Posted inଜାତୀୟ

ଜମ୍ମୁ-କଶ୍ମୀରର ୩୩ ନେତାଙ୍କୁ ବିଦେଶ ଯିବା ମନା

ନୂଆଦିଲ୍ଲୀ,୧୪ ।୧୧: ଜମ୍ମୁ-କଶ୍ମୀରର ୩୩ ଜଣ ନେତାଙ୍କ ବିଦେଶ ଗସ୍ତ ଉପରେ ଅଙ୍କୁଶ ଲଗାଯାଇଛି । ଏହାସହ ନ୍ୟାଶନାଲ କନଫରେନ୍ସର ପୂର୍ବତନ ବିଧାୟକ ଅହମ୍ମଦ ୱାନି ଦୁବଇ ଗସ୍ତ କରୁଥିବା ସମୟରେ ତାଙ୍କୁ ଦିଲ୍ଲୀ ବିମାନ ବନ୍ଦରରେ ଅଟକାଇ ଦିଆଯାଇଥିବା ସୂଚନା ମଧ୍ୟ ମିଳିଛି । ଅଧିକାରୀଙ୍କ କହିବା କଥା ହେଲା ତାଙ୍କୁ ବିଦେଶ ଯାତ୍ରାର ଅନୁମତି ନାହିଁ । ଭିନ୍ନ ଭିନ୍ନ ଦଳର ନେତାଙ୍କୁ ବିଦେଶ ଯିବାକୁ ଅନୁମତି ଦିଆଯାଇ ନ ଥିବା ବେଳେ ଏମାନଙ୍କ ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଡା. ଫାରୁକ ଅବଦୁଲ୍ଲା, ଉମର ଅବଦୁଲ୍ଲ୍‌ା, ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତିଙ୍କ ନାମ ନ ଥିବା ଜଣାଡିଛି । ଅହମ୍ମଦ ୱାନି କହିଛନ୍ତି ଯେତେବେଳେ ଦିଲ୍ଲୀ ବିମାନ ବନ୍ଦରରୁ ସେ ଦୁବାଇ ଯାତ୍ରା କରିବା ସମୟରେ ତାଙ୍କୁ ବିମାନ ବନ୍ଦରରୁ ଏକ କୋଠରିକୁ ନିଆଯାଇଥିଲା ସେତେବେଳେ ସେ ଭାବିଥିଲେ ହୁଏତ ତାଙ୍କ ପାସପୋର୍ଟରେ କିଛି ସମସ୍ୟା ରହିଛି । ହେଲେ ସେଠାରେ ପ୍ରାୟ ତାଙ୍କୁ ୩ ଘଣ୍ଟା ରଖାଯିବା ପରେ ଘଟଣା ସମ୍ପର୍କରେ ଜଣାପଡିଥିଲା । ଅଧିକାରୀମାନେ କହିଥିଲେ କି ୨୦୨୧ ମାର୍ଚ୍ଚ ପର୍ଯ୍ୟନ୍ତ ତାଙ୍କୁ ବିଦେଶ ଗସ୍ତର ଅନୁମତି ନାହିଁ । ଏହାପରେ ତାଙ୍କୁ ପାସପୋର୍ଟ ଫେରାଇ ଦିଆଯାଇଥିଲା । ହେଲେ ସେତେବେଳେକୁ ତାଙ୍କ ପରିବାର ସଦସ୍ୟ ଦୁବଇ ଉଡି ସାରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

ବିନା ପ୍ରେସ୍‌କ୍ରିପ୍ସନରେ ବିକ୍ରି ହେବନି ୧୨%ରୁ ଅଧିକ ଆଲ୍‌କୋହଲଯୁକ୍ତ ଔଷଧ

ନୂଆଦିଲ୍ଲୀ,୧୧ା୭: ଆଲ୍‌କୋହଲଯୁକ୍ତ ଔଷଧର ଦୁରୁପଯୋଗ ହେଉଥିବାରୁ ଏହାକୁ ରୋକିବା ପାଇଁ କେନ୍ଦ୍ର ସରକାର ଔଷଧ ପ୍ରସ୍ତୁତି ନିୟମ ଡ୍ରଗ୍ସ ରୁଲ୍‌ସ, ୧୯୪୫ରେ ସଂଶୋଧନ ଆଣିଛନ୍ତି। ୧୨ ପ୍ରତିଶତରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri