ଲେଜି ପେ-କ୍ରିଡିଟ୍‌ ବି-ବୁଡି ଲୋନ ଉପରୁ ହଟିଲା ପ୍ରତିବନ୍ଧକ…

ନୂଆଦିଲ୍ଲୀ,୧୨।୨ : ଭାରତ ସରକାର କେତେକ ଋଣ ଆପ କମ୍ପାନୀ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଚାଇନ ସହିତ ଲିଙ୍କ୍‌ ଥିବା ଅଭିଯୋଗ ପରେ ସରକାର ଏହି କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଫଳରେ ୨୨୦ ଟି ଆପ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା।

କିନ୍ତୁ ଅନୁସନ୍ଧାନ ପରେ ସରକାର ଲେଜି ପେ-କ୍ରିଡିଟ୍‌ ବି-ବୁଡି ଲୋନ ଭଳି ଲୋକପ୍ରିୟ ଆପ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏହି ପଦକ୍ଷେପ ବିଷୟରେ ସରକାର ସୂଚନା ଦେଇଛନ୍ତି । ଯେଉଁଥିରେ କୁହାଯାଇଛି ଯେ ଏହି କମ୍ପାନୀଗୁଡିକର ଚାଇନା ସହିତ କୌଣସି ସମ୍ପର୍କ ଥିବା ତଥ୍ୟ ମିଳି ନାହିଁ। ଏଭଳି ପରିସ୍ଥିତିରେ ସରକାର ସେମାନଙ୍କ ଉପରେ ଥିବା ପ୍ରତିବନ୍ଧକକୁ ହଟାଉଛନ୍ତି। କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ଅଳ୍ପ ସମୟ ପାଇଁ ଅସୁରକ୍ଷିତ ଋଣ ନେଉଥିବା ଲୋକେ ସର୍ବାଧିକ ଲାଭାନ୍ବିତ ହେବେ।

ମିଡିଆ ରିପୋର୍ଟ ଅନୁଯାୟୀ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏହି ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିରେ ସରକାର ସ୍ପଷ୍ଟ ଭାବେ କହିଛନ୍ତି ଯେ ଚାଇନା ସହିତ ସମ୍ପର୍କକୁ ନେଇ ସରକାର ଚିନ୍ତା କରୁଥିବା ଏହି କମ୍ପାନୀଗୁଡିକ ବିରୋଧରେ କୌଣସି ପ୍ରମାଣ ମିଳି ନାହିଁ।
ପ୍ରତିବନ୍ଧକକୁ ହଟାଯାଇଥିବା ଆପ୍‌ ମଧ୍ୟରେ କିସ୍ତ,ଇଣ୍ଡିଆବୁଲ୍ସ ହୋମ ଲୋନ୍ସ ଲୋକପ୍ରିୟ ପ୍ଲାଟଫର୍ମର ନାମ ମଧ୍ୟ ରହିଛି।

ସରକାର ଏହି କମ୍ପାନୀଗୁଡିକରୁ ଏହି ପ୍ରତିବନ୍ଧକ ହଟାଇ ଦେଇଛନ୍ତି, କିନ୍ତୁ ଏହା ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ଯେ ଏହି କମ୍ପାନୀଗୁଡିକ ଧାର୍ଯ୍ୟ ସୀମାଠାରୁ ଅଧିକ ସୁଧ ସଂଗ୍ରହ କରିବେ ନାହିଁ କିମ୍ବା ଟଙ୍କା ଆଦାୟ ପାଇଁ କାହାକୁ ମାନସିକ ସ୍ତରରେ ହଇରାଣ କରିବେ ନାହିଁ।

ସୂଚନାଯୋଗ୍ୟ,ଭାରତର ଅନେକ ଲୋକ ନ କଲି ଋଣ କମ୍ପାନୀଗୁଡିକର ଠକାମୀର ଶିକାର ହୋଇଛନ୍ତି। ଯଦିଓ ସରକାର ଏପରି ନକଲି କମ୍ପାନୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ଠିକ ଭାବରେ କାର୍ଯ୍ୟ କରୁଥିବା ସେହି କମ୍ପାନୀଗୁଡିକୁ ସରକାର ହଇରାଣ କରିବେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri