ଆଜିଠୁ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍‌

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ପୁରୀ-ହାଓଡା ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାର ଠାରୁ ଗଡ଼ିବା ଆରମ୍ଭ ହେବ। ଭର୍ଚୁଆଲ ମୋଡ୍‌ରେ ଏହି ହାଇସ୍ପିଡ୍‌ ଟ୍ରେନ୍‌ର ଶୁଭାରମ୍ଭ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ଥାନୀୟ ବିଧାୟକ ପ୍ରମୁଖ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗୁରୁବାରକୁ ଛାଡ଼ି ସପ୍ତାହର ବାକି ସବୁଦିନ ଚାଲିବ। ପୁରୀରୁ ଏହି ଟ୍ରେନ୍‌ ଦିନ ୧ଟା ୫୦ମିନିଟ୍‌ରେ ଛାଡ଼ିବ ଓ ସା ସାଢେ ୮ଟାରେ ହାଓଡାରେ ପହଞ୍ଚିବ। ସେହିପରି ହାଓଡାରୁ ସକାଳ ୬ଟା ୧୦ରେ ବାହାରି ଦିନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ। ସେହିପରି ପୁରୀ ଏବଂ କଟକ ଷ୍ଟେଶନର ନବୀକରଣ ଲାଗି ପ୍ରଧାନମନ୍ତ୍ରୀ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହା ପୂର୍ବରୁ ଉଭୟ ରେଳଷ୍ଟେଶନର ପ୍ରସ୍ତାବିତ ଡିଜାଇନ ଆସିଛି। ଏହାସହ ଆଉ କିଛି ରେଳ ପ୍ରକଳ୍ପର ମଧ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି। ତେବେ ଏହି କାର୍ଯ୍ୟକ୍ରମ ଲାଗି ପୁରୀ ଏବଂ କଟକ ରେଳଷ୍ଟେଶନରେ ବିଭିନ୍ନ ସ୍ଥାନର ରଙ୍ଗ କରାଯିବା ସହିତ ଅନ୍ୟାନ୍ୟ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକ୍ରମ ମଧ୍ୟ କରାଯାଇଛି। ଏହି ପ୍ରସଙ୍ଗରେ ଜିଆର୍‌ପି ଏସ୍‌ପି ଇନ୍‌ଚାର୍ଜ ସୁରେନ୍ଦ୍ର ନାଥ ଶତପଥୀ କହିଛନ୍ତି, ବନ୍ଦେ ଭାରତ ଟ୍ରେନ୍‌ ଲାଗି ଜିଆର୍‌ପି ତରଫରୁ ବିଭିନ୍ନ ପୋଲିସ ଆରେଞ୍ଜମେଣ୍ଟ କରାଯାଇଛି। ପ୍ରତି ଟ୍ରେନ୍‌ରେ ପ୍ରତି ପ୍ରବେଶ ଏବଂ ପ୍ରସ୍ଥାନ ସ୍ଥଳରେ ଜିଆର୍‌ପି ପୋଲିସ ରହିବେ। ସେହିପରି ଜନସାଧାରଣଙ୍କର ଅସୁବିଧା ଯେପରି ନ ହେବ ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହାର ଉଦ୍‌ଘାଟନ ଏବଂ ଫ୍ଲାଗିଂ ଅଫ ଯେପରି ଜନସାଧାରଣ ଦେଖିପାରିବେ ସେହି ହିସାବରେ ମଧ୍ୟ ବ୍ୟବସ୍ଥା କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri