ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ମନା: ପ୍ରଶ୍ରୟ ଦେଲେ ….

ଭୁବନେଶ୍ୱର,୧୩ା୧(ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ଆଇନଶୃଙ୍ଖଳା ରକ୍ଷା ସହ ଲୋକଙ୍କ ସୁରକ୍ଷାକୁ ଦୁଷ୍ଟିରେ ରଖି ସୋମବାର ଖଣ୍ଡଗିରି ଥାନା ପୋଲିସ ଏବଂ ଯାତ୍ରା କମିଟି ମଧ୍ୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଯାତ୍ରା ପେଣ୍ଡାଲରେ ଅଶ୍ଳୀଳତାକୁ ନେଇ ଆଲୋଚନା ହୋଇଛି। ଯେଉଁ ଯାତ୍ରା କମିଟି ଅଶ୍ଳୀଳ ନୃତ୍ୟକୁ ପ୍ରୋତ୍ସାହନ ଦେବ ବା କରାଇବ, ଉକ୍ତ କମିଟି ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଥାନା ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି। ଏଥର ଯାତ୍ରା ପେଣ୍ଡାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ରହିବ। ସେହିପରି ଯାତ୍ରା ପେଣ୍ଡାଲର ପ୍ରବେଶ ପଥ ସୁଗମ କରିବା ସହ ଜୁରୀରିକାଳୀନ ଦ୍ୱାର ରଖିବାକୁ କୁହାଯାଇଛି। ପୋଲିସ ମଧ୍ୟ ଏହାକୁ ପ୍ରତିଦିନ ଯାଞ୍ଚ କରିବ। ଯେପରି ଯାତ୍ରା ଦେଖିବା ସମୟରେ କୌଣସି ମହିଳା ଅସଦାଚରଣ କିମ୍ବା ଲୁଟ୍‌ପାଟର ଶିକାର ନ ହୁଅନ୍ତି, ସେଥିଲାଗି ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମେଳା ଓ ଯାତ୍ରାକୁ ସୂଚାରୁରୂପେ ପରିଚାଳନା ପାଇଁ ପ୍ରାୟ ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ଦିନ ୨ଟାରୁ ରାତି ୧୧ଟା ଓ ରାତି ୧୧ଟାରୁ ପରଦିନ ସକାଳ ପର୍ଯ୍ୟନ୍ତ ଦୁଇଟି ସିଫ୍ଟରେ ୧୦ଜଣ ପୋଲିସ ଅଧିକାରୀ ନିୟୋଜିତ ହେବେ। ଏଥିସହିତ ବିଭିନ୍ନ ସ୍ଥାନରେ ସିସିଟିଭି ଲାଗିବ। ପୋଲିସର ଅସ୍ଥାୟୀ କଣ୍ଟ୍ରୋଲ ରୁମ୍‌ ବସି ଅଧିକାରୀମାନେ ସିସିଟିଭି ମାଧ୍ୟମରେ ମେଳା ଉପରେ ନଜର ରଖିବେ। ସାଦା ପୋଷାକରେ ମହିଳା ଓ ପୁରୁଷ ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯିବ। ସେମାନେ ଖଣ୍ଡଗିରି ଓ ଉଦୟଗିରି ପାହାଡ଼ରେ ଫୁଟ୍‌ ପାଟ୍ରୋଲିଂ କରିବେ। ସେପଟେ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ପାଇଁ ଟ୍ରାଫିକ ପୋଲିସ ପକ୍ଷରୁ ବ୍ୟବସ୍ଥା ହୋଇଛି। ୨୦ଜଣ ଟ୍ରାଫିକ କନ୍‌ଷ୍ଟେବଳ ଓ ଜଣେ ଅଧିକାରୀ ଟ୍ରାଫିକ ପରିଚାଳନା ଦାୟିତ୍ୱରେ ରହିବେ। ଆହୁରି ମଧ୍ୟ ଅନେକ ବିଷୟରେ ଏହି ବୈଠକରେ ଆଲୋଚନା ହୋଇଥିବା ଥାନା ଅଧିକାରୀ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri