Posted inଫୁରସତ

ମଣିଷ ସଭ୍ୟତା ସହ ବାଉଁଶର ଯାତ୍ରା

ମଣିଷ ସଭ୍ୟତା ଆରମ୍ଭରୁ ବାଉଁଶର ଯାତ୍ରା ଆରମ୍ଭ ହୋଇଛି। ଯେବେଠୁଁ ମଣିଷ ସ୍ଥାୟୀ ଭାବେ ଘର କରି ରହିବା ଆରମ୍ଭ କଲା, ସେବେଠାରୁ ବାଉଁଶ ଆବଶ୍ୟକ ସାମଗ୍ରୀ ମଧ୍ୟରେ ସାମିଲ ହୋଇ ଯାଇଥିଲା। ଶିକାର କରିବାରେ ବାଉଁଶ ଧନୁତୀର ସହିତ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ ହୋଇଥିଲା, ଯାହାକି ମନୁଷ୍ୟର ଖାଦ୍ୟ ଆବଶ୍ୟକତା ମେଣ୍ଟାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା। ଭେଳା ତିଆରି କରି ନଦୀ ପାର କରିବାରେ ବାଉଁଶର ବ୍ୟବହାର ମଧ୍ୟ କରାଯାଉଥିଲା। ସେହିପରି ବାସସ୍ଥାନ ନିର୍ମାଣର ବହୁ କ୍ଷେତ୍ରରେ ବାଉଁଶକୁ ବ୍ୟବହାର କରିବା ଆରମ୍ଭ ହୋଇଥିଲା। ଏବେ ବି ଗାଁ ଗଣ୍ଡାରେ ନଡ଼ାଛପର ଘରେ ବାଉଁଶର ଉପଯୋଗ କରାଯାଉଛି। ବାଉଁଶ ବିନା ନଡ଼ାଛପର ଘର ତିଆରି କରିବା ସମ୍ଭବ ନୁହେଁ।

ସେହିପରି ବନ୍ୟାରେ ନଦୀବନ୍ଧରେ ଅତଡ଼ା ଖସିଲେ ବାଉଁଶ ବାଡ଼ରେ ବାଲିବସ୍ତା ପକାଇ ଏହାକୁ ରୋକାଯାଏ। ବାଉଁଶ ଖାଦ୍ୟ, ବାସଗୃହ, ସୁରକ୍ଷା ପ୍ରଦାନ କରିବା ସହିତ ଏକ ଅର୍ଥକରୀ ଗଛର ଭୂମିକା ଗ୍ରହଣରେ ଅତୁଳନୀୟ ସାବ୍ୟସ୍ତ ହୋଇପାରିଛି। ପ୍ରାଚୀନ କାଳରୁ ଆରମ୍ଭ କରି ଏପର୍ଯ୍ୟନ୍ତ ବାଉଁଶ ମଣିଷର ଅତି ଆପଣାର ହୋଇ ରହିଛି। ତେଣୁ ବାଉଁଶ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଓ୍ବାଲର୍ଡ ବାମ୍ବୋ ଅର୍ଗାନାଇଜେଶନ ଗଠନ କରାଯାଇଥିଲା। ଏହାର ସଂରକ୍ଷଣ ଲାଗି ୨୦୦୯ ବ୍ୟାଙ୍କକର ୮ମ ଓ୍ବାଲର୍ଡ ବାମ୍ବୋ ସମ୍ମିଳନୀରେ ସେପ୍ଟେମ୍ବର ୧୮କୁ ‘ବିଶ୍ୱ ବାଉଁଶ ଦିବସ’ ଭାବେ ପାଳନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସେବେଠାରୁ ପ୍ରତିବର୍ଷ ଏହି ଦିବସ ପାଳନ କରାଯାଉଛି। ପରିବେଶ ବିଜ୍ଞାନୀଙ୍କ ମତାନୁସାରେ, ବାଉଁଶରୁ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ପ୍ରସ୍ତୁତ କରାଗଲେ ପ୍ରଦୂଷଣ ମାତ୍ରା ହ୍ରାସ ପାଇପାରିବ। ଏହା ସହିତ ବାଉଁଶ ଦ୍ୱାରା ଭାରତ ଭଳି ଦେଶର ଆର୍ଥିକ ବିକାଶ ମଧ୍ୟ ସମ୍ଭବ ହୋଇପାରିବ।

ଦିବସ ପାଳନ ଅବସରରେ ବାଉଁଶ ଚାଷକୁ ପ୍ରୋତ୍ସାହିତ କରାଯିବା ଲାଗି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ। ବାଉଁଶର ଆସବାବପତ୍ର, ଖାଦ୍ୟ, ଜୈବ ଇନ୍ଧନ, କପଡା ଆଦି ଅନେକ ବ୍ୟବହାର ରହିଛି। ତେଣୁ, ଆବଶ୍ୟକତା ବଜାୟ ରଖିବା ପାଇଁ ଏହାର ଚାଷ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପ୍ରତିବର୍ଷ ବିଶ୍ୱ ବାଉଁଶ ଦିବସ ଏକ ନିର୍ଦ୍ଦିଷ୍ଟ ବାର୍ତ୍ତା ବହନ କରିଥାଏ। ଚଳିତ ୨୦୨୩ ବର୍ଷ ପାଇଁ ଏହି ଦିବସର ବାର୍ତ୍ତା ହେଉଛି ‘ପରିବେଶ ସଂରକ୍ଷଣ ପାଇଁ ଏକ ଆହ୍ବାନ ମୂଳକ ପଦକ୍ଷେପ(ଏ କଲ ଟୁ ଆକ୍ସନ ଫର ଏନଭାର୍ନମେଣ୍ଟାଲ ପ୍ରିଜରଭେଶନ) ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri