ବନପାଳଙ୍କ ସମ୍ପତ୍ତି ୧. ୪୧ କୋଟି

ସୋନପୁର,୩।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ବିନିକା ବନପାଳ ଜଗବନ୍ଧୁ ବାରିକଙ୍କ ବାସଭବନ ଓ ଅଫିସରେ ଭିଜିଲାନ୍ସ ପକ୍ଷରୁ ବୁଧବାର ଚଢାଉ କରାଯାଇଛି। ଭିଜିଲାନ୍ସ ଟିମ୍‌ ଜଗବନ୍ଧୁଙ୍କ ସୋନପୁର ସହର ଶାନ୍ତିନଗରସ୍ଥିତ ଦ୍ୱିତଳ କୋଠା, ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନିର୍ମାଣାଧୀନ ଦୁଇ ମହଲା କୋଠା ଓ ବିନିକା ବନପାଳଙ୍କ କାର୍ଯ୍ୟାଳୟରେ ଏକକାଳୀନ ଚଢାଉ କରିଥିଲେ । ତନଖି ସମୟରେ ବନପାଳ ଓ ସମ୍ପର୍କୀୟଙ୍କ ନାମରେ ଥିବା ୧ କୋଟି ୪୧ ଲକ୍ଷ ୬୮ ହଜାର ଟଙ୍କାର ସମ୍ପତ୍ତି ଠାବ ହୋଇଛି ।
ପ୍ରକାଶ ଯେ, ୨୨ ବର୍ଷ ପୂର୍ବରୁ ଜଗବନ୍ଧୁ ଚାକିରି ଜୀବନ ଆରମ୍ଭ କରିଥିଲେ। କନ୍ଧମାଳ ଓ ସୁବର୍ଣ୍ଣପୁର ଜିଲାର ବିଭିନ୍ନ ଫରେଷ୍ଟ ସେକ୍ସନରେ ଚାକିରି ପରେ ଏବେ ବିନିକାରେ କାର୍ଯ୍ୟରତ ଅଛନ୍ତି । ସେ ବେଆଇନ ଭାବେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ସମ୍ବଲପୁର ଭିଜିଲାନ୍ସ ଏସ୍‌ପିଙ୍କ ନିକଟରେ ଅଭିଯୋଗ ହୋଇଥିଲା । ଏସ୍‌ପି ସାରା ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ସମ୍ବଲପୁର ଭିଜିଲାନ୍ସ ଡିଏସ୍‌ପି ମାରିୟାନ୍ସ ମିଞ୍ଜ୍‌, ସୁଜାତା ପଣ୍ଡାଙ୍କ ନେତୃତ୍ୱରେ ଏକ ଟିମ୍‌ ଏକକାଳୀନ ସମ୍ପତ୍ତିର ଯାଞ୍ଚ କରିଥିଲେ।
ବିଭାଗ ପକ୍ଷରୁ ପ୍ରଦତ୍ତ ସମ୍ପତ୍ତି ତାଲିକା ଅନୁଯାୟୀ ଜଗବନ୍ଧୁଙ୍କ ସୋନପୁର ଟାଉନରେ ଥିବା ଦୁଇଟି କୋଠାର ମୂଲ୍ୟ ୧ କୋଟିରୁ ଊର୍ଦ୍ଧ୍ୱ ହେବ । ତାଙ୍କ ନାମରେ ବୌଦ୍ଧରେ ୫ଟି ଓ ସୋନପୁରରେ ୨ଟି ପ୍ଲଟ ରହିଛି । ଏହାଛଡା ଅନ୍ୟାନ୍ୟ ସମ୍ପତ୍ତି ମଧ୍ୟ ଠାବ ହୋଇଛି। ଜଗବନ୍ଧୁ କେଉଁ ଉତ୍ସରୁ ଏହି ସମ୍ପତ୍ତିର ଅଧିକାରୀ ହୋଇଛନ୍ତି ବିଭାଗ ପକ୍ଷରୁ ତାହାର ତଦନ୍ତ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପୁଶିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ ନେଇ ପ୍ରଶାସନର କ୍ଷେତ୍ର ପରିଦର୍ଶନ

ନନ୍ଦପୁର,୮ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଦେଇ ଯାଇଥିବା କେ.କେ ରେଳପଥରେ ଏକ ପୁସିଂ ବ୍ରିଜ୍‌ ନିର୍ମାଣସ୍ଥଳ ଚିହ୍ନଟ କରିବାକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର କ୍ଷେତ୍ର…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍‌ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri