ବାମଣ୍ଡା କପ୍‌: କଟକକୁ ହରାଇ ସେମିରେ ସମ୍ବଲପୁର

ଦେବଗଡ଼,୨୫।୧୨(ଡି.ଏନ୍‌.ଏ.): ଦେବଗଡ଼ ଇନ୍ଦିରା ଗାନ୍ଧୀ ଷ୍ଟାଡ଼ିୟମରେ ୩୨ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟର ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ କଟକକୁ ହରାଇ ସମ୍ବଲପୁର ବିଜୟୀ ହୋଇଛି। କଟକ ରାଜିଜିଂ ଷ୍ଟୁଡେଣ୍ଟ ବନାମ ସମ୍ବଲପୁର ଆଭାର ଟାଇଗର ମଧ୍ୟରେ ଖେଳ ହୋଇଥିଲା। ଏଥିରେ ସମ୍ବଲପୁର ଦଳ ୬ ଉଇକେଟରେ କଟକକୁ ପରାସ୍ତ କରି ସେମିଫାଇନାଲକୁ ପ୍ରବେଶ କରିଛି।

ସମ୍ବଲପୁର ଟସ୍‌ ଜିତି କଟକକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। କଟକ ୨୦ ଓଭରରେ ୪ ଉଇକେଟ ହରାଇ ୧୩୮ ରନ୍‌ କରିଥିଲା। ଦଳ ପକ୍ଷରୁ ମୋରାଲ ପଣ୍ଡା ୬୨, ଅଭିନାଶ ନାୟକ ୩୬ ଓ ଗିରିଜା ବାରିକ ୩୨ ରନ୍‌ କରିଥିବା ବେଳେ ସମ୍ବଲପୁରର ୪ ବୋଲର ଗୋଟିଏ ଲେଖାଏଁ ଉଇକେଟ ନେଇଥିଲେ। ଜବାବରେ ସମ୍ବଲପୁର ବ୍ୟାଟିଂ କରି ୧୮ ଓଭରରେ ୪ ଉଇକେଟ ହରାଇ ୧୪୨ ରନ୍‌ କରି ବିଜୟୀ ହୋଇଥିଲା।

ଦଳ ପକ୍ଷରୁ ଋଷି ମେହେର ୬୧ରନ୍‌, ଏସ୍‌.କେ ଯାହାଙ୍ଗୀର ୨୯ ରନ୍‌ କରିଥିବା ବେଳେ କଟକ ଦଳର ସୌଭାଗ୍ୟ ମିଶ୍ର ୨ଟି ଉଇକେଟ ନେଇଥିଲେ। ମ୍ୟାଚରେ ବେଷ୍ଟ ବୋଲର କଟକର ସୌଭାଗ୍ୟ ମିଶ୍ର, ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଏବଂ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ଭାବେ ସମ୍ବଲପୁରର ଋଷି ମେହେରଙ୍କୁ ପୁରସ୍କୃତ କରାଯାଇଥିଲା। କ୍ଲବର ଉପସଭାପତି ଅଶୋକ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ତିଳେଇବଣି ବ୍ଲକ ଅଧ୍ୟକ୍ଷ ବୃନ୍ଦାବତୀ ଭୋଇ, ଉପାଧ୍ୟକ୍ଷା ଆରତୀ ପ୍ରଧାନ, ପୂର୍ବତନ ଜିଲା ପରିଷଦ ସଭ୍ୟ ଯୋଗେଶ ପ୍ରଧାନ ପ୍ରମୁଖ ଯୋଗଦେଇ ଖେଳାଳିଙ୍କୁ ଉଦ୍‌ବୋଧନ ଦେଇ ପୁରସ୍କାର ପ୍ରଦାନ କରିଥିଲେ। କ୍ଲବ ସମ୍ପାଦକ ସୁଜିତ କୁମାର ପ୍ରଧାନ ସ୍ବାଗତ ଭାଷଣ, ଉପସଭାପତି ସତ୍ୟନାରାୟଣ ପାଣି ଅତିଥି ପରିଚୟ ଓ ପ୍ରଦ୍ୟୁମ୍ନ ଭୁକ୍ତା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri