Posted inଖେଳ

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି ଫାଇଟର୍‌ ଏବଂ ୟୁନୟନ ସ୍ପୋର୍ଟିଂ କଟକ ମଧ୍ୟରେ ହୋଇଥିଲା।

ରାଞ୍ଚି ଦଳକୁ ୧୫୯ ରନରେ ପରାସ୍ତ କରି କଟକ ଫାଇନାଲରେ ପ୍ରବେଶ କରିଛି। ରାଞ୍ଚି ଦଳ ଟସ୍‌ ଜିତି କଟକକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। କଟକ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୨୪୫ ରନ୍‌ କରିଥିଲା । ଦଳ ପକ୍ଷରୁ ବିଶ୍ୱଜିତ ପ୍ରଧାନ ଅପରାଜିତ ୧୦୦ ଓ ରାଜୀବ ଲୋଚନ ସାହୁ ୯୦ ରନ୍‌ କରିଥିଲେ। ରାଞ୍ଚି ଦଳର ଅରୁଣ ଯାଦବ ୨ଟି ଉଇକେଟ ନେଇଥିଲେ।

ଜବାବରେ ରାଞ୍ଚି ଦଳ ବ୍ୟାଟିଂ କରି ୧୩.୫ ଓଭରରେ ସମସ୍ତ ଉଇକେଟ ହରାଇ ୮୬ ରନ କରି ପରାଜିତ ହୋଇଥିଲା । ଦଳ ପକ୍ଷରୁ ରାହୁଲ ମାହାତ ୨୯ ଓ ପର୍ଦୁମ କୁମାର୍‌ ୨୨ ରନ କରିଥିଲା ବେଳେ କଟକ ଦଳର ଗଣେଶ ତମାର ୪ଟି ଏବଂ ଅଧିନାୟକ ସୌରଭ କାନୋଜିଆ ୩ଟି ଉଇକେଟ ନେଇଥିଲେ।

କଟକର ବିଶ୍ୱଜିତ ପ୍ରଧାନଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ ଭାବେ ପୁରସ୍କୃତ କରାଯାଇଥିଲା। କାଉନସିଲର ସଂଯୁକ୍ତା ଆଚାର୍ଯ୍ୟ ଓ ବାସନ୍ତୀ ମାଝୀ ଅତିଥିଭାବେ ଯୋଗଦେଇ ଖେଳାଳିଙ୍କ ସହ ପରିଚିତ ହେବା ସହ ମ୍ୟାଚ୍‌ର ଉଦ୍‌ଘାଟନ କରିଥିଲେ।

ଅପରାହ୍ନରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ଜିଲା କଂଗ୍ରେସ ସଭାପତି ସେମ ହେମ୍ରମ, ଜିଲା ସରପଞ୍ଚ ସଂଘ ସଭାପତି ସତ୍ୟ ନାରାୟଣ ପାଣି ଓ ଯୁବନେତା ଭୋଳେସର ପ୍ରଧାନ ଅତିଥିଭାବେ ଯୋଗଦେଇ ମ୍ୟାନ୍‌ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ। ବାମଣ୍ଡା କ୍ରିକେଟ କ୍ଲବ ଉପସଭାପତି ଅଶୋକ କୁମାର ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ସମ୍ପାଦକ ସତ୍ୟ ନାରାୟଣ ପାଣି ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅନ୍ୟତମ ଉପ ସଭାପତି ସୁଜିତ କୁମାର ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

ହରମନପ୍ରୀତ କୌରଙ୍କ ପରେ ଭାରତୀୟ ଦଳର ପରବର୍ତ୍ତୀ ଅଧିନାୟିକା କିଏ? ନାମ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୬।୧୦: ଗୁଆହାଟୀରେ ଅନୁଷ୍ଠିତ BCCI ସମୀକ୍ଷା ବୈଠକର ମାତ୍ର ଗୋଟିଏ ଦିନ ପରେ, ହରମନପ୍ରୀତ କୌର ସମସ୍ତ ଫର୍ମାଟରୁ ଅଧିନାୟକ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇ ସମସ୍ତଙ୍କୁ…

ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍‌ରେ ଅଛନ୍ତି ଏମାନେ..

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ…

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?