ବନ୍ଦେଭାରତ ଏକ୍ସପ୍ରେସ୍‌କୁ ପଥର ମାଡ଼: ଧରାପଡ଼ିଲେ ଅଭିଯୁକ୍ତ

କଟକ,୩ା୬ (କାର୍ତ୍ତିକ ସାହୁ): ବନ୍ଦେ ଭାରତ ଏକ୍ସପ୍ରେସ୍‌କୁ ପଥର ଫିଙ୍ଗିବା ଅଭିଯୋଗରେ ଆରପିଏଫ୍‌ ଦ୍ୱାରା ଜଣେ ଗିରଫ ହୋଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ଗୌରଚନ୍ଦ୍ରପୁରର ପ୍ରବୀଣ କୁମାର ସାହୁ(୪୮)।
ସୂଚନା ଅନୁସାରେ, ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଗତ ୨ ତାରିଖ ଅପରାହ୍ନ ପ୍ରାୟ ୩.୨୦ରେ କଟକ ରେଳଷ୍ଟେସନରୁ ମହାନଦୀ ପୋଲ ଆଡ଼କୁ ଅତିକ୍ରମ କରୁଥିଲା। ଶିଖରପୁର ନିକଟରେ ଟ୍ରେନ୍‌ଟି ଯାଉଥିବା ବେଳେ କେହି ବନ୍ଦେ ଭାରତ ଉପରକୁ ପଥର ଫିଙ୍ଗିଥିଲେ। ଏହାଦ୍ୱାରା ଟ୍ରେନ୍‌ର ଶୀତତାପ ନିୟନ୍ତ୍ରିତ କୋଚ୍‌ ସି-୧ର କାଚ ଝରକା ଭାଙ୍ଗିଯାଇଥିଲା।
 ଏନେଇ ସୂଚନା ପାଇବା ପରେ କଟକ ଆର୍‌ପିଏଫ୍‌ର ଅଧିକାରୀ ଓ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଥିଲେ। ଅଭିଯୁକ୍ତ ଜଣକ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ଆର୍‌ପିଏଫ୍‌ କର୍ମଚାରୀମାନଙ୍କ ହାତରେ ଧରାପଡ଼ିଥିଲେ। ଅଭିଯୁକ୍ତ ଜଣକ ଜଗତପୁର ଗୋଲେଇ ଛକ ଅଞ୍ଚଳରେ ରହୁଥିବା ବେଳେ ପେସାରେ ଜଣେ ଟ୍ରକ ଡ୍ରାଇଭର।
ଅଭିଯୁକ୍ତ ଜଣକ ନିଶାଗ୍ରସ୍ତ ଥିଲେ ଓ ଗଞ୍ଜେଇ ସେବନ କରିଥିବା ଆର୍‌ପିଏଫ୍‌ କର୍ମଚାରୀମାନେ ଜାଣିବାକୁ ପାଇଥିଲେ। ଏନେଇ ଆର୍‌ପିଏଫ ଥାନାରେ କେସ୍‌ ନଂ ୧୬୩୭/ ୨୦୨୪ ରୁଜୁ ହୋଇଛି। ଅଭିଯୁକ୍ତଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ଅଭିଯୁକ୍ତଙ୍କ ସାଙ୍ଗମାନଙ୍କ ସଂକ୍ରାନ୍ତରେ ଆର୍‌ପିଏଫ୍‌ ତଦନ୍ତ କରୁଛି। ଭବିଷ୍ୟତରେ ଏଭଳି ହୀନ ଘଟଣାର ପୁନରାବୃତ୍ତି ନହେବା ପାଇଁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଆରପିଏଫ ସୂଚନା ଦେଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri