ଷ୍ଟାଡିୟମ ସୁରକ୍ଷାରେ ବାଉଁଶ ବାଡ଼

ସମ୍ବଲପୁର,୧୩ା୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୯ରେ ସମ୍ବଲପୁର ଗସ୍ତରେ ଆସିଥିବାବେଳେ ବିଜୁ ଯୁବ ବାହିନୀ ସମାବେଶରେ ଯୋଗଦେଇ ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମ ଉନ୍ନତି ପାଇଁ ୩ କୋଟି ଟଙ୍କା ଦେବାକୁ ଘୋଷଣା କରିଥିଲେ। ଇତିମଧ୍ୟରେ ୩ବର୍ଷ ବିତିଯାଇଥିଲେ ବି ଟଙ୍କା ଆସି ନାହିଁ। ତେଣୁ ବିକାଶ ମୂଳକ କାମରେ ବାଧା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଜିଲା କ୍ରୀଡା ସଂଘ ଉପସଭାପତି ଦୁଲାଲ ପ୍ରଧାନ ଏ ନେଇ ଅଭିଯୋଗ କରିବା ସହ ଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ ଦାବି କରିଛନ୍ତି।
ସେ ଅଭିଯୋଗ କରିଛନ୍ତି, ହକି ବିଶ୍ୱକପ ଓଡ଼ିଶାରେ ଆୟୋଜିତ ହେଉଛି। ଏହା ଆମ ପାଇଁ ଗର୍ବର ବିଷୟ। ଅନ୍ୟପଟେ ପ୍ରତି ଜିଲା ଓ ବ୍ଲକରେ ଷ୍ଟାଡିୟମ ନିର୍ମାଣ କରାଯାଉଛି। ହେଲେ ସମ୍ବଲପୁର ଜିଲାର ପୁରାତନ ଭିଏସ୍‌ଏସ୍‌ ଷ୍ଟାଡିୟମ ଅବହେଳିତ ହୋଇପଡିଛି। ଏହାର ବିକାଶ ପାଇଁ ୩ କୋଟି ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରି ୨ କୋଟିର ଏକ ଚେକ୍‌ ଜିଲା ପ୍ରଶାସନକୁ ହସ୍ତାନ୍ତର କରିଥିଲେ। ହେଲେ ଏହା କେବଳ କାଗଜପତ୍ରରେ ସୀମିତ ରହିଯାଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ଓ କ୍ରୀଡ଼ା ସଚିବ, କ୍ରୀଡ଼ାମନ୍ତ୍ରୀ ପ୍ରମୁଖଙ୍କୁ ଜିଲା କ୍ରୀଡାସଂଘର ସଦସ୍ୟମାନେ ଭେଟି ଅନୁରୋଧ କରିଥିଲେ। ୩ କୋଟି ନୁହେଁ, ଯାହା ଟଙ୍କା ଲାଗିବ ଦିଆଯିବ ବୋଲି ପ୍ରତିଶ୍ରୁତି ମିଳିଥିଲା। ଇଡ୍‌କୋକୁ ଟଙ୍କା ଦିଆଯାଇଛି, କାମ ହୋଇଯିବ ବୋଲି ମଧ୍ୟ କହିଥିଲେ। ହେଲେ ଉକ୍ତ ଟଙ୍କା ଆସି ନାହିଁ। ଅନ୍ୟପଟେ ଏକ ବିଶେଷଜ୍ଞ ଦଳ ଆସି ଫଟୋ, ଡ୍ରଇଁ ନେଇ ଫେରିଛନ୍ତି। ପ୍ରାୟ ଏକବର୍ଷ ହୋଇଯିବ ସବୁଠାରେ ବାରମ୍ବାର ଅଭିଯୋଗ ପରେ ମଧ୍ୟ କାର୍ଯ୍ୟକାରୀ ହୋଇପାରି ନାହିଁ। ଭିଏସ୍‌ଏସ୍‌ ଷ୍ଟାଡିୟମରେ ରଣଜୀ ଟ୍ରଫି, ଦେଓଧର ଟ୍ରଫି, ସିକେ ନାଇଡୁ ଟ୍ରଫି ଭଳି ଜାତୀୟ ସ୍ତରର କ୍ରିକେଟ ମ୍ୟାଚ ଆୟୋଜିତ ହେଉଛି। ଏହାସହ ଜିଲାସ୍ତରୀୟ ଖେଳକୁଦ ଆୟୋଜନ କରାଯାଉଛି। ତେଣୁ ଷ୍ଟାଡିୟମ ଉନ୍ନତି ନେଇ ପଦକ୍ଷେପ ନେବାକୁ ସେ ଦାବି କରିଥିଲେ। ଏ ସମ୍ପର୍କରେ ଇଡ୍‌କୋ ଅଧିକାରୀ ବିଧାନ ମାଝି କହିଛନ୍ତି, ଷ୍ଟାଡିୟମର ଜରୁରୀ ଆବଶ୍ୟକ ଥିବା କେତେକ କାମ କରାଯାଇଛି। ବଡ ଅନୁଦାନ ଆସି ନାହିଁ। ଅନୁଦାନ ଆସିବା ମାତ୍ରେ କାମ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?