Posted inଜାତୀୟ

ଜାତୀୟ ଉଦ୍ୟାନ, ଅଭୟାରଣ୍ୟ ନିକଟରେ ଖଣି ଖନନ ମନା

ନୂଆଦିଲ୍ଲୀ,୧୪ା୧୧: ସରଣ୍ଡା ଜଙ୍ଗଲର ୧୨୬ଟି ଅଞ୍ଚଳକୁ ୩ ମାସ ମଧ୍ୟରେ ବନ୍ୟପ୍ରାଣୀ ଅଭୟାରଣ୍ୟ ଘୋଷଣା କରିବାକୁ ସର୍ବୋଚ୍ଚ ଅଦାଲତ ଝାଡ଼ଖଣ୍ଡ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଉକ୍ତ ଅଞ୍ଚଳ ସୀମାର ୧ କିଲୋମିଟର ପରିଧି ମଧ୍ୟରେ କୌଣସି ପ୍ରକାର ଖଣି ଖନନ କାର୍ଯ୍ୟ ନିଷିଦ୍ଧ କରିବାକୁ ଅଦାଲତ କହିଛନ୍ତି। ସଂରକ୍ଷିତ ଅଞ୍ଚଳର ୧ କିଲୋମିଟର ମଧ୍ୟରେ ଖଣି ଖନନ କାର୍ଯ୍ୟ ବନ୍ୟପ୍ରାଣୀଙ୍କ ପ୍ରତି ବିପଜ୍ଜନକ ବୋଲି ସର୍ବୋଚ୍ଚ ଅଦାଲତଙ୍କ ସୁସଂଗତ ଦୃଷ୍ଟିକୋଣ ରହିଆସିଛି। ଯଦିଓ ଗୋଆ ଫାଉଣ୍ଡେଶନ ମାମଲାରେ ଗୋଆ ସରକାରଙ୍କୁ ଏଭଳି ନିର୍ଦ୍ଦେଶ ଜାରି ହୋଇଥିଲା, ସାରା ଭାରତ ପାଇଁ ଏଭଳି ନିର୍ଦ୍ଦେଶ ଜାରି ହେବାର ଆବଶ୍ୟକତା ରହିଥିବା ଖଣ୍ଡପୀଠ କହିଛନ୍ତି। ଜାତୀୟ ଉଦ୍ୟାନ ଓ ବନ୍ୟପ୍ରାଣୀ ଅଭୟାରଣ୍ୟ ଏବଂ ସେଗୁଡ଼ିକର ସୀମାଠାରୁ ୧ କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳରେ ଖଣି ଖନନ ପାଇଁ ଅନୁମତି ଦିଆଯିବ ନାହିଁ ବୋଲି ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଅଞ୍ଚଳକୁ ବନ୍ୟପ୍ରାଣୀ ଅଭୟାରଣ୍ୟ ଭାବେ ବିଜ୍ଞପିତ କରିବା ପାଇଁ ଶୀର୍ଷ ଅଦାଲତ ଝାଡ଼ଖଣ୍ଡ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ଉକ୍ତ ଅଞ୍ଚଳର ଆଦିବାସୀ ଓ ବନବାସୀମାନଙ୍କ ଅଧିକାରର ସୁରକ୍ଷା ହେବା ଆବଶ୍ୟକ। ସେଥିପାଇଁ ରାଜ୍ୟ ସରକାର ଉକ୍ତ ବିଜ୍ଞପ୍ତିର ବ୍ୟାପକ ପ୍ରସାରଣ କରିବାକୁ ଖଣ୍ଡପୀଠ କହିଛନ୍ତି। ପରିବେଶ ସମୃଦ୍ଧ ସରଣ୍ଡା ଅଞ୍ଚଳକୁ ସଂରକ୍ଷିତ ଜଙ୍ଗଲ ଘୋଷଣା କରିବାକୁ ସୁପ୍ରିମକୋର୍ଟ ପୂର୍ବରୁ ଝାଡ଼ଖଣ୍ଡ ସରକାରଙ୍କୁ କହିଥିଲେ। ପଶ୍ଚିମ ସିଂହଭୂମ ଜିଲା ଅନ୍ତର୍ଗତ ସରଣ୍ଡା ଏବଂ ସାସଙ୍ଗଡାବୁରୁ ଜଙ୍ଗଲ ଅଞ୍ଚଳକୁ ଯଥାକ୍ରମେ ବନ୍ୟପ୍ରାଣୀ ଅଭୟାରଣ୍ୟ ଏବଂ ସଂରକ୍ଷିତ ରିଜର୍ଭ ଭାବେ ବିଜ୍ଞପିତ କରିବା ପାଇଁ ଦୀର୍ଘଦିନର ପ୍ରସ୍ତାବ ସହ ଏହା ଜଡ଼ିତ। ମୂଳ ପ୍ରସ୍ତାବ ୩୧,୪୬୮.୨୫ ହେକ୍ଟର ପରିବର୍ତ୍ତେ ୫୭,୫୧୯.୪୧ ହେକ୍ଟର ଅଞ୍ଚଳକୁ ଅଭୟାରଣ୍ୟ ଭାବେ ବିଜ୍ଞପିତ କରିବା ପାଇଁ ପ୍ରସ୍ତାବ ରହିଥିବା ଝାଡ଼ଖଣ୍ଡ ସରକାର ପୂର୍ବରୁ ସତ୍ୟପାଠ ଜରିଆରେ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri