ଲେଜି ପେ-କ୍ରିଡିଟ୍‌ ବି-ବୁଡି ଲୋନ ଉପରୁ ହଟିଲା ପ୍ରତିବନ୍ଧକ…

ନୂଆଦିଲ୍ଲୀ,୧୨।୨ : ଭାରତ ସରକାର କେତେକ ଋଣ ଆପ କମ୍ପାନୀ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଚାଇନ ସହିତ ଲିଙ୍କ୍‌ ଥିବା ଅଭିଯୋଗ ପରେ ସରକାର ଏହି କମ୍ପାନୀଗୁଡିକ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ଫଳରେ ୨୨୦ ଟି ଆପ ଉପରେ ପ୍ରତିବନ୍ଧକ ଲଗାଯାଇଥିଲା।

କିନ୍ତୁ ଅନୁସନ୍ଧାନ ପରେ ସରକାର ଲେଜି ପେ-କ୍ରିଡିଟ୍‌ ବି-ବୁଡି ଲୋନ ଭଳି ଲୋକପ୍ରିୟ ଆପ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏହି ପଦକ୍ଷେପ ବିଷୟରେ ସରକାର ସୂଚନା ଦେଇଛନ୍ତି । ଯେଉଁଥିରେ କୁହାଯାଇଛି ଯେ ଏହି କମ୍ପାନୀଗୁଡିକର ଚାଇନା ସହିତ କୌଣସି ସମ୍ପର୍କ ଥିବା ତଥ୍ୟ ମିଳି ନାହିଁ। ଏଭଳି ପରିସ୍ଥିତିରେ ସରକାର ସେମାନଙ୍କ ଉପରେ ଥିବା ପ୍ରତିବନ୍ଧକକୁ ହଟାଉଛନ୍ତି। କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ଅଳ୍ପ ସମୟ ପାଇଁ ଅସୁରକ୍ଷିତ ଋଣ ନେଉଥିବା ଲୋକେ ସର୍ବାଧିକ ଲାଭାନ୍ବିତ ହେବେ।

ମିଡିଆ ରିପୋର୍ଟ ଅନୁଯାୟୀ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏହି ପ୍ରତିବନ୍ଧକକୁ ହଟାଇ ଦେଇଛି। ଏଥିରେ ସରକାର ସ୍ପଷ୍ଟ ଭାବେ କହିଛନ୍ତି ଯେ ଚାଇନା ସହିତ ସମ୍ପର୍କକୁ ନେଇ ସରକାର ଚିନ୍ତା କରୁଥିବା ଏହି କମ୍ପାନୀଗୁଡିକ ବିରୋଧରେ କୌଣସି ପ୍ରମାଣ ମିଳି ନାହିଁ।
ପ୍ରତିବନ୍ଧକକୁ ହଟାଯାଇଥିବା ଆପ୍‌ ମଧ୍ୟରେ କିସ୍ତ,ଇଣ୍ଡିଆବୁଲ୍ସ ହୋମ ଲୋନ୍ସ ଲୋକପ୍ରିୟ ପ୍ଲାଟଫର୍ମର ନାମ ମଧ୍ୟ ରହିଛି।

ସରକାର ଏହି କମ୍ପାନୀଗୁଡିକରୁ ଏହି ପ୍ରତିବନ୍ଧକ ହଟାଇ ଦେଇଛନ୍ତି, କିନ୍ତୁ ଏହା ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ଯେ ଏହି କମ୍ପାନୀଗୁଡିକ ଧାର୍ଯ୍ୟ ସୀମାଠାରୁ ଅଧିକ ସୁଧ ସଂଗ୍ରହ କରିବେ ନାହିଁ କିମ୍ବା ଟଙ୍କା ଆଦାୟ ପାଇଁ କାହାକୁ ମାନସିକ ସ୍ତରରେ ହଇରାଣ କରିବେ ନାହିଁ।

ସୂଚନାଯୋଗ୍ୟ,ଭାରତର ଅନେକ ଲୋକ ନ କଲି ଋଣ କମ୍ପାନୀଗୁଡିକର ଠକାମୀର ଶିକାର ହୋଇଛନ୍ତି। ଯଦିଓ ସରକାର ଏପରି ନକଲି କମ୍ପାନୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଜାରି ରଖିବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ଠିକ ଭାବରେ କାର୍ଯ୍ୟ କରୁଥିବା ସେହି କମ୍ପାନୀଗୁଡିକୁ ସରକାର ହଇରାଣ କରିବେ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri