ବଣକାଟି ଗଁାରେ ଦନ୍ତା: ଲୋକେ ଆତଙ୍କିତ

ଜଳେଶ୍ୱର,୨୪।୧୨(ସ୍ବ.ପ୍ର.)-ସପ୍ତାହେ ନ ପୂରୁଣୁ ପୁଣି ଏକ ଦନ୍ତା ହାତୀ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆସ୍ଥିତ ବଣକାଟି ଗଁାରେ ଆତଙ୍କ ଖେଳାଇଛି। ଶିମିଳିପାଳର ଏକ ଦନ୍ତା ଜଳେଶ୍ୱର ରେଞ୍ଜର ସୁରେଇ ସାହି, ରଙ୍ଗାମାଟିଆ ଜଙ୍ଗଲ ଦେଇ ବଣକାଟି ଗଁାରେ ପଶି କ୍ଷତି ଘଟାଇଛି। ସୂଚନା ଅନୁଯାୟୀ, ବୁଧବାର ଭୋରରେ ଦନ୍ତା ହାତୀଟି ମୟୂରଭଞ୍ଜ ସୀମା ପାର ହୋଇ ଗୋଠଖଣ୍ଡିଆ ଭାବେ ଜଳେଶ୍ୱର ରେଞ୍ଜର ଆମ୍ବତୁମ୍ବା ଟ୍ରେଞ୍ଚ ପାରି ହୋଇ ରାଇବଣିଆ ଅଞ୍ଚଳରେ ପ୍ରବେଶ କରିଥିଲା। ବଣକାଟି ଗଁାର ତତ ରଣାଙ୍କ ଘର ଅଗଣାରେ ଥିବା ଧାନ ଓ ଚାଉଳ ଖାଇବା ସହିତ ରାସ୍ତାରେ ବୁଣିଥିଲା। ପରିବାର ଲୋକ ଘର ପଛପଟ ଦେଇ ପାଖ ଘରକୁ ଦୌଡ଼ି ପଳାଇଥିଲେ। ଗ୍ରାମବାସୀ ଏକାଠି ହୋଇ ନିଅଁା ହୋଳା ସାହାଯ୍ୟରେ ନିକଟ ଜଙ୍ଗଲକୁ ହାତୀ ଘଉଡ଼ାଇବାରେ ସକ୍ଷମ ହୋଇଥିଲେ। ବିଲରେ ଧାନ ନ ଥିବାରୁ ହାତୀଟି ଖାଦ୍ୟ ପାଇଁ ଗ୍ରାମ ମୁହଁା ହେଉଥିବା ଜଣାଯାଇଛି। ଏହି ହାତୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ସୀମାରେ ରହିଥିବାରୁ ଜଙ୍ଗଲ ବିଭାଗ ପ୍ରତି ସମସ୍ୟା ସୃଷ୍ଟି କରିଛି। ଜଙ୍ଗଲ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଗ୍ରାମବାସୀଙ୍କୁ ସତର୍କ କରାଯାଇଥିବା ରେଞ୍ଜର ସରୋଜ କୁମାର ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri