ଡିସେମ୍ବର ୨୦ରେ ‘ବନବାସ’

ମୁମ୍ବାଇ: ‘ଗଦର: ଏକ୍‌ ପ୍ରେମ କଥା’, ‘ଅପ୍‌ନେ’, ‘ଗଦର ୨’ ଆଦି ହିଟ୍‌ ଚଳଚ୍ଚିତ୍ରଗୁଡ଼ିକର ନିର୍ଦ୍ଦେଶନା ଦେଇଥିବା ଅନିଲ ଶର୍ମା ସୋମବାର ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ସମ୍ପର୍କରେ ଘୋଷଣା କରିଛନ୍ତି। ଅନିଲ ଇନ୍‌ଷ୍ଟାଗ୍ରାମରେ ତାଙ୍କ ପରବର୍ତ୍ତୀ ଚଳଚ୍ଚିତ୍ର ‘ବନବାସ’ର ପ୍ରଥମ ପୋଷ୍ଟରକୁ ରିଲିଜ୍‌ କରିଛନ୍ତି। ସେହିପରି ଏହି ଚଳଚ୍ଚିତ୍ରଟି ଆସନ୍ତା ଡିସେମ୍ବର ୨୦ରେ ମୁକ୍ତିଲାଭ କରିବ ବୋଲି ଅନିଲ ଏହି ପୋଷ୍ଟରରେ ଦର୍ଶାଇଛନ୍ତି। ତେବେ ଏହି ପୋଷ୍ଟରରେ ବଲିଉଡ୍‌ର ଭେଟେରାନ ଅଭିନେତା ନାନା ପାଟେକର ଓ ଅଭିନେତା ଉତ୍କର୍ଷ ଶର୍ମାଙ୍କୁ ଦେଖିବାକୁ ମିଳିଛି। ଏଥିରେ ନାନାଙ୍କୁ ଏକ ଭିନ୍ନ ଶୈଳୀରେ ଦେଖିବାକୁ ମିଳିଛି। ଚଳଚ୍ଚିତ୍ରର ନାମ ‘ବନବାସ’ ହୋଇଥିବା ସତ୍ତ୍ୱେ ପୋଷ୍ଟରରେ ନାନା ମଜାଦାର ଅନ୍ଦାଜରେ ଉତ୍କର୍ଷଙ୍କ ସହ ଠିଆ ହୋଇଥିବାର ନଜରକୁ ଆସିଛନ୍ତି। ପୋଷ୍ଟରରେ ଉତ୍କର୍ଷ ହାତରେ ଏକ ମଦ ବୋତଲ ଧରିଥିବାବେଳେ ନାନା ଗୋଟିଏ ହାତରେ ବ୍ୟାଗ୍‌ ଓ ଅନ୍ୟ ହାତରେ ଏକ ପାତ୍ର ଧରିଥିବା ଦେଖିବାକୁ ମିଳିଛି। ଏହାସହ ଏହି ପୋଷ୍ଟରରେ ଲେଖା ହୋଇଛି, ଅପ୍‌ନେ ହି ଦେତେ ହେଁ ଅପ୍‌ନେ କୋ ବନବାସ।
ଫିଲ୍ମ ମାଧ୍ୟମରେ ନିର୍ଦ୍ଦେଶକ ଅନିଲ ପୁଣିଥରେ ତାଙ୍କ ପୁଅ ଉତ୍କର୍ଷଙ୍କୁ ବଲିଉଡ୍‌ରେ ନିଜର ଦକ୍ଷତା ପ୍ରମାଣିତ କରିବାର ସୁଯୋଗ ଦେଇଛନ୍ତି। ତେବେ ‘ବନବାସ’ ଫିଲ୍ମରେ ‘ଗଦର ୨’ରେ ମୁସ୍କାନ ଚରିତ୍ର କରି ପ୍ରସିଦ୍ଧି ଲାଭ କରିଥିବା ଅଭିନେତ୍ରୀ ସିମରତ କୌରଙ୍କୁ ମଧ୍ୟ ଦେଖିବାକୁ ମିଳିବ। ଅନିଲଙ୍କ ପୋଷ୍ଟରେ ସିମରତ କମେଣ୍ଟ କରି ଲେଖିଛନ୍ତି, ‘ଆପଣଙ୍କ ସ୍ନେହର ମୁସ୍କାନ ଆସୁଛି ଏଥର ଏକ ଭିନ୍ନ ଶୈଳୀରେ। ଡିସେମ୍ବର ୨୦ରେ ଆପଣଙ୍କ ସହ ଦେଖା ହେବ।’ ଏହି ଫିଲ୍ମରେ ଅନ୍ୟମାନଙ୍କ ମଧ୍ୟରେ ହାସ୍ୟ ଅଭିନେତା ରାଜପାଲ ଯାଦବ ଏବଂ ଅଭିନେତ୍ରୀ ଖୁସ୍‌ବୁ ସୁନ୍ଦର ମଧ୍ୟ ନଜରକୁ ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri