୨୯ରୁ ଭଣ୍ଡାରିପୋଖରୀ ମହୋତ୍ସବ

ଭଣ୍ଡାରିପୋଖରୀ, ୧୮।୧୦(ରବିନାରାୟଣ ଖିଲାର): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ମାଳଦା ଜଗନ୍ନାଥ ବଣିକ ସଂଘଠାରେ ଗଜଲକ୍ଷ୍ମୀ ପୂଜାରେ ଭଣ୍ଡାରିପୋଖରୀ ମହୋତ୍ସବ ନେଇ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ବାରିକପୁରସ୍ଥିତ ରାମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ୍‌ କାର୍ତ୍ତିକ ଚନ୍ଦ୍ର ସ୍ବାଇଁ ଏଥିରେ ସଭାପତିତ୍ୱ କରିଥିଲେ। ଶିକ୍ଷାବିତ୍‌ ପୁରୁଷୋତ୍ତମ ଧଳ, ସନ୍ତୋଷ ସାହୁ, ରାଜ୍ୟସ୍ତରୀୟ ମହୋତ୍ସବ କମିଟିର ସଭାପତି ଖବରଦାତା ରବିନାରାୟଣ ଖିଲାର, ଶିକ୍ଷାବିତ୍‌ ଘନଶ୍ୟାମ ସ୍ବାଇଁ, ଜଗନ୍ନାଥ ନାୟକ, ହିମାଂଶୁ ଭୂଷଣ ରାଉତ, ଭରତ ଚନ୍ଦ୍ର ସାହୁ, ନାରାୟଣ ପୋଥାଳ, ନାରାୟଣ ସ୍ବାଇଁ, ଅକ୍ଷୟ ମହାନ୍ତି, ଡା. ନିରଞ୍ଜନ ଓଝା, ପ୍ରଫୁଲ୍ଲ ସାହୁ, ପ୍ରଫୁଲ୍ଲ ନାୟକ, ପବନ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ମହୋତ୍ସବ କିପରି ଆକର୍ଷଣୀୟ ହୋଇପାରିବ, ସେଥିନେଇ ଉପସ୍ଥିତ କର୍ମକର୍ତ୍ତାମାନେ ମତ ରଖିଥିଲେ। ଆସନ୍ତା ୨୯ ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବାକୁ ଥିବାବେଳେ ବିଧାୟକ ପ୍ରଫୁଲ୍ଲ ସାମଲ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ୭ଦିନ ଧରି ମହୋତ୍ସବ ଚାଲିବ। ପ୍ରତ୍ୟେହ ସାରେ ପିଲାମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ସହ ପାଲା ପରିବେଷଣ, କବିତା ପାଠୋତ୍ସବ, ଆଲୋଚନାଚକ୍ର, ମେଲୋଡ଼ି, ମୋଗଲ ତାମସା, ସରକାରୀ ପ୍ରୋତ୍ସାହନରେ ସାଂସ୍କୃତିକ ଉତ୍ସବ ଆଦି କାର୍ଯ୍ୟକ୍ରମ ରହିଥିବା ସଂଘ କର୍ମକର୍ତ୍ତାମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେନେଜୁଏଲା ଭୂମିକମ୍ପର ଭାରତ ଉପରେ କି ପ୍ରଭାବ ପଡ଼ିବ? ଅଶୋଧିତ ତୈଳ ଯୋଗାଣ ପାଇଁ ଦେଖାଦେଲାଣି ସଙ୍କଟ

କାରାକାସ,୨୬।୬: ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ କେବଳ ସେଠାରେ ବ୍ୟାପକ କ୍ଷୟକ୍ଷତି ଘଟାଇନାହିଁ ବରଂ ଭାରତର ଅଶୋଧିତ ତୈଳ ଯୋଗାଣ ସମ୍ପର୍କରେ ନୂତନ ଚିନ୍ତା ସୃଷ୍ଟି କରିଛି।…

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri