Posted inଖେଳ

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ ସ୍ପୋର୍ଟିଂ ୫ ଉଇକେଟରେ ରାଉରକେଲାର ଏ.ଏସ୍‌ ଏକାଡେମୀକୁ ପରାସ୍ତକରି ଚାମ୍ପିୟନ ହୋଇଛି।

ଫାଇନାଲରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଉରକେଲା ଦଳ ୧୯.୫ ଓଭରରେ ୧୨୪ ରନ୍‌କରି ଅଲଆଉଟ୍‌ ହୋଇଯାଇଥିଲା। ଦଳ ପକ୍ଷରୁ ଉମେଶ ଗୌତମ ୨୮ ଓ ୱାଲ୍ଟର ଟପୋ ୨୩ ରନ୍‌ କରିଥିବା ବେଳେ କଟକ ଦଳର ବିଶ୍ୱଜିତ୍‌ ପ୍ରଧାନ ୪ଟି, ତାପସ ରାଉତ ଓ ଶୁଭମ୍‌ ପ୍ରିୟଦର୍ଶୀ ୨ଟି ଲେଖାଏ ଉଇକେଟ ନେଇଥିଲେ।

ଜବାବରେ କଟକ ଦଳ ୧୭ ଓଭରରେ ୫ ଉଇକେଟ ହରାଇ ୧୩୦ ରନ୍‌କରି ମ୍ୟାଚ୍‌ ଜିତିନେଇଥିଲା। ଦଳ ପକ୍ଷରୁ ବିଶ୍ୱଜିତ୍‌ ପ୍ରଧାନ ସର୍ବାଧିକ ୬୨ ଓ ତାପସ କୁମାର ରାଉତ ୨୯ ରନ୍‌ କରିଥିଲା ବେଳେ ରାଉରକେଲା ଦଳର ଶିବମ୍‌ କ୍ରିଷ୍ଣା ଓ ୱାଲ୍ଟର ଟପ୍ପୋ ୨ଟି ଲେଖାଏ ଉଇକେଟ ନେଇଥିଲେ। ଏହି ମ୍ୟାଚ୍‌କୁ ଅମ୍ପାୟର ସତ୍ୟ ପ୍ରସାଦ ରଥ ଓ ସୌମ୍ୟଦର୍ଶନ ମହାନ୍ତି ପରିଚାଳନା କରିଥିବା ବେଳେ ରୋମି ନାୟକ ଓ ଅମନ ସିଂ ସ୍କୋରର ଦାୟିତ୍ୱ ତୁଲାଇଥିଲେ।

ବେଣୁଧର ଗଡ଼ନାଏକ, ନଗେନ୍ଦ୍ର କୁମାର ନାଥ ଓ ଦିଲୁ ଦସଭାୟା ଧାରା ବିବରଣୀ ପ୍ରଦାନ କରିଥିଲେ। ଚାମ୍ପିୟନ କଟକ ଦଳର ବିଶ୍ୱଜିତ ପ୍ରଧାନଙ୍କୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ଓ ମ୍ୟାନ୍‌ ଅଫ୍‌ ଦି ଟୁର୍ନାମେଣ୍ଟ, କଟକର ଗଣେଶ ତମାରଙ୍କୁ ବେଷ୍ଟ ବୋଲର, କଟକର ରାଜୀବ ଲୋଚନ ସାହୁଙ୍କୁ ବେଷ୍ଟ ବ୍ୟାଟ୍ସମ୍ୟାନ ଓ ରାଉରକେଲା ଦଳର ଦୁଷ୍ମନ୍ତ ସାହୁଙ୍କୁ ବେଷ୍ଟ ଫିଲ୍ଡର ଭାବେ ପୁରସ୍କୃତ କରାଯାଇଥିଲା।

ପୁରସ୍କାର ବିତରଣ ଉତ୍ସବରେ ରାଜ୍ୟ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବେ ଓଡ଼ିଶା କ୍ରିକେଟ ଆସୋସିଏଶନ ସଭାପତି ପଙ୍କଜ ଲୋଚନ ମହାନ୍ତି, କୋଷାଧ୍ୟକ୍ଷ ବିକାଶ ପ୍ରଧାନ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ। ଚାମ୍ପିୟନ ଦଳକୁ ଟ୍ରଫି ସହ ୭୧ ହଜାର ଏବଂ ଉପବିଜେତା ଦଳକୁ ଟ୍ରଫି ସହିତ ୫୧ ହଜାର ଟଙ୍କା ଅର୍ଥରାଶି ପ୍ରଦାନ କରାଯାଇଥିଲା।

ବାମଣ୍ଡା କ୍ରିକେଟ କ୍ଲବ୍‌ର ସଭାପତି ପ୍ରଣବ ପ୍ରଧାନଙ୍କ ସଭାପତିତ୍ୱ ଏବଂ ଉପସଭାପତି ଅଶୋକ କୁମାର ନନ୍ଦଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ପାଦକ ସତ୍ୟନାରାୟଣ ପାଣି ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅନ୍ୟତମ ଉପସଭାପତି ସୁଜିତ୍‌ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ପୁରସ୍କାର ପ୍ରଦାନ ଉତ୍ସବରେ ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁ, ପୌର ପରିଷଦ ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଜିତ୍‌ ଭୋଜ, ଉପଦେଷ୍ଟା ନବୀନ କୁମାର ପାଣି ମଞ୍ଚାସୀନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri