Posted inଖେଳ

ବାମଣ୍ଡା କପ୍‌: କେନ୍ଦୁଝରକୁ ହରାଇ ସମ୍ବଲପୁର ଫାଇନାଲରେ

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୨ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟରେ ସୋମବାର ମ୍ୟାଚରେ କେନ୍ଦୁଝର ଏକାଦଶକୁ ହରାଇ ସମ୍ବଲପୁର ଫାଇନାଲରେ ପ୍ରବେଶ କରିଛି। କେନ୍ଦୁଝର ଏକାଦଶ ବନାମ ସମ୍ବଲପୁର ଆଭାର ଟାଇଗର ଟିମ୍‌ ମଧ୍ୟରେ ଖେଳ ହୋଇଥିଲା। ଗୃପ ‘ଏ’ର ପ୍ରଥମ ସେମିଫାଇନାଲ ମ୍ୟାଚରେ ସମ୍ବଲପୁର ଦଳ ୫୮ରନ୍‌ରେ କେନ୍ଦୁଝରକୁ ପରାସ୍ତ କରିଛି।

କେନ୍ଦୁଝର ଦଳ ଟସ୍‌ ଜିତି ସମ୍ବଲପୁରକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ସମ୍ବଲପୁର ୨୦ ଓଭରରେ ୮ଉଇକେଟ ହରାଇ ୧୯୧ ରନ୍‌ କରିଥିଲା। ଦଳ ପକ୍ଷରୁ ସେକ୍‌ ଯାହାଙ୍ଗୀର ୩୮, ରାହୁଲ ବିଶ୍ୱକର୍ମା ୩୮ ଏବଂ ଅମନ ବେହେରା ୩୬ ରନ୍‌ କରିଥିବା ବେଳେ କେନ୍ଦୁଝର ଦଳର ସୁଧାଂଶୁ ସେନାପତି ୨ଟି ଉଇକେଟ ନେଇଥିଲେ। ଜବାବରେ କେନ୍ଦୁଝର ଦଳ ବ୍ୟାଟିଂ କରି ୨୦ ଓଭରରେ ୭ଟି ଉଇକେଟ ହରାଇ ୧୩୩ ରନ୍‌ କରି ପରାସ୍ତ ହୋଇଥିଲା। ଦଳ ପକ୍ଷରୁ ଋତୁରାଜ ମହାନ୍ତି ୪୧ ଓ ସାଇ ସୁବ୍ରତ ଜେନା ୩୫ ରନ୍‌ କରିଥିବା ବେଳେ ସମ୍ବଲପୁର ଦଳର ଅଭିନାଶ ନନ୍ଦ ୩ ଉଇକେଟ ନେଇଥିଲେ।

ମ୍ୟାଚରେ ଶ୍ରେଷ୍ଠ ବୋଲର ସମ୍ବଲପୁର ଦଳର ଅଭିନାଶ ନନ୍ଦ, ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ରାହୁଲ ବିଶ୍ୱକର୍ମା ଓ ମ୍ୟାନ ଅଫ୍‌ ଦି ମ୍ୟାଚ ଭାବେ ଅବିନାଶ ନନ୍ଦଙ୍କୁ ପୁରସ୍କୃତ କରାଯାଇଥିଲା। କ୍ଲବର ଉପସଭାପତି ଅଶୋକ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତାରଣୀ ଉତ୍ସବରେ ଜିଲା ଓକିଲ ସଂଘ ସଭାପତି ସଚ୍ଚିକାନ୍ତ ଦାଶ, ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅରୁଣ କୁମାର ସାହୁ ପ୍ରମୁଖ ଯୋଗ ପୁରସ୍କାର ବିତରଣ କରିଥିଲେ। କ୍ଲବ ସମ୍ପାଦକ ସୁଜିତ କୁମାର ପ୍ରଧାନ ସ୍ବାଗତ ଭାଷଣ, ଉପ ସଭାପତି ସତ୍ୟ ନାରାୟଣ ପାଣି ଅତିଥି ପରିଚୟ ପ୍ରଦାନ କରିଥିଲେ। ମ୍ୟାଚକୁ ଅମ୍ପାୟାର ସତ୍ୟ ପ୍ରସାଦ ରଥ, ସୌମ୍ୟ ଦର୍ଶନ ମହାନ୍ତି ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ରୋମି ନାୟକ, ରିତିକ ଦେହୁରୀ ଏବଂ ରମାକାନ୍ତ ପ୍ରଧାନ ଧାରାବିବରଣୀ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri