Posted inଖେଳ

ବାମଣ୍ଡା କପ୍‌ କ୍ରିକେଟ: ରାଇଜିଂ ଷ୍ଟୁଡେଣ୍ଟ ବିଜୟୀ

ଦେବଗଡ଼,୨୫।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୧ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ମ୍ୟାଚରେ କଟକର ରାଇଜିଂ ଷ୍ଟୁଡେଣ୍ଟ ଦଳ ବାଲେଶ୍ବର ଏକାଦଶକୁ ୫୭ ରନ୍‌ରେ ପରାସ୍ତ କରିଛି।

ବାଲେଶ୍ୱର ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ପାଇଁ କଟକ ଦଳକୁ ଆମନ୍ତ୍ରଣ କରିଥିଲା। କଟକ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୩ ଉଇକେଟ ହରାଇ ୧୭୩ ରନ୍‌ କରିଥିଲା। ଦଳ ପକ୍ଷରୁ ଅରବିନ୍ଦ ସିଂ ୪୧ବଲରେ ୮୨ ରନ୍‌ ଓ ସୌଭାଗ୍ୟ ମିଶ୍ର ୪୦ରନ୍‌ କରିଥିଲେ। ବାଲେଶ୍ୱର ଦଳର ଆକାଶ ଶେଖ, ପ୍ରବୋଧ ଦ୍ବିବେଦୀ ଓ ଧନୁ ପ୍ରସାଦ ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ।

ବାଲେଶ୍ୱର ଦଳ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୧୬ ରନ୍‌ କରି ପରାସ୍ତ ହୋଇଥିଲେ। ଦଳ ପକ୍ଷରୁ ଉମେଶ ଗୌତମ ୩୦ ବଲରେ ୬୦ ରନ୍‌ କରିଥିଲେ। କଟକ ଦଳର ବିପ୍ଳବ ସାମନ୍ତରାୟ ୩, ଅରବିନ୍ଦ ସିଂ ଓ ଅଭିଜିତ ୨ଟି ଉଇକେଟ ନେଇଥିଲେ। କଟକ ଦଳର ଅରବିନ୍ଦ ସିଂଙ୍କୁ ମ୍ୟାନ ଅଫ୍‌ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଛି। ବରିଷ୍ଠ ଓକିଲ ସଚ୍ଚିକାନ୍ତ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାଚକୁ ଅମ୍ପାୟାର ପରାସର ବିଶ୍ୱାଳ ଓ ସତ୍ୟ ରଥ ପରିଚାଳନା କରିଥିଲେ। ରବିବାର ମ୍ୟାଚ କଟକ ରାଇଜିଂ ଷ୍ଟୁଡେଣ୍ଟ ବନାମ ସମ୍ବଲପୁର ଜଗନ୍ନାଥ କ୍ରିକେଟ କ୍ଲବ ମଧ୍ୟରେ ଅନୁଷ୍ଠିତ ହେବ ବୋଲି ସମ୍ପାଦକ ସୁଜିତ କୁମାର ପ୍ରଧାନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ଟି -୨୦ ବିଶ୍ୱକପ ଚୟନ ଖବରକୁ ଖଣ୍ଡନ ରୋହିତ ଶର୍ମା, ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୮।୪: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ମିଡିଆ ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଯେଉଁଥିରେ ଦାବି କରାଯାଉଥିଲା ଯେ, ଟି -୨୦ ବିଶ୍ୱକପ ଚୟନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri