ବନବାସୀ ସେବା ସମିତି ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ

ବାଲିଗୁଡ଼ା,୧୦।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜଲା ବାଲିଗୁଡ଼ା ଅଞ୍ଚଳର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ମହିଳା ହକି ଟିମ୍‌ ରାଜ୍ୟସ୍ତରକୁ ମନୋନୀତ ହୋଇଛି। ଅନୁଷ୍ଠାନର କ୍ରୀଡ଼ା ଶିକ୍ଷକ ହେମନ୍ତ କୁମାର ପାତ୍ର ଓ ମହିଳା କ୍ରୀଡ଼ା ପ୍ରଶିକ୍ଷକ ସାରାଣୀ ଶବରଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ହକି ପ୍ରତିଯୋଗିତାରେ ଚଳିତ ମାସ ୧୧ ତାରିଖରେ ବନବାସୀ ସେବା ସମିତି ମହିଳା ହକି ଟିମ୍‌ ଅଂଶ ଗ୍ରହଣ କରିବେ ବୋଲି ଅନୁଷ୍ଠାନ ପକ୍ଷରୁ କୁହାଯାଇଛି।

ଟିମ୍‌ର କ୍ୟାପଟେନ ପ୍ରିୟତମା ମଲ୍ଲିକ, ସହ କ୍ୟାପଟେନ ସୁମିତ୍ରା ଶବରଙ୍କ ସମେତ ୧୮ଜଣ ଖେଳାଳିଙ୍କୁ ଟିମ୍‌ରେ ସ୍ଥାନ ମିଳିଛି। ସହ ସମ୍ପାଦକ ରବିନ୍ଦ୍ର କୁମାର ପଣ୍ଡା, ବିଶ୍ୱଜିତ ଜେନା, ଖଗେନ୍ଦ୍ର ନାୟକ, ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ଡା. ଅରବିନ୍ଦ ଖୁଣ୍ଟିଆ, ବନବାସୀ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ନାୟକ, ସହ ଶିକ୍ଷୟିତ୍ରୀ ସ୍ବର୍ଣ୍ଣପ୍ରଭା ପଣ୍ଡା, ତୁଷାର କାନ୍ତ ମହନ୍ତ, କେୟାର ଟେକର ଚମ୍ପିକା ବଡସେଟ ପ୍ରମୁଖ ସମସ୍ତ ହକି ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଉତ୍ସାହିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri