ଗୁଡ଼ିରେ ମାଞ୍ଜାସୂତା ବ୍ୟବହାର ନିଷେଧ ହେଉ

କଟକ ଅଫିସ,୪ା୧: ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ହେଲେ ଗୁଡ଼ି ଉଡ଼ାଇବାର ଅପରିଣାମଦର୍ଶୀ କାର୍ଯ୍ୟ ଯୋଗୁ ଜନସାଧାରଣ ବିପଦର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରମୁଖ କାରଣ ପାଲଟିଥିବା ଗୁଡ଼ିରେ ମାଞ୍ଜାସୂତା ବ୍ୟବହାରକୁ ନିଷେଧ କରାଯିବା ନେଇ କଟକ ମେରିଆବଜାର ବାସିନ୍ଦା ପୁଷ୍ପାଞ୍ଜଳି ମହାପାତ୍ର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ମଙ୍ଗଳବାର ଦାଏର କରିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ, ଗୁଡ଼ିରେ ମାଞ୍ଜାସୂତା ବ୍ୟବହାର ରୋକିବାକୁ ଯେତେ ଚେଷ୍ଟା କରାଯାଉଥିଲେ ମଧ୍ୟ ତାହା ଫଳପ୍ରଦ ହୋଇପାରିନାହିଁ। ପ୍ରତିବର୍ଷ ଗୁଡ଼ିରେ ବ୍ୟବହୃତ ମାଞ୍ଜାସୂତା ବେକରେ ଲାଗି ବାଇକ ଓ ସାଇକେଲ ଆରୋହୀ ମୃତାହତ ହେଉଛନ୍ତି। ଏତେ ଅଘଟଣ ପରେ ମଧ୍ୟ ଲୋକେ ଚେତୁ ନାହାନ୍ତି। ଏନେଇ ସରକାର ଓ ପ୍ରଶାସନ କଟକଣା ଲଗାଇବା ଉଚିତ। ଏହି ପିଟିଶନରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ ସଚିବ, ଡିଜିପି, କଟକ ଡିସିପି, କଟକ ଜିଲାପାଳ, ସିଏମ୍‌ସି ଓ ବିଏମ୍‌ସି କମିଶନରଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆଇନଜୀବୀ ପଦ୍ମାଳୟା ମହାପାତ୍ର ମାମଲା ପରିଚାଳନା କରୁଛନ୍ତି। ସୂଚନାଯୋଗ୍ୟ, ମାଞ୍ଜାସୂତା ବ୍ୟବହାର ରୋକିବା ଦିଗରେ ପ୍ରଶାସନ ଆବଶ୍ୟକ ପଦକ୍ଷେପ ନେବାକୁ ଆଇନଜୀବୀ ପଦ୍ମାଳୟା ମହାପାତ୍ର ଓ ସାମାଜିକ କର୍ମୀ ପୁଷ୍ପାଞ୍ଜଳି ମହାପାତ୍ର ଚିଠି ଲେଖି କଟକ ଜିଲାପାଳ, ଡିସିପି, ସିଏମ୍‌ସି କମିଶନରଙ୍କୁ ପୂର୍ବରୁ ନିବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri