ଅବକାରୀ ସାମଗ୍ରୀ ବିକ୍ରି ଉପରେ ନିଷେଧାଦେଶ

କଟକ,୨୨ା୫(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ କଟକ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଆଠଗଡ଼, ବାଙ୍କୀ ଓ ବଡ଼ମ୍ବା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ଗୁରୁତ୍ୱ ଦିଆଯାଇଛି। ଶାନ୍ତିପୂର୍ଣ୍ଣ ଭୋଟଗ୍ରହଣକୁ ସୁନିଶ୍ଚିତ କରିବା ପାଇଁ ସମସ୍ତ ପ୍ରକାର ଅବକାରୀ ସାମଗ୍ରୀ ବିକ୍ରି ଉପରେ ନିଷେଧାଦେଶ ଜାରି କରାଯାଇଛି। ଏପରିକି ଏହିସବୁ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କଟକ ଜିଲାର ୧୦ କିଲୋମିଟର ପରିସୀମାରେ ଅବସ୍ଥିତ ସମସ୍ତ ଅବକାରୀ ସାମଗ୍ରୀ ବିକ୍ରୟ ଦୋକାନକୁ ବନ୍ଦ ରଖାଯିବ। ସେଥିପାଇଁ ସେଗୁଡ଼ିକୁ ସିଲ୍‌ କରାଯିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ଏଥିସହ କଟକ ଜିଲାରେ ୨୩ ତାରିଖ ଅପରାହ୍ନ ୪ଟାରୁ ୨୫ ତାରିଖ ମତଦାନ ଶେଷ ହେବା ପର୍ଯ୍ୟନ୍ତ ଏବଂ ୪ ତାରିଖ ଭୋଟ୍‌ ଗଣତି ବେଳେ ସାରାଦିନ ଅବକାରୀ ସାମଗ୍ରୀ ଦୋକାନଗୁଡିକ ବନ୍ଦ ରହିବ।
ସ୍ବଚ୍ଛ ଓ ନିରପେକ୍ଷ ନିର୍ବାଚନ ତଥା ଭୋଟଗଣତି ନିମନ୍ତେ ନିର୍ବାଚନ ଶେଷ ହେବାର ୪୮ ଘଣ୍ଟା ପୂର୍ବରୁ କଟକଣା ଜାରି କରାଯାଇଛି। ଏହି ୪୮ ଘଣ୍ଟା ପୂର୍ବର ସମୟ ସମେତ ଭୋଟଗଣତି ଦିନ କୌଣସି ସ୍ପିରିଟଯୁକ୍ତ ପାନୀୟ, ଫର୍ମମେଣ୍ଟେଡ୍‌ ବା ବିଷାକ୍ତ ମଦ୍ୟ କିମ୍ବା ଏହିଭଳି ଅନ୍ୟ କୌଣସି ପଦାର୍ଥ କୌଣସି ହୋଟେଲ୍‌, ଖାଇବା ଘର, ମଧୁଶାଳା, ଦୋକାନ, କୌଣସି ସରକାରୀ ବା ବେସରକାରୀ ସ୍ଥାନରେ ବିକ୍ରୟ କିମ୍ବା ବଣ୍ଟନ କରାଯାଇପାରିବ ନାହିଁ। ଏହି ନିଷିଦ୍ଧ ସମୟ ମଧ୍ୟରେ ମଦ୍ୟ ପ୍ରସ୍ତୁତକାରୀ କମ୍ପାନୀମାନେ କେବଳ ମଦ୍ୟ ପ୍ରସ୍ତୁତ କରିପାରିବେ। ଏହାକୁ ରପ୍ତାନୀ କିମ୍ବା ସ୍ଥାନାନ୍ତରଣ କରିପାରିବେ ନାହିଁ। ଲାଇସେନସ୍‌ପ୍ରାପ୍ତ ମଦ୍ୟ ବିକ୍ରେତାମାନେ ଏହି ନିଷିଦ୍ଧ ସମୟ ମଧ୍ୟରେ ଷ୍ଟକ୍‌ ଉଠାଇ ପାରିବେ ନାହିଁ। ଏହି ନିର୍ଦ୍ଦେଶନାମା ପାଳନରେ ଖିଲାପ କଲେ ଆଇନ୍‌ ଅନୁଯାୟୀ ଦଣ୍ଡବିଧାନ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?