Posted inଜାତୀୟ

Coldrif କଫ ସିରପ୍‌ ବିକ୍ରୟ ଉପରେ ଲାଗିଲା ବ୍ୟାନ୍‌: ୯ ଶିଶୁ ମୃତ୍ୟୁପରେ ଚେତିଲେ ମୋହନ ସରକାର

ଭୋପାଳ,୪।୧୦: ମଧ୍ୟପ୍ରଦେଶର ଛିନ୍ଦୱାଡାରେ କଫ ସିରପ୍‌ ଖାଇ ୯ ଜଣ ଶିଶୁଙ୍କ ମୃତ୍ୟୁପରେ, ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଯାଦବ ସାରା ରାଜ୍ୟରେ Coldrif କଫ ସିରପ ବିକ୍ରୟ ଉପରେ ନିଷେଧ କରିଛନ୍ତି। ଏହି ଘଟଣା ସମଗ୍ର ରାଜ୍ୟକୁ ଚକିତ କରିଛି। ସରକାର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ସିରପ ଏବଂ ଏହାର ଉତ୍ପାଦ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ତଦନ୍ତ ଆରମ୍ଭ କରିଛନ୍ତି।

ଏହି ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଯାଦବ କହିଛନ୍ତି, Coldrif ସିରପ ଯୋଗୁ ଛିନ୍ଦୱାଡାରେ ପିଲାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦ। ଏହି ସିରପ ବିକ୍ରୟ ସମଗ୍ର ମଧ୍ୟପ୍ରଦେଶରେ ନିଷେଧ କରାଯାଇଛି। ସିରପ କମ୍ପାନୀର ଅନ୍ୟାନ୍ୟ ଉତ୍ପାଦ ବିକ୍ରୟ ଉପରେ ମଧ୍ୟ ନିଷେଧ କରାଯାଉଛି। ଏହି ସିରପ ତାମିଲନାଡୁର କାଞ୍ଚିପୁରମରେ ଅବସ୍ଥିତ ଏକ କାରଖାନାରେ ଉତ୍ପାଦନ କରାଯାଏ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ସିରପ ତିଆରି କାରଖାନା କାଞ୍ଚିପୁରମରେ ଅବସ୍ଥିତ ହୋଇଥିବାରୁ, ଘଟଣା ବିଷୟରେ ଜାଣିବା ପରେ ରାଜ୍ୟ ସରକାର ତାମିଲନାଡୁ ସରକାରଙ୍କୁ ତଦନ୍ତ କରିବାକୁ କହିଥିଲେ। ଆଜି ସକାଳେ ତଦନ୍ତ ରିପୋର୍ଟ ମିଳିଛି। ରିପୋର୍ଟ ଆଧାରରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ସ୍ଥାନୀୟ ଏବଂ ରାଜ୍ୟ ସ୍ତରରେ ତଦନ୍ତ ଦଳ ସକ୍ରିୟ ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଶୁମାନଙ୍କ ଦୁଃଖଦ ମୃତ୍ୟୁ ପରେ ସ୍ଥାନୀୟ ସ୍ତରରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ଘଟଣାର ତଦନ୍ତ ପାଇଁ ରାଜ୍ୟ ସ୍ତରରେ ମଧ୍ୟ ଏକ ଦଳ ଗଠନ କରାଯାଇଛି। ଦୋଷୀମାନଙ୍କୁ ଯେକୌଣସି ମୂଲ୍ୟରେ ଛଡ଼ାଯିବ ନାହିଁ।

ଛିନ୍ଦୱାଡ଼ାରେ ଘଟିଥିବା ଏହି ଘଟଣା ପୁଣି ଥରେ ଔଷଧ ନିର୍ମାଣକାରୀ କମ୍ପାନୀଗୁଡ଼ିକର ଗୁଣବତ୍ତା ନିୟନ୍ତ୍ରଣ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛି। ରାଜ୍ୟ ଏବଂ କେନ୍ଦ୍ର ସରକାରୀ ସ୍ତରରେ ତଦନ୍ତ ଚାଲିଛି ଏବଂ ଆଗାମୀ ଦିନରେ ଆହୁରି ଗୁରୁତ୍ୱପୂର୍ଣ୍ଣ ପ୍ରକାଶ ପାଇବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri