ଶ୍ରୀଜିଉଙ୍କ ବନକଲାଗି ନୀତି: ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ ,୨୯।୧୧: ବୁଧବାର ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବାୟତ ଶ୍ରୀମୁଖ ଶୃଙ୍ଖାର କରିବେ । ଏ ନେଇ ସା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଏହା ଶ୍ରୀଜିଉଙ୍କ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି । ଅପରାହ୍ମରେ ଦ୍ୱିତୀୟ ଭୋଗ ମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ବନକଲାଗି ନୀତି କରିବେ ।