ବନାରସ-ସମ୍ବଲପୁର ଏକ୍ସପ୍ରେସ ଟ୍ରେନ୍‌ ସମ୍ପ୍ରସାରଣର ଆଜି ଉଦ୍‌ଘାଟନ କାର୍ଯ୍ୟକ୍ରମ

କେସିଙ୍ଗା,୨୦।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନରେ ସୋମବାର ଅପରାହ୍ନରେ ବନାରସ-ସମ୍ବଲପୁର-ବିଶାଖାପାଟଣା ପର୍ଯ୍ୟନ୍ତ ସମ୍ପ୍ରସାରିତ ଏକ୍ସପ୍ରେସ ଟ୍ରେନର ଉଦ୍‌ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ଦ୍ୱାରା କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର ଆଦି ଜିଲା ସହ କେସିଙ୍ଗା ଅଞ୍ଚଳର ବହୁ ଦିନର ଦାବି ପୂରଣ ହେବ।

ମୁଖ୍ୟତଃ ପଶ୍ଚିମ ଓଡ଼ିଶାର ବରଗଡ଼, ବଲାଙ୍ଗୀର, ଟିଟଲାଗଡ଼, କଳାହାଣ୍ଡିର ରେଳ ଯାତ୍ରୀ ଆଗରୁ ବନାରସ ଓ ପ୍ରୟାଗରାଜ ଯିବାକୁ ହେଲେ ସମ୍ବଲପୁର କିମ୍ବା ଛତିଶଗଡ଼ର ରାଜଧାନୀ ରାୟପୁର ଯିବାକୁ ପଡୁଥିଲା। ସେଠାରୁ ଅନ୍ୟ ଏକ ଟ୍ରେନରେ ବନାରସ, ପ୍ରୟାଗରାଜ ଯିବାକୁ ପଡୁଥିଲା। କିନ୍ତୁ ସୋମବାରଠାରୁ ବନାରସ-ସମ୍ବଲପୁର ଏକ୍ସପ୍ରେସ ବିଶାଖାପାଟଣ ପର୍ଯ୍ୟନ୍ତ ସମ୍ପ୍ରସାରିତ କରାଯାଇଛି I ସପ୍ତାହକୁ ଦୁଇ ଦିନ ସୋମବାର ଏବଂ ଗୁରୁବାର ଏହା ଚାଲିବ ବୋଲି ସୂଚନା ମିଳିଛି।

ପ୍ରଥମେ ସମ୍ବଲପୁର ରେଳ ଷ୍ଟେଶନଠାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ବନାରସ-ସମ୍ବଲପୁର-ବିଶାଖାପାଟଣା ସମ୍ପ୍ରସାରଣ ଏକ୍ସପ୍ରେସ ଟ୍ରେନର ଉଦ୍‌ଘାଟନ କରିବେ। ଏନେଇ କେସିଙ୍ଗା ଷ୍ଟେଶନରେ ଏକ୍ସପ୍ରେସ ଟ୍ରେନ୍‌ର ସ୍ବାଗତକୁ ନେଇ ମଧ୍ୟ ଜୋର୍‌ଦାର ପ୍ରସ୍ତୁତି ଚାଳିଛି।

ସେହିପରି ଏକ୍ସପ୍ରେସ ଟ୍ରେନକୁ ବରଗଡ଼ ରେଳ ଷ୍ଟେଶନରେ ଏମ୍‌ପି ସୁରେଶ ପୂଝରୀ, ଏମ୍‌ପି ସଂଗୀତା କୁମାରୀ ସିଂହ ଦେଓ ରାଜ୍ୟସଭା ଏମ୍‌ପି ନିରଞ୍ଜନ ବିଶିଙ୍କ ସମେତ କଳାହାଣ୍ଡିର ମୁଖ୍ୟ ରେଳ ଷ୍ଟେଶନ ଅଧିକାରୀ, କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା ଓ ରାଜ୍ୟ ସଭା ଏମ୍‌ପି ସୁଜିତ ସେଠ ପ୍ରମୁଖ ଉପସ୍ଥିତ ରହି ସ୍ବାଗତ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ଲୋକସମ୍ପର୍କ ଅଫିସର ସମ୍ବଲପୁର ଡିଭିଜନ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri