ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଯୋଡ଼ିହେଲା ବଣାଇଁ ବ୍ଲକ

ସୁନ୍ଦରଗଡ,୨୬ା୮(ଡି.ଏନ.ଏ.):ଓଡିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ଚଳିତବର୍ଷ ସୁନ୍ଦରଗଡ ଜିଲାର ବଣାଇଁ ବ୍ଲକକୁ ସାମିଲ କରାଯାଇଛି। ଏଥିପାଇଁ ସୁନ୍ଦରଗଡ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ଥିବା ‘ଆତ୍ମା’, ବୈଷୟିକ ପରାମର୍ଶକାରୀ ସଂସ୍ଥା ୱାସନ ଏବଂ ସ୍ଥାନୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ ମଧ୍ୟରେ ଏକ ତ୍ରିପାକ୍ଷିକ ଏମଓୟୁ ସ୍ବାକ୍ଷର ହୋଇଛି। ଫଳରେ ମାଣ୍ଡିଆ ଏବଂ ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଚାଷ ପାଇଁ ବଣାଇଁ ବ୍ଲକରେ ପ୍ରକ୍ରିୟା ଆରମ୍ଭ ହୋଇଛି।
ବଣାଇଁ ବ୍ଲକକୁ ମିଶାଇ ବର୍ତ୍ତମାନ ଜିଲାର ମୋଟ ୧୨ଟି ବ୍ଲକରେ ଏହି ଚାଷ କରାଯାଉଛି। ୨୦୨୨-୨୩ ଖରିଫ ଋ଼ତୁରେ ୬ ହଜାରରୁ ଅଧିକ ହେକ୍ଟର ଜମିରେ ପୁଷ୍ଟିଶସ୍ୟ ଚାଷ କରାଯାଉଥିବା ବେଳେ ଏଥିରେ ୧୩ ହଜାରରୁ ଅଧିକ ଚାଷୀଙ୍କୁ ଯୋଡା ଯାଇଛି ା ଓଡିଶା ପୁଷ୍ଟିଶସ୍ୟ ମିଶନ ଅଧୀନରେ ବଣାଇଁ ବ୍ଲକ ନୂଆକରି ଯୋଡି ହୋଇଛି। ତେଣୁ ଏହି ବ୍ଲକରେ ଚଳିତ ବର୍ଷ ୧୦୦ ହେକ୍ଟର ଜମିରେ ପୁଷ୍ଟିଶସ୍ୟ ଚାଷ କରାଯାଉଛି। ୨୫୦ରୁ ଅଧିକ ଚାଷୀଙ୍କୁ ଏଥିରେ ଯୋଡିବା ଲକ୍ଷ୍ୟ ରଖାଯାଇଛି। ମୋଟ ୧୨ଟି ବ୍ଲକ ଭିତରୁ ୮ଟି ବ୍ଲକରେ ପୁଷ୍ଟିଶସ୍ୟ ଚାଷ ପାଇଁ ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।
ମାଣ୍ଡିଆରେ ପ୍ରଚୁର ମାତ୍ରାରେ ପୁଷ୍ଟିକର ଗୁଣ ଭରି ରହିଛି। ଏହା ଏକ ଲାଭଜନକ ଚାଷ ହୋଇଥିବାରୁ ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲାରେ ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟ ଚାଷ କରାଯାଉଛି। ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ’ଓଡ଼ିଶା ପୁଷ୍ଟିଶସ୍ୟ ମିଶନ’ ଗଠନ କରାଯାଇ ଏହି ଚାଷକୁ ପ୍ରୋତ୍ସାହନ ଦିଆଯାଉଛି।୨୦୧୮-୧୯ରେ ସୁନ୍ଦରଗଡ଼ ଜିଲା ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ମାନଚିତ୍ରରେ ସ୍ଥାନ ପାଇଥିଲା। ଏହା ଅଧୀନରେ ପ୍ରଥମେ ୪ଟି ବ୍ଲକ କୁତ୍ରା, ନୂଆଗାଁ, କୁଅଁାରମୁଣ୍ଡା ଓ ରାଜଗାଙ୍ଗପୁରରେ ପୁଷ୍ଟିଶସ୍ୟ ଚାଷ ଆରମ୍ଭ କରାଯାଇଥିଲା।
୨୦୨୦-୨୧ରେ ଆଉ ୪ଟି ବ୍ଲକ ଟାଙ୍ଗରପାଲି, ହେମଗିର, ଲେଫ୍ରିପଡା ଏବଂ ବାଲିଶଙ୍କରାକୁ ଯୋଡ଼ା ଯାଇଥିଲା। ୨୦୨୧-୨୨ରେ ଗୁରୁଣ୍ଡିଆ, ଲାଠିକଟା ଏବଂ ଲହୁଣୀପଡ଼ା ବ୍ଲକକୁ ପୁଷ୍ଟିଶସ୍ୟ ମିଶନର କାର୍ଯ୍ୟକ୍ରମ ସଂପ୍ରସାରଣ କରାଯାଇଥିଲା। ପୁଷ୍ଟିଶସ୍ୟ ଚାଷ ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାରର ପ୍ରୋତ୍ସାହନ ଯୋଗାଇ ଦିଆଯାଉଥିବାରୁ ଯୁବ ଏବଂ ମହିଳା ଚାଷୀମାନେ ଏଥିପ୍ରତି ଆଗ୍ରହ ଦେଖାଉଛନ୍ତି।
ମାଣ୍ଡିଆକୁ ରାଜ୍ୟ ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ସାମିଲ କରିଛନ୍ତି। ଏହାସହ ମାଣ୍ଡିଆରୁ ଭଳିକି ଭଳି ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ ତାଲିମ ଦିଆଯାଉଛି। ଏହି ଖାଦ୍ୟକୁ ଆହୁରି ଲୋକପ୍ରିୟ କରିବା ସହ ମିଶନଶକ୍ତି ମା’ମାନଙ୍କୁ ରୋଜଗାର ଦେବା ଲକ୍ଷ୍ୟରେ ଜିଲାର ବିଭିନ୍ନ ସ୍ଥାନରେ ମିଲେଟ ଶକ୍ତି କିଓସ୍କ ଖୋଲାଯାଉଛି। ବର୍ତ୍ତମାନ ଜିଲାରେ ୨୧ଟି ମିଲେଟ ଶକ୍ତି କିଓସ୍କ ଏବଂ ରାଉରକେଲାରେ ଗୋଟିଏ କାଫେ ଖୋଲାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ନମ୍ବରହୀନ କାର୍‌ରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ: ପାଟପୁର ପୋଲିସ ହାତରେ ଧରାପଡ଼ିଲେ ୨…

ଦିଗପହଣ୍ଡି,୨୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ବୁଧବାର ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ ନମ୍ବରହୀନ ହୁଣ୍ଡାଇ କାର୍ ଜବତ କରିବା ସହ ଦୁଇ ଜଣ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ଦିଗପହଣ୍ଡିରେ ଗୋପାଳ ସମାଜର ତୃତୀୟ ବାର୍ଷିକ ସମ୍ମିଳନୀ: କଲ୍ୟାଣ ମଣ୍ଡପ ନିମନ୍ତେ ଏମ୍.ପି. କଲେ ଶିଳାନ୍ୟାସ

ଦିଗପହଣ୍ଡି,୨୨|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି-ପୋଡ଼ାମାରି ରାସ୍ତାରେ ଥିବା ତିନି ତାଲୁକା ଷୋହଳ ଖଣ୍ଡ ଗୋପାଳ ସମାଜ ପରିଚାଳନା ପରିଷଦ କାର୍ଯ୍ୟାଳୟ ପରିସରରେ ଗୋପାଳ…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri