ସ୍କୁଲ ପାଠ୍ୟକ୍ରମରେ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): ବିଦ୍ୟାଳୟ ପାଠ୍ୟକ୍ରମରେ ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ସ୍ଥାନ ପାଇଛି। ପ୍ରଥମ ଭାଷା ଓଡ଼ିଆ ବିଷୟରେ ‘ବନ୍ଦେ ଉତ୍କଳ ଜନନୀ’କୁ ସ୍ଥାନ ମିଳିଛି। ନବମ ଓ ଦଶମ ଶ୍ରେଣୀରେ ଏହି ରାଜ୍ୟ ସଙ୍ଗୀତ ପଢ଼ାଯିବ। ଏ ନେଇ ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଗତବର୍ଷ ଭଳି ଏଥର ମଧ୍ୟ ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ କରାଯାଇଛି। ଗତବର୍ଷ ହ୍ରାସ କରାଯାଇଥିବା ପାଠ୍ୟକ୍ରମ ଏଥର ମଧ୍ୟ ଲାଗୁ ହେବ ବୋଲି ବୋର୍ଡ ପକ୍ଷରୁ ପ୍ରକାଶିତ ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ ହୋଇଛି। ସୂଚନାଯୋଗ୍ୟ, ଗତବର୍ଷ କରୋନା ଯୋଗୁ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ୩୦ ପ୍ରତିଶତ ହ୍ରାସ ହୋଇଥିଲା। ଚଳିତ ବର୍ଷ କରୋନାର ଦ୍ୱିତୀୟ ଲହର ଯୋଗୁ କ୍ଲାସ୍‌ରୁମ୍‌ ଶିକ୍ଷାଦାନ ଆରମ୍ଭ ହୋଇପାରିନାହିଁ। ୨୦୨୧-୨୨ ଶିକ୍ଷାବର୍ଷ ତିନିମାସ ହେବ ଆରମ୍ଭ ହୋଇଥିଲେ ବି ଏପର୍ଯ୍ୟନ୍ତ ପିଲା ସ୍କୁଲ ମାଡ଼ି ନାହାନ୍ତି। କେବେ ସ୍କୁଲ ଖୋଲିବ ସେ ନେଇ କିଛି ଜଣାନାହିଁ। ତେଣୁ ପିଲାଙ୍କ ପାଠପଢ଼ାକୁ ଗୁରୁତ୍ୱ ଦେଇ ରାଜ୍ୟ ସରକାର ଅନ୍‌ଲାଇନ୍‌ ଶିକ୍ଷାଦାନ ଆରମ୍ଭ କରିଦେଇଛନ୍ତି। ଗତ ୨୧ ତାରିଖରୁ ପ୍ରଥମରୁ ଦଶମଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ୟୁଟ୍ୟୁବ୍‌ ଓ ଶିକ୍ଷା ଦର୍ପଣ କାର୍ଯ୍ୟକ୍ରମ ମାଧ୍ୟମରେ ଶିକ୍ଷାଦାନ କରାଯାଉଛି। ତେବେ ଆଗକୁ ତୃତୀୟ ଲହର ଆସିବାର ସମ୍ଭାବନା ଥିବାବେଳେ ଶିଶୁ ଅଧିକ ସଂକ୍ରମଣ ହେବେ ବୋଲି ଆଶଙ୍କା କରାଯାଉଛି। ତେଣୁ ଆଗକୁ ସ୍କୁଲ ଖୋଲିବା ଆଶା କରାଯାଇପାରୁନାହିଁ। ଏଥର ବି ପାଠ୍ୟକ୍ରମ ହ୍ରାସ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି।
ତେବେ ପାଠ୍ୟକ୍ରମ ହ୍ରାସ ନିଷ୍ପତ୍ତିକୁ ଶିକ୍ଷାବିତ୍‌ ନାପସନ୍ଦ କରିଛନ୍ତି। ଏ ନେଇ ଶିକ୍ଷାବିତ୍‌ ପ୍ରୀତିଶ ଆଚାର୍ଯ୍ୟ କହିଛନ୍ତି, ଏଥର ଶିକ୍ଷାବର୍ଷ ଠିକ୍‌ ସମୟରେ ଆରମ୍ଭ ହୋଇଛି। ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀର ପାଠ୍ୟକ୍ରମ ହ୍ରାସ କରିବା ନିଷ୍ପତ୍ତି ଆଉ କିଛି ଦିନ ପରେ ନେଇଥିଲେ ଉଚିତ ହୋଇଥାନ୍ତା। ଏବେ ଏହି ନିଷ୍ପତ୍ତି ନେବା ଦ୍ୱାରା ମନେହେଉଛି ଯେପରି କରୋନାର ଭୟ ବର୍ଷସାରା ଲାଗି ରହିବ। ପାଠ୍ୟକ୍ରମ ହ୍ରାସ କଲେ ପିଲା ଠିକ୍‌ରେ ମାର୍କ ପାଇବା ପାଇଁ ସକ୍ଷମ ହେବେ। କିନ୍ତୁ ସେମାନଙ୍କ ଭବିଷ୍ୟତ ଗଢ଼ିବାରେ ତାହା ଉପଯୋଗୀ ହେବ ନାହିଁ। ପିଲାଙ୍କ ବ୍ୟକ୍ତିତ୍ୱ ବିକାଶରେ ଏହା ସହାୟକ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?