ଖୁବ୍‌ଶୀଘ୍ର ଓଡ଼ିଶାରେ ‘ବନ୍ଦେ ଭାରତ ମେଟ୍ରୋ’

ଭୁବନେଶ୍ୱର,୧୫ା୮(ଅଭିଜିତ ଦାସ): ତେଜସ୍‌ ର଼୍ୟାକ୍‌ଯୁକ୍ତ ରାଜଧାନୀ ଏକ୍ସପ୍ରେସ୍‌ର ଉଦ୍‌ଘାଟନୀ ସମାରୋହରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓଡ଼ିଶାରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଚଳ କରିବ ବୋଲି ସୂଚନା ଦେବା ସହ ଓଡିଶା ପାଇଁ ‘ବନ୍ଦେ ଭାରତ ମେଟ୍ରୋ’ ପ୍ରକଳ୍ପ ଘୋଷଣା କରିଥିଲେ। ପୁରୀ-ଭୁବନେଶ୍ୱର-କଟକ ମଧ୍ୟରେ ଏହି ବୃହତ୍‌ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ବୋଲି ରେଳମନ୍ତ୍ରୀ କହିଥିଲେ। ତେବେ ଏହି ଘୋଷଣା ପରେ ସେଠାରେ ଉପସ୍ଥିତ ଥିବା ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜ ଅଭିଭାଷଣ ମାଧ୍ୟମରେ କଥାକଟାକଟି ହୋଇଥିବା ଦେଖିବାକୁ ମିଳିଥିଲା। ‘ବନ୍ଦେ ଭାରତ ମେଟ୍ରୋ’ ପ୍ରକଳ୍ପକୁ ସମାଲୋଚନା କରି ବିଧାୟକ ଜେନା କହିଲେ, ଓଡିଶାରେ ମେଟ୍ରୋ ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ହୋଇସାରିଛି। ତ୍ରିଶୂଳିଆରୁ ପ୍ରଥମେ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି। ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେଶନ(ଡିଏମ୍‌ଆର୍‌ସି)ର ଜିଓ ଟେକ୍ନିକାଲ ଟିମ୍‌ ମାଟି ପରୀକ୍ଷା କରୁଥିବାବେଳେ ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ମାଟି ନମୁନା ସଂଗ୍ରହ କରାଯାଇ ପରୀକ୍ଷା କରାଯାଉଛି। ରାଜ୍ୟ ସରକାର ଖୁବ୍‌ଶୀଘ୍ର ଓଡ଼ିଶାବାସୀଙ୍କୁ ମେଟ୍ରୋ ରେଳର ସୁବିଧା ଯୋଗାଇ ଦେବେ ବୋଲି ଅନନ୍ତ କହିଥିଲେ। ଅନ୍ୟପକ୍ଷରେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ସରକାରଙ୍କ ମେଟ୍ରୋ ରେଳ ପ୍ରକଳ୍ପର ସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଥିଲେ। ସେ କହିଲେ, ରାଜ୍ୟ ସରକାର ମେଟ୍ରୋ ପ୍ରକଳ୍ପ ଲାଗି ରେଳ ମନ୍ତ୍ରଣାଳୟ ସହ କୌଣସି ଆଲୋଚନା କରିନାହାନ୍ତି। ରାଜ୍ୟରେ ୪ରୁ ୫ଜଣ ବାବୁ ଆସି ଦେଖିଦେଲେ ମେଟ୍ରୋ ପ୍ରକଳ୍ପ ହୁଏନାହିଁ। ମେଟ୍ରୋ ପ୍ରକଳ୍ପ ଲାଗି କିଏ ଖର୍ଚ୍ଚ କରିବେ, ତାହାକୁ ନେଇ ମଧ୍ୟ କୌଣସି ଆଲୋଚନା କରାଯାଇନାହିଁ। ଏସବୁ ଭିତରେ ମେଟ୍ରୋ ପ୍ରକଳ୍ପ କେମିତି ହେବ ବୋଲି ସେ କଟାକ୍ଷ କରିଥିଲେ। ତେବେ କେନ୍ଦ୍ର ସରକାରଙ୍କ ‘ବନ୍ଦେ ଭାରତ ମେଟ୍ରୋ’ ସମ୍ପର୍କରେ ସେ କହିଲେ,ଏହାକୁ ଭାରତ ସରକାରଙ୍କ ଅର୍ବାନ ଡେଭଲପମେଣ୍ଟ ଓ ସ୍ଥାନୀୟ ରାଜ୍ୟ ସରକାର ମିଶି କରୁଛନ୍ତି। ଓଡ଼ିଶାରେ ବନ୍ଦେ ଭାରତ ମେଟ୍ରୋ ଚାଲିବା ପାଇଁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି। ତେବେ ମେଟ୍ରୋ ଓଡ଼ିଶାକୁ ଆସୁ, କିନ୍ତୁ ଆସିବା ପାଇଁ ଠିକ ଢଙ୍ଗରେ ପ୍ରୟାସ ହେଉ। ସେହିପରି ମେଟ୍ରୋ ପ୍ରକଳ୍ପ ପୂର୍ବରୁ ରାଜ୍ୟ ସରକାର ଭୁବନେଶ୍ୱର ଷ୍ଟେଶନ ବାହାର ସ୍ଥାନଗୁଡିକର ମରାମତି କାର୍ଯ୍ୟ କରନ୍ତୁ। ବିଭିନ୍ନ ସ୍ଥାନରେ ଖାଲଖମା ରହିଥିବାରୁ ରେଳଯାତ୍ରୀମାନେ ହନ୍ତସନ୍ତ ହେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri