ଆଜି ବନକଲାଗି: ୫ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି): ମାଘ କୃଷ୍ଣପକ୍ଷ ଚତୁର୍ଥୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ନୀତି ଶେଷ କରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ ନୀତି ସମ୍ପନ୍ନ କରାଯିବା ପରେ ଅନ୍ୟାନ୍ୟ ନୀତି ବଢ଼ିବା ସହ ଦର୍ଶନ ଆରମ୍ଭ ହେବ।

Dharitri – The Largest & Most Trusted Odia Daily