Posted inଖେଳ

ବାମଣ୍ଡା କପ୍‌: କଟକକୁ ହରାଇ ଝାରସୁଗୁଡ଼ା ଫାଇନାଲରେ

ଦେବଗଡ଼,୩୦।୧୨:(ଡି.ଏନ୍‌.ଏ.): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡ଼ିୟମରେ ଚାଳିଥିବା ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ପ୍ରୋଗ୍ରେସିଭ ଝାରସୁଗୁଡ଼ା ଏବଂ ୟୁନିୟନ ସ୍ପୋର୍ଟିଂ କଟକ ମଧ୍ୟରେ ମ୍ୟାଚ୍‌ ହୋଇଥିଲା । ଏଥିରେ ଝାରସୁଗୁଡ଼ା ଦଳ କଟକକୁ ୭୦ ରନ୍‌ରେ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଝାରସୁଗୁଡ଼ା ଦଳ ଟସ୍‌ ଜିତି ବ୍ୟାଟିଂ କରି ୨୦ ଓଭରରେ ୬ ଉଇକେଟ ହରାଇ ୧୯୯ ରନ୍‌ କରିଥିଲା। ଦଳ ପକ୍ଷରୁ ଦିନେଶ ମାଝୀ ୪୩ଟି ବଲରେ ୭୬ ରନ୍‌ କରିଥିବା ବେଳେ ପୁଷ୍କର ରାଜ ୧୯ ବଲରେ ୩୩ ରନ୍‌ କରିଥିଲେ। କଟକର ପ୍ରଶାନ୍ତ ରାଣା ସର୍ବାଧିକ ୨ ଉଇକେଟ ନେଇଥିଲେ।

ଜବାବରେ କଟକ ଦଳ ବ୍ୟାଟିଂ କରି ୨୦ ଓଭରରେ ୯ ଉଇକେଟ ହରାଇ ୧୨୯ ରନ୍‌ କରି ପରାଜିତ ହୋଇଥିଲା। ଦଳ ପକ୍ଷରୁ ବିନାୟକ ସାହୁ ୩୨ ଓ ସତ୍ୟଜତି ଦଳାଇ ୨୧ ରନ୍‌ କରିଥିବା ବେଳେ ଝାରସୁଗୁଡ଼ା ଦଳର ଓମ ସିଂ ୩ଟି ଏବଂ ପ୍ରେମ ଭରଦ୍ବାଜ ୨ଟି ଉଇକେଟ ନେଇଥିଲେ। ଝାରସୁଗୁଡ଼ା ଦଳର ଦିନେଶ ମାଝୀ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଏବଂ ମ୍ୟାନ୍‌ ଅଫ ଦି ମ୍ୟାଚ୍‌ ଏବଂ ଶ୍ରେଷ୍ଠ ବୋଲର ଭାବେ ଓମ୍‌ ସିଂଙ୍କୁ ପୁରସ୍କୃତ କରାଯାଇଥିଲା । କ୍ଲବର ଉପସଭାପତି ଅଶୋକ ନନ୍ଦଙ୍କ ଅଧକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ତାଞ୍ଜାନିଆର ଭାରତୀୟ ରାଷ୍ଟ୍ରଦୂତ ବିନୟ ଶ୍ରୀକାନ୍ତ ପ୍ରଧାନ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବେ ସମାଜସେବୀ ଚିତ୍ତ ରଞ୍ଜନ ପ୍ରଧାନ ଓ ଭୋଳେଶର ପ୍ରଧାନ ଯୋଗଦେଇ ଉଦ୍‌ବୋଧନ ଦେବା ସହ ପୁରସ୍କାର ବିତରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ରବିବାର ପ୍ରସିଦ୍ଧ ଭାରତୀୟ ସଙ୍ଗୀତ ଗାୟିକା ଆଶା ଭୋସଲେଙ୍କ ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri