ବୃନ୍ଦାବନ ପ୍ୟାଲେସ ରାସ୍ତା ଦୁରବସ୍ଥା

ପାରଳାଖେମୁଣ୍ଡି,୧୬।୬ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ଐତିହାସିକ ପର୍ଯ୍ୟଟନସ୍ଥଳୀ ବୃନ୍ଦାବନ ପ୍ୟାଲେସକୁ ଯିବା ପାଇଁ ମହେନ୍ଦ୍ରତନୟା ନଦୀ ପୋଲ ପଟେ ଥିବା ରାସ୍ତାର ଅବସ୍ଥା ଅତ୍ୟନ୍ତ ଦୂରାବସ୍ଥା ଥିବା ଦେଖିବାକୁ ମିଳିଛି। ଏହା କେବେ ସୁଧୁରିବ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏଠାକୁ ଯିବା ପାଇଁ ଦୁଇଟି ରାସ୍ତା ରହିଛ। ଗୋଟିଏ ଆଞ୍ଚଳିକ ପରିବହନ ଛକଠାରୁ ଏବଂ ଦ୍ୱିତୀୟଟି ପୁରୁଣାପାଟଣା ରାସ୍ତା ତଥା ମହେନ୍ଦ୍ରତନୟା ନଦୀ ପୋଲଠାରୁ ଅନ୍ୟଗୋଟିଏ ରାସ୍ତା । ମହେନ୍ଦ୍ରତନୟା ବ୍ରିଜ ପଟରୁ ଥିବା ରାସ୍ତା ଏହି ପର୍ଯ୍ୟଟନସ୍ଥଳୀ ପର୍ଯ୍ୟନ୍ତ ରହିଛି । ଏହାସହ ଏହି ରାସ୍ତାରେ ଶ୍ମଶାନଘାଟର ମୁଖ୍ୟ ଗାଧୁଆତୁଠ ମଧ୍ୟ ରହିଛି । ହେଲେ ରାସ୍ତାର ଅବସ୍ଥା ଅତି ଦୟନୀୟ ପରିସ୍ଥିତିରେ ରହିଥିବାରୁ ଯାତାୟାତରେ ସମସ୍ୟା ଉପୁଜୁଛି । ଏହି ରାସ୍ତା ନିର୍ମାଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷ ଭୁଲିଯାଇଛନ୍ତି। ଏହି ରାସ୍ତା ଉପରେ ପୌରପରିସଦର ନିଘା ନାହିଁ କି ପ୍ରଶାସନର ନିଘା ନାହିଁ। ପ୍ରାୟ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ବର୍ଷ ଧରି ଏହାର ମରାମତି କିମ୍ବା ରକ୍ଷଣାବେକ୍ଷଣ
ଅଭାବରୁ ଖାଲଖମାରେ ପରିପୂର୍ଣ୍ଣ ହୋଇପଡିରହିଛି । ଏହି ନଦୀ ବ୍ରିଜ ତଥା ପମ୍ପହାଉସଠାରୁ ଶ୍ମଶାନଘାଟର ଗାଧୁଆତୁଠ ପର୍ଯ୍ୟନ୍ତ ବଦାନ୍ୟ ବ୍ୟକ୍ତିମାନେ ନିଜ ୍‌ଉଦ୍ୟମରେ ମାଟି ଗୋଡି ପକାଇ ସମତୁଲ କରିଥାନ୍ତ। କିନ୍ତୁ ଏହି ରାସ୍ତାରେ ପାଣି ଜମି କର୍ଦମାକ୍ତ ହୋଇପଡିଛି । ଏପରିକି ପାଦରେ ଚାଲିଯିବା ଆସିବା କରିବାକୁ ଲୋକେ ଭୟ କରୁଛନ୍ତି । ପର୍ଯ୍ୟଟନସ୍ଥଳୀ ରାସ୍ତାର ଅବସ୍ଥା ସୁଧିରିବ କେବେ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି
ହୋଇଛି । ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri