Posted inଜାତୀୟ

ଜାନୁୟାରୀ ୨୨ ପର୍ଯ୍ୟନ୍ତ ନିର୍ବାଚନ ରାଲି ଉପରେ ରୋକ…

ନୂଆଦିଲ୍ଲୀ, ୧୫।୧ : ଦେଶରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ହେବାକୁ ଥିବା ରାଲି ଉପରେ ରୋକ ଜାନୁୟାରୀ ୨୨ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଶନିବାର ଏକ ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ପୂର୍ବରୁ ଜାନୁୟାରୀ ୧୫ ପର୍ଯ୍ୟନ୍ତ ରାଲି ଏବଂ ରୋଡ ଶୋ’ ଉପରେ ରୋକ ଲାଗୁ କରାଯାଇଥିଲା। ବୈଠକ ପରେ ରୋକ ଅବଧିରେ ପୁଣି ୭ ଦିନ ବୃଦ୍ଧି କରାଯାଇଛି। ଛୋଟ ଏବଂ ଇନଡୋର ରାଲି ଉପରେ ନିର୍ବାଚନ କମିଶନଙ୍କ ପକ୍ଷରୁ କଟକଣା କୋହଳ କରାଯାଇଛି।

ଏଭଳି ରାଲିରେ ଯୋଗଦେବା ଲୋକସଂଖ୍ୟା ୩୦୦ ଧାର୍ଯ୍ୟ କରାଯିବା ନେଇ ନିର୍ବାଚନ କମିଶନ ସହମତି ପ୍ରକାଶ କରିଛନ୍ତି। ଏହା ସହିତ ଘର ଘର ବୁଲି ପ୍ରଚାରକୁ ଅନୁମତି ପ୍ରଦାନ କରାଯାଇଛି। ସେହିପରି ଭର୍ଚୁଆଲ ମାଧ୍ୟମରେ ମଧ୍ୟ ପ୍ରଚାର କରିବାକୁ ଅନୁମତି ପ୍ରଦାନ କରାଯାଇଛି।

ଉତ୍ତରପ୍ରଦେଶ ଭଳି ବଡ଼ ରାଜ୍ୟରେ ବିନା ରାଲିରେ କିଭଳି ନିର୍ବାଚନ ପ୍ରଚାର କରାଯିବ ସେ ନେଇ ରାଜନୈତିକ ଦଳ ମଧ୍ୟରେ ଭାଳେଣି ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ୬ଟଙ୍କା କମିଲା ପେଟ୍ରୋଲ, ହେଲେ ଭାରତରେ ବଢିଗଲା ଦର

ଇସଲାମବାଦ,୨୩।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ଏବଂ ଅଶୋଧିତ ତୈଳ (Crude Oil) ଉପରେ ଥିବା ଚାପ ମଧ୍ୟରେ ପଡ଼ୋଶୀ ଦେଶ ପାକିସ୍ତାନରୁ…

ଏଲୋନ ମସ୍କଙ୍କ ଉପରେ ଗୁପ୍ତଚର କରୁଥିଲା କି ଚାଇନା? ୱେଟର ଭାବରେ ପହଞ୍ଚିଲେ ‘ଡ୍ରାଗନ’ର ସୁନ୍ଦରୀ ଏଜେଣ୍ଟ

ବେଜିଂ,୨୩।୫: ଚାଇନା ଦୀର୍ଘ ଦିନ ଧରି ଅନ୍ୟ ଦେଶରେ ଗୁପ୍ତଚର କାର୍ଯ୍ୟ କରୁଥିବା ଅଭିଯୋଗର ସମ୍ମୁଖୀନ ହୋଇଆସୁଛି। ଏବେ ଏହି ତାଲିକାରେ ଏକ ନୂତନ ଅଭିଯୋଗ ଯୋଡି…

ମା’ ନୁହେଁ, ପ୍ରଶଂସା ସାଉଁଟିଲେ ଆରାଧ୍ୟା

ଶେଷରେ ପୂର୍ବତନ ମିସ ୱାଲର୍‌ଡ ଐଶ୍ୱର୍ଯ୍ୟା ରାୟଙ୍କ କାନ୍ସ ୨୦୨୬ ଲୁକର ଫଟୋ ଆସିଛି। ଐଶ୍‌ ରେଡ କାର୍ପେଟରେ ଗୋଲାପୀ ଗାଉନ ଲୁକ ସହିତ ସମସ୍ତଙ୍କ ହୃଦୟ…

ପାରିବାରିକ କଳହର ଉଗ୍ରରୂପ: ଶଳାଙ୍କୁ ବସ୍‌ଷ୍ଟାଣ୍ଡରେ ଛୁରାମାଡ଼ କଲେ ଭିଣୋଇ

ଆସିକା,୨୩ା୫(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବସ୍‌ଷ୍ଟାଣ୍ଡଠାରେ ଶନିବାର ପୂର୍ବାହ୍ନରେ ଭିଣୋଇଙ୍କ ଛୁରାମାଡ଼ରେ ଶଳା ଗୁରୁତର ହୋଇଛନ୍ତି। ଆହତ ଶଳା ହେଉଛନ୍ତି କଂସ ଡାକୁଆ (୨୫)…

୧୦ ଦିନରେ କାହିଁକି ତୃତୀୟ ଥର ପାଇଁ ବଢିଲା ପେଟ୍ରୋଲ-ଡିଜେଲ ଦାମ? ଇଣ୍ଡିଆନ ଅଏଲ କହିଲା ଅସଲ କାରଣ

ନୂଆଦିଲ୍ଲୀ,୨୩।୬: ଶନିବାର, ମେ ୨୩, ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ପେଟ୍ରୋଲ ୮୭ ପଇସା ମହଙ୍ଗା ହୋଇଛି, ଯେତେବେଳେ…

ଗହୀରମଥାକୁ ଅଣ୍ଡାଦାନ ପାଇଁ ଆସିଥିଲେ ୬ ଲକ୍ଷରୁ ଊର୍ଦ୍ଧ୍ୱ ଅଲିଭ୍‌ ରିଡ୍‌ଲେ, ଅଣ୍ଡାଦାନ ନ କରି ଫେରିଗଲେ, ପରିବେଶବିତ୍‌ କହିଲେ…

ବିରଳ ଅଲିଭ ରିଡ୍‌ଲେ କଇଁଛଙ୍କ ବିଶ୍ୱର ସର୍ବବୃହତ୍‌ ପ୍ରଜନନସ୍ଥଳୀ ଭାବେ ପରିଚିତ ଗହୀରମଥା। କେନ୍ଦ୍ରାପଡା ଜିଲାର ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରେ ଥିବା ଏହି ସ୍ଥାନରେ ଚଳିତବର୍ଷ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ, ଟିଏମସି ନେତା ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର

କୋଲକାତା,୨୩।୫: ପଶ୍ଚିମବଙ୍ଗରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଦକ୍ଷିଣ ଦମ ଦମ ମ୍ୟୁନିସିପାଲିଟିର ତୃଣମୂଳ କଂଗ୍ରେସ କାଉନସିଲର ସଞ୍ଜୟ ଦାସଙ୍କ ମୃତଦେହ ତାଙ୍କ ବାସଭବନରେ ସନ୍ଦେହଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri