ବଣ୍ଡାଘାଟିରୁ ରାଇସିନା ହିଲ୍‌

ମାଲକାନଗିରି,(ଦୁର୍ଯ୍ୟୋଧନ ପାତ୍ର)/ ଖଇରପୁଟ, ୧୮ା୬(ହୃଷୀକେଶ ସେଠୀ) ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟି ଅଞ୍ଚଳରୁ ୧୭ ବଣ୍ଡା ମହିଳା ଓ ପୁରୁଷ ରାଷ୍ଟ୍ରପତି ଦ୍ରୈପଦୀ ମୁର୍ମୁଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପିତ ଭବନ ବୁଲିବାକୁ ଦିଲ୍ଲୀ ଯାଇଥିଲେ। ଏମାନେ ଦୁଇଦିନ ପୂର୍ବେ ନିଜ ଅଞ୍ଚଳକୁ ଫେରିଛନ୍ତି। ଗତ ୧୦ ତାରିଖରେ ଏମାନେ ଦିଲ୍ଲୀଠାରେ ପହଞ୍ଚି ୧୧ ତାରିଖ ଦିନ ସଂସଦ ଭବନ ବୁଲିଥିଲେ ା ୧୨ ତାରିଖରେ ରାଷ୍ଟ୍ରପତି ଭବନ ବୁଲି ରାଷ୍ଟ୍ରପତିଙ୍କ ସହ ଫଟୋ ଉଠାଇ ଆୟୋଜିତ ସଭାରେ ଯୋଗ ଦେଇଥିଲେ। ଏହି ଅବସରରେ ବଣ୍ଡାମାନଙ୍କ ପାରମ୍ପରିକ ମାଳା ରାଷ୍ଟ୍ରପତିଙ୍କୁ ବଣ୍ଡା ଯୁବତୀମାନେ ପିନ୍ଧାଇଥିଲେ। ବଣ୍ଡାମାନଙ୍କ ପାରମ୍ପରିକ ବେଶଭୂଷା ସାରା ଦେଶରୁ ଆସିଥିବା ଆଦିମ ଜନଜାତିଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ଏହା ଛଡା ଦିଲ୍ଲୀରେ ଥିବା ବିଭିନ୍ନ ଦର୍ଶନୀୟ ସ୍ଥାନ ବଣ୍ଡାମାନେ ଭ୍ରମଣ କରିଥିଲେ। ଏମାନଙ୍କ ସହ ମାର୍ଗଦର୍ଶକ ଭାବେ ବଣ୍ଡା ଉନ୍ନୟନ ପ୍ରକଳ୍ପ ପରିଚାଳକ ଅଜିତ କୁମାର ସାହୁ ଯାଇଥିଲେ। ଫେରିବା ପରେ ବଣ୍ଡା ମହିଳା ଓ ପୁରୁଷ ଆଦିବାସୀ ଉନ୍ନୟନ ମନ୍ତ୍ରଣାଳୟ, ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଓ ଟ୍ରାଇବାଲ ଲାଇଭ୍‌ହୁଡ୍‌ ପ୍ରୋଜେଷ୍ଟ(ଟିଏଲପି) ସଂସ୍ଥାକୁ ଧନ୍ୟବାଦ ଦେବା ସହ ଖୁସି ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?