୍ଯ୍ୟନ୍ତ ଅଟକ ରଖାଯିବ? ଜାଣନ୍ତୁ ଅପଡେଟ

ନୂଆଦିଲ୍ଲୀ,୧୦।୧୦: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବା ଏବଂ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିବାକୁ ପହଞ୍ଚିଥିବା ‘କକରୋଚ ଜନତା ପାର୍ଟି’ର ନେତା…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ଦୁର୍ଭାଗ୍ୟଶାଳୀ ସଞ୍ଜୁ ସାମସନ: ପ୍ରଥମଥର ପାଇଁ ଜଣେ ଖେଳାଳି ଭାବେ ସାମ୍ନା କଲେ ଏମିତି ଅବସ୍ଥା

ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ସଞ୍ଜୁ ସାମସନ ଚମତ୍କାର ବ୍ୟାଟିଂ କରି ୪୧ଟି ବଲରୁ ୮୨ ରନ ସଂଗ୍ରହ କରିଥିଲେ। ୯ଟି ଚୌକା ଓ…

ମୁହଁ ଖୋଲିଲେ ଦୀପକେଙ୍କ ମାଆ, ସିଧା କହିଲେ ଦେଖିନେବି…

ନୂଆଦିଲ୍ଲୀ,୧୦।୧୦: କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଅଟକ ରଖାଯିବା ଘଟଣାକୁ ନେଇ ତାଙ୍କ ପିତାମାତା ସରକାରଙ୍କ ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛନ୍ତି।…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?