ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସହ ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ରତ୍ନବେଦୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ବିଭିନ୍ନ ପ୍ରକାର ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ତେବେ ଏହି ନୀତି ପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।ଶ୍ରୀଗୁଣ୍ଡିଚା ଯାତ୍ରା କରିବା ସମୟରେ ହେରାପଞ୍ଚମୀ ପୂର୍ବଦିନ ଆଡପମଣ୍ଡପରେ ମହାପ୍ରଭୁ ଶେଷଥର ପାଇଁ ବନକଲାଗି ହୋଇଥିଲେ ।