Posted inଜାତୀୟ

ସରକାରୀ କର୍ମଚାରୀଙ୍କ ଛୁଟି ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ଡେରାଡୁନ,୫।୭: ଉତ୍ତରାଖଣ୍ଡ ସରକାର ସରକାରୀ କର୍ମଚାରୀଙ୍କ ଛୁଟି ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ମୌସୁମୀ ସମୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ କୌଣସି ବ୍ୟାଘାତ ନ ହେବା ପାଇଁ ଏହି ନିଷେଧାଦେଶ ଲାଗୁ କରାଯାଇଛି। ଏସମ୍ପର୍କରେ ରାଜ୍ୟର ମୁଖ୍ୟ ଶାସନ ସଚିବ ସୁଖବୀର ସିଂ ସନ୍ଧୁ ମଙ୍ଗଳବାର ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ମୌସୁମୀ ସମୟରେ ପ୍ରବଳ ବର୍ଷା, ବନ୍ୟା, ଭୂସ୍ଖଳନ, ବାଦଲ ଫଟା ଭଳି ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ କେତେକ ଜିଲା ଅଧିକ ପ୍ରଭାବିତ ହୋଇଥାଏ। ଏଥିସହ ଜନଜୀବନ ମଧ୍ୟ କ୍ଷତି ହୋଇଥାଏ। ତେଣୁ ସମସ୍ତ ବିଭାଗର ମୁଖ୍ୟ ତଥା ଜିଲାପାଳଙ୍କୁ ଦିଆଯାଇଥିବା ଏହି ଆଦେଶରେ କୁହାଯାଇଛି ଯେ, କିଛି ଅଧିକାରୀ ଏବଂ କର୍ମଚାରୀ ସେମାନଙ୍କ ଉଚ୍ଚ ପଦାଧିକାରୀଙ୍କଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଛୁଟି ନେଇଥାନ୍ତି। ଫଳରେ ବିପର୍ଯ୍ୟୟ ସମୟରେ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ବାଧା ସୃଷ୍ଟି ହୋଇଥାଏ। ମୌସୁମୀ ଅବଧି ତଥା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଅନାବଶ୍ୟକ ପରିସ୍ଥିତି ବ୍ୟତୀତ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ମଞ୍ଜୁର କରାଯିବା ଉଚିତ ନୁହେଁ ଏବଂ ଯଦି ଛୁଟି ମଞ୍ଜୁର ହୁଏ, ତେବେ ସେହି ଅଧିକାରୀ କିମ୍ବା କର୍ମଚାରୀଙ୍କ ସ୍ଥାନରେ ଅନ୍ୟ କେହି ପୋଷ୍ଟ କରାଯିବା ନିଶ୍ଚିତ ହେବା ଉଚିତ ବୋଲି ସନ୍ଧୁ କହିଛନ୍ତି। ସୂଚନାଯୋଗ୍ୟ, ନିକଟରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏକ ବୈଠକ କରି କହିଥିଲେ ଯେ, ବିପର୍ଯ୍ୟୟ ଦୃଷ୍ଟିରୁ ଆସନ୍ତା ୩ମାସ ରାଜ୍ୟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ସମୟ ମଧ୍ୟରେ ଅଧିକାରୀ ଏବଂ କର୍ମଚାରୀଙ୍କୁ ଛୁଟି ଦିଆଯିବା ଉଚିତ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ…

ପାରିବାରିକ କଳହର କରୁଣ ପରିଣତି, ଶାଶୁ-ଶଳାଙ୍କୁ ଛୁରୀ ଭୁସିଲେ ଜ୍ବାଇଁ

ଲକ୍ଷ୍ନୌ,୧୬ା୩: ଉତ୍ତରପ୍ରଦେଶ ବରେଲି ଜିଲାର ଇଜ୍ଜତନଗର ପୋଲିସ ଷ୍ଟେସନ ଅଞ୍ଚଳର ରାହପୁରା ଚୌଧୁରୀ ଅଞ୍ଚଳରେ ସୋମବାର ଏକ ପାରିବାରିକ ବିବାଦର ସମାଧାନ ପାଇଁ ଏକ ବୈଠକ ବସିଥିଲା…

ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜୟ ମହାପାତ୍ରଙ୍କ ବିସ୍ଫୋରକ ବୟାନ, ଆଗକୁ ଓଡ଼ିଶା ରାଜନୀତିରେ…

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନକୁ ନେଇ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ଆଗକୁ ରାଜ୍ୟରେ ଏକ ବଡ଼ ରାଜନୈତିକ ପରିବର୍ତ୍ତନ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା,…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri