ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ ୫୦ ଆଦିବାସୀ ପରିବାର ବସବାସ କରନ୍ତି। କନ୍ଧ ଜନଜାତିର କିଛି ପରିବାର ସଦସ୍ୟଙ୍କୁ ବାଉଁଶ କାରିଗରୀ ଜୀବିକା ଦେଇଛି। ଏମାନେ ନିକଟ ଜଙ୍ଗଲରୁ ବାଉଁଶ ସଂଗ୍ରହ କରି ସେଥିରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ ତିଆରି କରୁଛନ୍ତି। ପରେ ଏହାକୁ ନିକଟସ୍ଥ ଆମପାଣି ଓ ପୂଜାରିଗୁଡା ସାପ୍ତାହିକ ହାଟରେ ବିକ୍ରି କରି ପରିବାର ପ୍ରତିପୋଷଣ କରୁଛନ୍ତି। ସପ୍ତାହରେ ୮ଶହରୁ ୧ ହଜାର ଟଙ୍କା ରୋଜଗାର କରୁଥିବା କହିଛନ୍ତି ବାଉଁଶ କାରିଗର ସୀତା ମାଝି, କୁନି ମାଝି, ଆଶା ମାଝି, ଚାଉଳ ମାଝି, ନୂଆ ମାଝି, ରଏବାରି ମାଝି, ପ୍ରଭୁ ମାଝି, କାଉରୁ ମାଝି ପ୍ରମୁଖ।
ପ୍ରତିଦିନ ସକାଳୁ ଆଦିବାସୀ ପରିବାରର ପୁରୁଷମାନେ ଜଙ୍ଗଲରୁ ବାଉଁଶ କାଟି ଘରକୁ ଆଣିଥାନ୍ତି। ପରେ ମହିଳାମାନେ ବାଉଁଶ ପାତିଆ ବାହାର କରି କୁଲା, ଟୋପା, ଡଲା, ଝାଡୁ, ବାଉଁଶ ତୋଳା ଆଦି ସାମଗ୍ରୀ ତିଆରି କରନ୍ତି। ଏହି କାର୍ଯ୍ୟରେ ପିଲା ଛୁଆ ସମସ୍ତେ ଲାଗିପଡନ୍ତି। ସରକାରଙ୍କ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଶ୍ରମିକମାନଙ୍କୁ ବର୍ଷକୁ ଶହେଦିନର କାର୍ଯ୍ୟ ଦିବସ ଯୋଗାଇଦେବା ବ୍ୟବସ୍ଥା ରହିଥିଲେ ମଧ୍ୟ ଏହି ଗାଁରେ ପହଞ୍ଚତ୍ପାରି ନାହିଁ। ଅନ୍ୟପଟେ ଏହି ଯୋଜନାରେ କାମ ଆସୁଥିଲେ ମଧ୍ୟ ମଜୁରି ମିଳିବାରେ ଡେରି ହେଉଥିବା ଯୋଗୁ ଏମାନେ କାମ କରିବା ପାଇଁ ଇଚ୍ଛା ପ୍ରକାଶ କରନ୍ତି ନାହିଁ ବୋଲି ସ୍ଥାନୀୟ ଜନପ୍ରତିନିଧି ପ୍ରକାଶ କରିଛନ୍ତି। ବାଉଁଶ କାରିଗରଙ୍କ ହାତ ତିଆରି ସାମଗ୍ରୀ ଯଦି ବ୍ଲକ ପ୍ରଶାସନ ସ୍ବୟଂସହାୟକ ଗୋଷ୍ଠୀ ଜରିଆରେ କ୍ରୟ କରି ପ୍ରୋତ୍ସାହିତ କରାଯାଆନ୍ତା ତା’ହେଲେ ଆଦିବାସୀ ପରିବାର ଉପଯୁକ୍ତ ବଜାର ମୂଲ୍ୟ ପାଇବା ସହ ଆତ୍ମନିର୍ଭରଶୀଳ ହୋଇପାରନ୍ତେ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?