ଖିଲାପି ଠିକାଦାରଙ୍କୁ ଘଣ୍ଟ ଘୋଡ଼ାଇବାକୁ ମସୁଧା

ଯାଜପୁର,୪ା୭(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ବଡଚଣା ବ୍ଲକ ବନ୍ଦାଲୋଠାରୁ ଏଣ୍ଡରପଦା ପୂର୍ତ୍ତ ବିଭାଗ ରାସ୍ତାର ଉନ୍ନତୀକରଣ ପ୍ରକଳ୍ପ ୫ ବର୍ଷ ହେଲା ଅଧାପନ୍ତରିଆ ହୋଇ ପଡ଼ିରହିଛି। ଏଥିଯୋଗୁ ସମ୍ପୃକ୍ତ ଅଞ୍ଚଳବାସୀ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଚାରଭାଟିଆ ପୂର୍ତ୍ତ ଡିଭିଜନ ପକ୍ଷରୁ ନିୟୋଜିତ ସ୍ବତନ୍ତ୍ର ଶ୍ରେଣୀ ଠିକାଦାର ରାଜୀବ ଲୋଚନ ସାହୁଙ୍କୁ ଏକାଧିକ ଥର ଏନେଇ କାରଣ ଦର୍ଶାଅ ନୋଟିସ ହୋଇଥିଲେ ହେଁ କିଛି ଫରକ ପଡୁନାହିଁ। ଏହିକ୍ରମରେ ସମ୍ପୃକ୍ତ ଠିକାଦାର ଅର୍ଥ ହରିଲୁଟ କରି ଫେରାର ହୋଇଯାଇଥିବା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୂର୍ତ୍ତ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଉପରୋକ୍ତ ରାସ୍ତାର ଉନ୍ନତୀକରଣ ପାଇଁ ୨୦୧୮-୧୯ ବର୍ଷରେ ପ୍ରାୟ ୪ କୋଟି ଟଙ୍କା ଅଟକଳ କରାଯାଇ ଠିକାଦାରଙ୍କ ସହ ଚୁକ୍ତି ହୋଇଥିଲା। ହେଲେ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ଏହି ରାସ୍ତା ନିର୍ମାଣ ହୋଇ ପାରିଲା ନାହିଁ। ତେଣୁ ଚାରଭାଟିଆ ପୂର୍ତ୍ତ ଡିଭିଜନ ପକ୍ଷରୁ ଠିକାଦାର ସାହୁଙ୍କୁ ଏକାଧିକ ନୋଟିସ ଜାରି କରାଯାଇଥିଲା। ଏହାପରେ ଠିକାଦାର ସାହୁ ୩୧ା୧୨ା୨୦୨୨ ସୁଦ୍ଧା ପ୍ରକଳ୍ପ କାର୍ଯ୍ୟ ଶେଷ ହେବ ବୋଲି ଲିଖିତ ଭାବେ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ୧୭ ଲକ୍ଷ ଟଙ୍କାର ଯେନତେନ ପ୍ରକାରେ କାର୍ଯ୍ୟ କରି ବିଲ୍‌ ଉଠାଇ ନେବା ପରେ ପୁଣି ଠିକାଦାର ଜଣକ ଅଧାପନ୍ତରିଆ ଛାଡ଼ି ଦେଇଛନ୍ତି। ଏହି ପ୍ରକଳ୍ପରେ ବଜେଟ ଅନୁଯାୟୀ ନିର୍ଦ୍ଧାରିତ ପରିମାଣର ନିର୍ମାଣ ସାମଗ୍ରୀ ବ୍ୟବହାର କରାଯାଇ ନ ଥିବାବେଳେ ସମ୍ପୃକ୍ତ ଯନ୍ତ୍ରୀ ଓ ଠିକାଦାର ବିପୁଳ ଅର୍ଥ ବାଟମାରଣା କରିଥିବା ଅଭିଯୋଗ ହୋଇଛି। ଏପରି କି ଯେଉଁ ଟିକକ କାମ ହୋଇଛି ତାହା ଏଷ୍ଟିମେଟ ଅନୁସାରେ ହୋଇ ନ ଥିବାରୁ ଖୁବ୍‌ କମ୍‌ ଦିନ ମଧ୍ୟରେ ଭାଙ୍ଗିଯିବ ବୋଲି ଆଶଙ୍କା ପ୍ରକାଶ ପାଇଛି। ଏନେଇ ଅଞ୍ଚଳବାସୀ ଏକ ଉଚ୍ଚସ୍ତରୀୟ ନିରପେକ୍ଷ ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୂର୍ତ୍ତ ବିଭାଗର ଚାରଭାଟିଆ ନିର୍ବାହୀ ଯନ୍ତ୍ରୀଙ୍କ ନିକଟରେ ଦାବି କରିଥିବା ସୂଚନା ମିଳିଛି। ଏହାପରେ ନିର୍ବାହୀ ଯନ୍ତ୍ରୀ ସମ୍ପୃକ୍ତ ଠିକାଦାରଙ୍କୁ ଡାକି ଫାଇନାଲ ବିଲ୍‌ କରି ଦେଇ ନିଜର ଦାୟିତ୍ୱ କେବଳ ସମ୍ପାଦନ କରିବାକୁ ଯାଉଥିବା ଚର୍ଚ୍ଚା ହେଉଛି। ଏଭଳି ଭାବେ ଜଣେ ଖିଲାପି ଠିକାଦାର ଏବଂ ଯନ୍ତ୍ରୀଙ୍କୁ ଘଣ୍ଟ ଘୋଡାଇବାକୁ ଉଦ୍ୟମ କରାଯାଉଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri