ଉତ୍ତରପ୍ରଦେଶର ବାନ୍ଦା ପ୍ରଥମ ଝାରସୁଗୁଡ଼ା ଦେଶର ଦ୍ୱିତୀୟ ଉତ୍ତପ୍ତ ସହର

ଭୁବନେଶ୍ୱର,୨୯।୪: ରାଜ୍ୟରେ ତାତି ଅସହ୍ୟ ହେବାରେ ଲାଗିଛି। ଗତ କିଛିଦିନ ଧରି ଲଗାତର ଭାବେ ଝାରସୁଗୁଡ଼ାର ତାପମାତ୍ରା ୪୪ ଡିଗ୍ରୀ ଅତିକ୍ରମ କରିବା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି। ମଙ୍ଗଳବାର ଝାରସୁଗୁଡ଼ାରେ ୪୫.୩ ଡିଗ୍ରୀ ତାତି ଅନୁଭୂତ ହୋଇଥିବାବେଳେ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ୪୫.୬ ଡିଗ୍ରୀ ସହ ଉତ୍ତରପ୍ରଦେଶର ବାନ୍ଦା ଦେଶର ପ୍ରଥମ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଥିଲା।

ପାଣିପାଗ ବିଭାଗର ତଥ୍ୟ ଅନୁଯାୟୀ, ବୁଧବାରଠାରୁ ପାଗ ବଦଳିବ। ବୁଧବାରଠାରୁ ମେ’ ୪ ପର୍ଯ୍ୟନ୍ତ ୬ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ପ୍ରଭାବ ରହିବ। ଏହି ସମୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପବନ ହେବ।

ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଅନୁଗୋଳ ଏବଂ ଢେଙ୍କାନାଳ ଜିଲାକୁ ବର୍ଷା ପବନ ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

ତେବେ କାଳବୈଶାଖୀ ପ୍ରଭାବ ରହିଲେ ମଧ୍ୟ ଅନୁଗୋଳ, କଳାହାଣ୍ଡି, ମୟୂରଭଞ୍ଜ, ବଲାଙ୍ଗୀର, ବରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲାରେ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ସତର୍କତା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri