ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରନ୍ତି। କନ୍ଧ ଜନଜାତିର କିଛି ପରିବାର ସଦସ୍ୟଙ୍କୁ ବାଉଁଶ କାରିଗରୀ ଜୀବିକା ଦେଇଛି। ଏମାନେ ନିକଟ ଜଙ୍ଗଲରୁ ବାଉଁଶ ସଂଗ୍ରହ କରି ସେଥିରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ ତିଆରି କରୁଛନ୍ତି। ପରେ ଏହାକୁ ନିକଟସ୍ଥ ଆମପାଣି ଓ ପୂଜାରିଗୁଡା ସାପ୍ତାହିକ ହାଟରେ ବିକ୍ରି କରି ପରିବାର ପ୍ରତିପୋଷଣ କରୁଛନ୍ତି। ସପ୍ତାହରେ ୮ଶହରୁ ୧ ହଜାର ଟଙ୍କା ରୋଜଗାର କରୁଥିବା କହିଛନ୍ତି ବାଉଁଶ କାରିଗର ସୀତା ମାଝି, କୁନି ମାଝି, ଆଶା ମାଝି, ଚାଉଳ ମାଝି, ନୂଆ ମାଝି, ରଏବାରି ମାଝି, ପ୍ରଭୁ ମାଝି, କାଉରୁ ମାଝି ପ୍ରମୁଖ।
ପ୍ରତିଦିନ ସକାଳୁ ଆଦିବାସୀ ପରିବାରର ପୁରୁଷମାନେ ଜଙ୍ଗଲରୁ ବାଉଁଶ କାଟି ଘରକୁ ଆଣିଥାନ୍ତି। ପରେ ମହିଳାମାନେ ବାଉଁଶ ପାତିଆ ବାହାର କରି କୁଲା, ଟୋପା, ଡଲା, ଝାଡୁ, ବାଉଁଶ ତୋଳା ଆଦି ସାମଗ୍ରୀ ତିଆରି କରନ୍ତି। ଏହି କାର୍ଯ୍ୟରେ ପିଲା ଛୁଆ ସମସ୍ତେ ଲାଗିପଡନ୍ତି। ସରକାରଙ୍କ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଶ୍ରମିକମାନଙ୍କୁ ବର୍ଷକୁ ଶହେଦିନର କାର୍ଯ୍ୟ ଦିବସ ଯୋଗାଇଦେବା ବ୍ୟବସ୍ଥା ରହିଥିଲେ ମଧ୍ୟ ଏହି ଗାଁରେ ପହଞ୍ଚତ୍ପାରି ନାହିଁ। ଅନ୍ୟପଟେ ଏହି ଯୋଜନାରେ କାମ ଆସୁଥିଲେ ମଧ୍ୟ ମଜୁରି ମିଳିବାରେ ଡେରି ହେଉଥିବା ଯୋଗୁ ଏମାନେ କାମ କରିବା ପାଇଁ ଇଚ୍ଛା ପ୍ରକାଶ କରନ୍ତି ନାହିଁ ବୋଲି ସ୍ଥାନୀୟ ଜନପ୍ରତିନିଧି ପ୍ରକାଶ କରିଛନ୍ତି। ବାଉଁଶ କାରିଗରଙ୍କ ହାତ ତିଆରି ସାମଗ୍ରୀ ଯଦି ବ୍ଲକ ପ୍ରଶାସନ ସ୍ବୟଂସହାୟକ ଗୋଷ୍ଠୀ ଜରିଆରେ କ୍ରୟ କରି ପ୍ରୋତ୍ସାହିତ କରାଯାଆନ୍ତା ତା’ହେଲେ ଆଦିବାସୀ ପରିବାର ଉପଯୁକ୍ତ ବଜାର ମୂଲ୍ୟ ପାଇବା ସହ ଆତ୍ମନିର୍ଭରଶୀଳ ହୋଇପାରନ୍ତେ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri