ବନ୍ଦ ପ୍ରଭାବ: ଜାତୀୟ ରାଜପଥ ଅବରୋଧ, ଯାନବାହନ ଅଚଳାବସ୍ଥା

କେସିଙ୍ଗା,୨୮।୧(ତୁମେଶ୍ୱର ସାହୁ): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ଅନେକ ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ଟାଟା ପାଓ୍ବାର ସ୍ମାର୍ଟ ମିଟର ଲଗାଇବା ନାଁରେ ଲୁଟ୍‌ କରିବାରେ ଲାଗିପଡ଼ିଛି। ଏହିସବୁ ପ୍ରସଙ୍ଗକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ୮ ଘଣ୍ଟା ପାଇଁ ଓଡ଼ିଶା ବନ୍ଦର ଡାକରା ଦିଆଯାଇଛି। ଅନ୍ୟପଟେ ବନ୍ଦ ପାଳନ ସମୟରେ କୌଣସି ଜରୁରିକାଳୀନ ସେବା ଯେପରି ବନ୍ଦ ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି କୁହାଯାଇଛି।

ବନ୍ଦର ପ୍ରଭାବ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି। ବୋରିଅ ଗ୍ରାମର ମୁଖ୍ୟ ଜାତୀୟ ରାଜପଥ ୨୬କୁ କଂଗେସ ପକ୍ଷର ବୁଧବାର ସକାଳୁ ଅବରୋଧ କରାଯାଇଛି।
ଫଳରେ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ଦେଖାଦେଇଛିି। ସମସ୍ତ ବସ୍‌ ଟ୍ରକ, ଚାରିଚକିଆ ଗାଡି ଛିଡା ହୋଇ ରହିଛି। ଏଥିରେ କଂଗେସର କର୍ମକର୍ତ୍ତା ଦେବେନ୍ଦ୍ର ନାୟକ, ଗୋପୀ ମାଝୀ, ଧରଣୀ ପ୍ରଧାନ ପ୍ରମୁଖ ସାମିଲ ହୋଇ ସକାଳୁ ଗଣଧାରଣା ଦେଇଛନ୍ତି। ମାତ୍ର କେସିଙ୍ଗା ସହରରେ ଏହାର କିଛି ପ୍ରଭାବ ଦେଖିବାକୁ ମିଳିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳରେ ଓଡ଼ିଶା ବନ୍ଦ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ସାକ୍ଷୀଗୋପାଳ,୨୮ା୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ସାମିଲ ହୋଇ ସତ୍ୟବାଦୀ ବ୍ଲକ କଂଗ୍ରେସ କର୍ମୀମାନେ ବୁଧବାର ରାଜପଥ…

ବିମାନ ଦୁର୍ଘଟଣାରେ ଏହି ୭ ବଡ଼ ନେତାଙ୍କ ଯାଇଛି ଜୀବନ: ଲିଷ୍ଟ୍‌ରେ ୩ ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ

ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗତ ୭ ମାସ ମଧ୍ୟରେ ଦେଶ ବିମାନ ଦୁର୍ଘଟଣାରେ ଆଉ ଜଣେ ବଡ଼ ନେତାଙ୍କୁ…

Ajit Pawar Last Photo: ଅଜିତ ପାଓ୍ବାରଙ୍କ ସେହି ଶେଷ ଫଟୋ, ଫଡନବିସ୍‌ଙ୍କ ସହ କ୍ୟାବିନେଟ୍‌ ବୈଠକରେ ହୋଇଥିଲା ଏହି…

ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କର ବୁଧବାର ସକାଳେ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଅଜିତ ନିର୍ବାଚନ ପ୍ରଚାର ପାଇଁ ବାରାମତି ଯାଉଥିଲେ। ତାଙ୍କର…

ବନ୍ଦରେ ମଲ ଭିତରେ ହଙ୍ଗାମା: ସାମଗ୍ରୀ ଫୋପାଡ଼ିଲେ…

ବଲାଙ୍ଗୀର,୨୮।୧:(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳେ ପିକେଟିଙ୍ଗ ସମୟରେ ଭାଗିରଥି ଛକ…

କୋରାପୁଟରେ ବନ୍ଦର ପ୍ରଭାବ: ବଡ଼ ଗାଡିଚଳାଚଳ, ଦୋକାନବଜାର ବନ୍ଦ 

କୋରାପୁଟ,୨୮।୧(ଅମିତାଭ ବେହେରା ): ବୁଧବାର ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ଓଡିଶା ବନ୍ଦ ଡାକରା ଦିଆଯାଇଥିବା ବେଳେ ଏହାକୁ ଉଭୟ କଂଗ୍ରେସ ଓ ବିଜେଡି ପକ୍ଷରୁ…

କର୍ଲାମୁଣ୍ଡାରେ ସବୁ ଅଫିସ ବନ୍ଦ

କର୍ଲାମୁଣ୍ଡା,୨୮ା୧(ପ୍ରଦୀପ କୁମାର ସାହୁ): ରାଜ୍ୟରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ବିଭିନ୍ନ ଦାବି ନେଇ ବୁଧବାର ବନ୍ଦ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା…

ଉପମୁଖ୍ୟମନ୍ତ୍ରୀଙ୍କ ମୃତ୍ୟୁକୁ ବିଶ୍ୱାସ କରିପାରୁନାହାନ୍ତି ମୁଖ୍ୟମନ୍ତ୍ରୀ: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୮।୧: ପୁଣେ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏବଂ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ପରଲୋକ ଘଟିଛି। ଏହି ଦୁର୍ଘଟଣା ମହାରାଷ୍ଟ୍ରର ବାରମତିରେ ଘଟିଛି। ବିମାନଟି ବାରମତିରେ…

ଜାତୀୟ ରାଜପଥ ଅବରୋଧ କଲା ନବ ନିର୍ମାଣ କୃଷ ସଂଗଠନ

ପାଟଣା,୨୮ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲାପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ତୁରୁମୁଙ୍ଗା ନିହ୍ନୁଆ ଛକ ନିକଟରେ ବୁଧବାର ନବ ନିର୍ମାଣ କୃଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri